ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ ପୂର୍ବରୁ ମୁସ୍କାନ ନାମକ ଏକ ଚଳନ୍ତା ଯାତ୍ରୀବାହୀ ବସର ଚକା ବାହାରି ପଡ଼ିଲା ।

ବୁଧବାର ମଧ୍ୟାହ୍ନ ପ୍ରାୟ ୧ ଟାରେ ୪୦ ରୁ ଉର୍ଦ୍ଧ୍ବ ପର୍ଯ୍ୟଟକଙ୍କୁ ନେଇ ଘରୋଇ ଯାତ୍ରୀବାହୀ ବସଟି ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିରୁ ଭାୟା ଦିଗପହଣ୍ଡି ଦେଇ ପୁରୀ ଅଭିମୁଖେ ଯାଉଥିଲା । ଏହି ସମୟରେ ବସର ସମ୍ମୁଖ ଭାଗ ରେ ଥିବା ବାମ ଚକାଟି ଛିଡି ଯାଇଥିଲା । ଫଳରେ ବସଟି ପ୍ରାୟ ୨ ଶହ ମିଟର ପର୍ଯ୍ୟନ୍ତ ରାସ୍ତାରେ ଘୋଷାଡି ହୋଇ ଯାଇଥିଲା । ବସରେ ଥିବା ପର୍ଯ୍ୟଟକ ମାନେ ଭୟଭୀତ ହୋଇ ଚିତ୍କାର କରିଥିଲେ। କିନ୍ତୁ ଅଘଟଣ ପୂର୍ବରୁ ଚାଳକଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ବସଟି ଅଟକି ଥିଲା। ପର୍ଯ୍ୟଟକମାନେ ସୁରକ୍ଷିତ ଅବସ୍ଥାରେ ବସରୁ ଓହ୍ଲାଇ ପଡ଼ିଥିଲେ।

ସୂଚନା ଅନୁସାରେ,  ଭଦ୍ରକ ଜିଲା ଚାନ୍ଦବାଲି ଅଞ୍ଚଳରୁ ୪୦ ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ ନୂଆବର୍ଷ ନିମନ୍ତେ ବିଭିନ୍ନ ଜିଲାର ପର୍ଯ୍ୟଟନ କ୍ଷେତ୍ର ବୁଲିବା ପରେ  ସକାଳୁ ଗଞ୍ଜାମ ଜିଲା ତପ୍ତପାଣି ଉଷ୍ଣପ୍ରସ୍ରବଣରେ ପହଞ୍ଚି ବଣଭୋଜି କରିବା ସହ ସେଠାରେ ଗରମ ପାଣି କୁଣ୍ଡରେ ଗାଧୋଇ ମଜା ଉଠାଇଥିଲେ । ପରେ ସେମାନେ ପୁରୀ ଶ୍ରୀମନ୍ଦିର ଅଭିମୁଖେ ଯାଉଥିବା ବେଳେ ଏଭଳି ଅଘଟଣ ଘଟିଥିଲା । ଆବଶ୍ୟକ ଫିଟନେସ ନଥାଇ ବସ ଗୁଡ଼ିକ ଚଳାଚଳ କରୁଛି । ଏଥି ନିମନ୍ତେ ପରିବହନ ବିଭାଗ ପକ୍ଷରୁ ଧରପଗଡ କରାଯାଉନାହିଁ । ଘଟଣା ଯଦି ତପ୍ତପାଣି ଘାଟି ରାସ୍ତାରେ ଘଟି ଥାଆନ୍ତା ତେବେ ବଡ଼ ଧରଣର ଦୁର୍ଘଟଣାକୁ ଏଡ଼ାଇ ହୋଇନଥାନ୍ତା ବୋଲି ସ୍ଥାନୀୟ ଅଞ୍ଚଳରେ ଲୋକେ ଚର୍ଚ୍ଚା କରିଥିଲେ।

ବସକୁ ଆବଶ୍ୟକ ମରାମତି ନକରି ଭଡ଼ା ମିଳିବା ଆଶାରେ ବସ ମାଲିକମାନେ ଆବଶ୍ୟକ ଫିଟନେସ ନକରି ଭଡ଼ା ଛାଡୁଥିବାରୁ ରାସ୍ତାରେ ଦୁର୍ଘଟଣା ଘଟୁଥିବା ନେଇ ଦିଗପହଣ୍ଡି ଥାନା ଭାରପ୍ରାପ୍ତ ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ର କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri