ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି ଶେଷ ହେଉଥିବା ବେଳେ ଆହୁରି ଦୁଇମାସ ସମୟ ଦେଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।

ରିପୋର୍ଟ ଅନୁସାରେ, ବର୍ତ୍ତମାନ ସୁଦ୍ଧା ୯୬ ପ୍ରତିଶତ ଲୋକଙ୍କ E-KYC ଶେଷ ହୋଇଛି  । ଯୋଗାଣ ବିଭାଗରୁ ମିଳିଥିବା ସୂଚନା ମୁତାବକ, ରାଜ୍ୟରେ ୩ କୋଟି ୨୫ ଲକ୍ଷ ୫୧ ହଜାର ୭୭୩ ଜଣ ହିତାଧିକାରୀଙ୍କ ଇ-କେୱାଇସି କରିବା ଲାଗି ରାଜ୍ୟ ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଥିଲେ। ଏବେ ଯାଏ ୮ ଲକ୍ଷ ରାସନ କାର୍ଡ ବାଣ୍ଟି ସାରିଲେଣି ସରକାର। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୩ ଲକ୍ଷରୁ ଅଧିକ ରାସନ କାର୍ଡ ହିତାଧିକାରୀ ନିଜର ଇ-କେୱାଇସି କରିନାହାନ୍ତି। ତେବେ ଇ-କେୱାଇସି କରି ନଥିବା ହିତାଧିକାରୀ ପୂର୍ବଭଳି ରାମନ ସାମଗ୍ରୀ ପାଇବା ଜଣାପଡ଼ିଛି।

ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୧ଲକ୍ଷ ୪୨ହଜାର ୩୫୭ ଜଣ, କଳାହାଣ୍ଡି ୭୧ ହଜାର, ବଲାଙ୍ଗୀର ୬୮ ହଜାର, ବାଲେଶ୍ଵର ୬୪ ହଜାର, ମୟୂରଭଞ୍ଜ ୬୧ ହଜାର, ପୁରୀ ୬୨ ହଜାର, ଯାଜପୁରରେ ୬୦ ହଜାର ଲୋକ ଏହି ପ୍ରକ୍ରିୟାରେ ସାମିଲ ହୋଇନାହାନ୍ତି। ଦେବଗଡ଼ ଜିଲ୍ଲାରେ ସର୍ବନିମ୍ନ ୬୪୫୩ ଜଣଙ୍କ ଇ-କେୱାଇସି ହୋଇନାହିଁ । ତେବେ ଇ-କେୱାଇସିକୁ ନେଇ ରାଜ୍ୟ ସରକାର ଲଗାତାର ଭାବେ ଅବଧି ବୃଦ୍ଧି କରି ଚାଲିଛନ୍ତି। ଏହାରି ଭିତରେ ଆଉ ଦୁଇମାସ ବଢ଼ିଛି ଅବଧି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri