କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ ମାତ୍ର କିଛି ଦୂର ଜଙ୍ଗଲ ମଧ୍ୟରୁ ଚାରୋଟି କୁକୁର ଏକ ହରିଣକୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡିଆ କରୁଥିଲେ । ଏହା ଦେଖିବା ପରେ ସେଠାରେ ଉପସ୍ଥିତ ଥିବା ସରପଞ୍ଚ ପ୍ରତିନିଧି ସୁଦାମ ବେହେରା ଆହତ ହରିଣକୁ ଉଦ୍ଧାର କରି ନିକଟସ୍ଥ ପ୍ରାଣୀଧନ ଚିକିତ୍ସା କେନ୍ଦ୍ରକୁ ଚିକିତ୍ସା କରିବାକୁ ନେଇଥିଲେ ।

ସେଠାରେ ସାମାନ୍ୟ ହରିଣଟି ସୁସ୍ଥ ହେବା ପରେ ବନବିଭାଗକୁ ହସ୍ତାନ୍ତର କରାଯାଇଥିବା ଜଣାପଡିଛି । ବର୍ତ୍ତମାନ ସମୟରେ ଚାରିଆଡେ ଜଙ୍ଗଲ କାଟି ପଦା କରି ଦିଆଯାଇଛି । ସେହି ସ୍ଥାନରେ ବିଭିନ୍ନ କଳକାରଖାନା ନିର୍ମାଣ କରାଯାଉଛି । ଇଟା ଭାଟି, ପଥର କୁଆଁରରୁ ଉଚ୍ଚ ଶବ୍ଦ ଯୋଗୁଁ ବିଭିନ୍ନ ସମୟରେ ପଶୁ ଜନ୍ତୁ ଜନବସତି ଅଞ୍ଚଳକୁ ଚାଲି ଆସୁଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri