ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ ଭକ୍ତ ମହାପ୍ରସାଦକୁ ଠିଆ ହୋଇ ଓ ଗାଡ଼ିରେ ବସି ଖାଉଥିବା ପରିଲକ୍ଷିତ ହୋଇଛି। ଗତ ଦୁଇଦିନରେ ଏଭଳି ଦୁଇଟି ଦୃଶ୍ୟ ଦେଖିବାକୁ ମିଳିଲାଣି। ତେଣୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଭକ୍ତଙ୍କୁ ସଚେତନ କରାଯିବାକୁ ବିଭିନ୍ନ ମହଲରେ ମତ ପ୍ରକାଶ ପାଇଛି। ମଙ୍ଗଳବାର ଅପରାହ୍ନରେ କେତେଜଣ ଇସ୍କନ ଭକ୍ତ ନାୟକ ପ୍ଲାଜା ନିକଟରେ ଚପଲ ପିନ୍ଧି ମହାପ୍ରସାଦ ବିତରଣ କରୁଥିବା ଦେଖିବାକୁ ମିଳିଥିଲା। ଏନେଇ ସମ୍ପୃକ୍ତ ଇସ୍କନ ଭକ୍ତଙ୍କୁ ପଚାରିବାରୁ ସେ କହିଥିଲେ, ନିଜ ପାଇଁ ମହାପ୍ରସାଦ ଆଣିଥିଲୁ ମାତ୍ର ଅଧିକ ହୋଇଯିବାରୁ ଭକ୍ତଙ୍କ ମଧ୍ୟରେ ବାଣ୍ଟୁଛୁ। ଅପରପକ୍ଷରେ ବୁଧବାର ଏହିପରି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେଥିରେ ଦେଖିବାକୁ ମିଳିଛି ଯେ, ମହିଳା ଏବଂ ପୁରୁଷ ଭକ୍ତଙ୍କ ସହ ଛୋଟ ପିଲା ଗାଡ଼ିରେ ଓ ଠିଆ ହୋଇ ମହାପ୍ରସାଦ ସେବନ କରୁଛନ୍ତି। ତାଙ୍କୁ ସେବାୟତ ଓ ଶ୍ରଦ୍ଧାଳୁ ବାରଣ କରିବା ସତ୍ତ୍ୱେ ସେ ଶୁଣି ନ ଥିଲେ। ପରେ ଅନ୍ୟ କେତେଜଣ ଲୋକ ବିରୋଧ କରିବାରୁ ସେମାନେ ତଳକୁ ଆସି ବସି ମହାପ୍ରସାଦ ସେବନ କରିବେ ବୋଲି କହିଥିଲେ। ଏଭଳି ଘଟଣାକୁ ସାଧାରଣରେ ନିନ୍ଦା କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାଇନାରେ ‘ଗୋଟିଏ ସନ୍ତାନ ନୀତି’କୁ ପୂରଣ ହେଲା ୧୦ ବର୍ଷ, ବଢିଲା ନାହିଁ ଜନ୍ମହାର, ଏବେ ଭୟ…

ବେଜିଂ,୧।୧: ଚାଇନା ବର୍ତ୍ତମାନ ଏହାର ଯୁବପିଢ଼ିଙ୍କୁ ଯଥାସମ୍ଭବ ଅଧିକ ସନ୍ତାନ ଜନ୍ମ କରିବାକୁ ଅନୁରୋଧ କରୁଛି ଯାହା ଦ୍ୱାରା ଦେଶର ଜନସଂଖ୍ୟା ଉପରେ ବିଶେଷ ପ୍ରଭାବ...

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…

ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...

ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…

ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ...

ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…

ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍‌...

ସ୍ତ୍ରୀଙ୍କ ଅନୁମତି ବିନା ମଦ୍ୟପାନ କଲେ ସ୍ବାମୀଙ୍କୁ ହେବ ଜେଲ୍‌! ଜାଣନ୍ତୁ କ’ଣ କହୁଛି ଆଇନ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ଆସିବା ସହିତ, ଦେଶ ଏବଂ ବିଶ୍ୱରେ ଏକ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ପାର୍ଟି ଏବଂ ଉତ୍ସବରେ ମଦ୍ୟପାନ କରିବା ସାଧାରଣ କଥା।...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି...

ନୂଆବର୍ଷରେ ବଡ଼ ପ୍ରତିଜ୍ଞା କରିଦେଲେ ଅନୁପମ ଖେର: ପ୍ରଶଂସକ ଚକିତ

ବଲିଉଡ ନୂଆବର୍ଷକୁ ଜୋରଦାର୍‌ ସ୍ବାଗତ କରିଛି। କିଏ ନିଜ ପରିବାର ସହିତ ସମୟ ବିତାଉଛନ୍ତି, ଆଉ କିଏ ମନ୍ଦିରରେ ପ୍ରାର୍ଥନା କରି ଆଶୀର୍ବାଦ ନେଉଛନ୍ତି। ଅଭିନେତା...

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri