କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସ୍ବାସ୍ଥ୍ୟ, ଶିକ୍ଷା, କୃଷି, ବିଦ୍ୟୁତ୍‌, ଉଦ୍ୟାନ ବିଭାଗ, ସମନ୍ବିତ ଶିଶୁ ବିକାଶ ଯୋଜନା, ପାନୀୟଜଳ, ରାସ୍ତା ଘାଟ ଭଳି ଉୟନମୂଳକ କାର୍ଯ୍ୟ ବିଷୟରେ ବିଡ଼ିଓ ଜନ୍ମେଜୟ ସ୍ବାଇଁ ଓ ସରପଞ୍ଚ, ସମିତି ମେମ୍ବରଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ବେଲଖଣ୍ଡି ଗ୍ରାମ ପଞ୍ଚାୟତ ସରପଞ୍ଚ ସୁଶାନ୍ତ ବାଗ ବେଲଖଣ୍ଡି ଗ୍ରାମ କଲୋନୀପଡ଼ାରେ ୪ଦିନ ବ୍ୟାପୀ ଝାଡ଼ାବାନ୍ତି ଲାଗିରହିଥିବାବେଳେ ମେଡିକାଲରେ ଚିକିତ୍ସା ଅବହେଳା କରିଥିବା ପ୍ରସଙ୍ଗ ଉଠାଇଥିଲେ।

ସୂଚନାଯୋଗ୍ୟ କଲୋନୀପଡ଼ାର ସୁବାସ ଛତ୍ରିଆଙ୍କ ଘରେ ଗତ ରବିବାର ଭୋଜିର ଆୟୋଜନ ହୋଇଥିଲା। ଆମନ୍ତ୍ରଣ କ୍ରମେ ସୁବାସଙ୍କ ଶତାଧିକ ବନ୍ଧୁ, ପରିଜନ ଭୋଜିରେ ଚିକେନ, ମାଛ ଆଦି ଖାଇଥିଲେ। ହେଲେ ସେହି ରାତିରେ ଲୋକଙ୍କ ଝାଡାବାନ୍ତି ଆରମ୍ଭ ହୋଇଥିଲା। ସରପଞ୍ଚ ବାଗ ବେଲଖଣ୍ଡି ସ୍ବାସ୍ଥ୍ୟକେନ୍ଦ୍ରକୁ ଖବର ଦେଇଥିଲେ ମଧ୍ୟ ଡାକ୍ତର, କର୍ମଚାରୀ ଠିକ୍‌ ଭାବେ ଚିକିତ୍ସା ନ କରି ଫେରିଯାଇଥିବା ଅଭିଯୋଗ କରିଥିଲେ। ଏହାର ଉତ୍ତରରେ ବେଲଖଣ୍ଡି ହସ୍ପିଟାଲର ମେଡିକାଲ ଅଫିସର ଡା. ପ୍ରତିଭା ରାୟ କହିଲେ ଯେ, ସମସ୍ତ ରୋଗୀଙ୍କ ପ୍ରାଥମିକ ଚିକିତ୍ସା କରାଯାଇଥିଲା। ରୋଗୀ ସଂଖ୍ୟା ଅଧିକ ହେବାରୁ ବିଭିନ୍ନ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ବୋଲି ପ୍ରକାଶ କରିଥିଲେ। ବୁଧବାର ପାଷ୍ଟିକୁଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ଭବାନୀପାଟଣାର ଏକ ମେଡିକାଲ ଟିମ୍‌ ଗ୍ରାମରେ ପହଞ୍ଚତ୍ ଚିକିତ୍ସା କରୁଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି। ବର୍ତ୍ତମାନ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୀଳାବତୀ ତାଣ୍ଡି (୪୩), ବିନୋଦିନି ତାଣ୍ଡି (୫୯), ସମୀକ୍ଷା ନାଏକ (୨୨), କୁମୁଦିନି ଛଟ୍ରିଆ (୫୬)ଙ୍କ ସମେତ ୧୨ଜଣ ରୋଗୀ ଚିକିତ୍ସିତ ହେଉଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri