ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଲାଞ୍ଜିଗଡ ପଞ୍ଚାୟତ ଜାମଚୁଆ ଗ୍ରାମର ସ୍ୱର୍ଗତ ସାଇବ ମାଝୀଙ୍କ ସ୍ତ୍ରୀ ମଲ ମାଝୀ (୫୫)।

ସୂଚନାନୁସାରେ ମଲ କୌଣସି କାମରେ ଗାଁର ଲକ୍ଷ୍ମୀ ମାଝୀଙ୍କ ସହିତ ଆଶ୍ରମପଡ଼ା ଆଡ଼କୁ ଯାଉଥିଲେ। ସେତିକିବେଳେ ପଛପଟୁ କୌଣସି ଏକ ଗାଡ଼ି ତାଙ୍କୁ ଧକ୍କା ଦେଇଥିଲା। ଫଳରେ ମଲ ଛିଟିକିପଡ଼ିବାରୁ ଘଟଣାସ୍ଥଳରେ ପ୍ରାଣ ହରାଇଥିଲେ।

ଖବର ପାଇ ପରିବାର ଲୋକେ ପହଞ୍ଚି କ୍ଷତିପୂରଣ ଦାବିରେ ମୃତଦେହ ରଖି ଲାଞ୍ଜିଗଡ-ବିଶ୍ୱନାଥପୁର ମୁଖ୍ୟ ରାସ୍ତା ଅବରୋଧ କରିଥିଲେ। ଏହାକୁ ନେଇ ଟ୍ରାଫଇକ ସମସ୍ୟା ଦେଖାଦେଇଥିଲା। ଲାଞ୍ଜିଗଡ ଥାନାଧିକାରୀ ଯଶୋବନ୍ତ ହିଆଲଙ୍କ ନେତୃତ୍ୱରେ ପୋଲିସ ଟିମ୍‌ ପହଞ୍ଚି ତଦନ୍ତ କରିଥିଲେ I ପୋଲିସ ପରିବାର ଲୋକଙ୍କୁ ବୁଝାଶୁଝା କରି କ୍ଷତିପୂରଣ ପ୍ରତିଶ୍ରୁତି ଦେବାରୁ ୩ଘଣ୍ଟା ପରେ ରାସ୍ତା ଅବରୋଧ ହଟିଥିଲା। ଏନେଇ ପୋଲିସ ଏକ ମାମଲା(ନଂ.୧/୨୬) ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିଲେ ବି ବିକାଶ କଥା ଚିନ୍ତା କରେ: ଭାବବିହ୍ବଳ କଲେ ନରସିଂହ

ଲୋଇସିଂହା,୨।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଜନକଲ୍ୟାଣ ଯୁବ ସାମ୍ମୁଖ୍ୟ କ୍ଲବ ପକ୍ଷରୁ ଅଭିନନ୍ଦନ-୨୦୨୬ ଉତ୍ସବ ପାଳିତ ହୋଇଯାଇଛି। ଉତ୍ସବକୁ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର...

ପ୍ରିୟଙ୍କା ଗାନ୍ଧୀଙ୍କ ଜିପ୍‌ ସାମ୍ନାକୁ ଚାଲିଆସିଲା ବାଘ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨।୧: କଂଗ୍ରେସ ମହାସଚିବ ଏବଂ ଏମପି ପ୍ରିୟଙ୍କା ଗାନ୍ଧୀ ତାଙ୍କ ପୁଅର ନିର୍ବନ୍ଧ ପାଳନ କରିବା ଏବଂ ଏକ ବ୍ୟକ୍ତିଗତ ଯାତ୍ରାରେ ନୂତନ ବର୍ଷ ଛୁଟି...

ଗଜପତି ଜିଲାର ନୂଆ ଜିଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ

ଗଜପତି(ଗିରିଧାରୀ ପରିଛା):୦୨/୦୧- ଗଜପତି ଜିଲ୍ଲାର ନୂଆ ଜିଲ୍ଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ । ନୂଆବର୍ଷରେ ନିଯୁକ୍ତି ଦେଇଛନ୍ତି ସରକାର । ଗତ କିଛି ଦିନ...

ଅସହାୟଙ୍କୁ ସାହା ‘ୟୁସେ ସଂଗଠନ’: ବୁଦ୍ଧିଜୀବୀଙ୍କ ପ୍ରଶଂସା

ପରଜଙ୍ଗ,୨।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ବିଭିନ୍ନ ବସ୍ତି,ସାହି ମାନଙ୍କରେ ନୂତନ ବର୍ଷର ପ୍ରଥମ ଦିବସରେ ୟୁଥ ୟୁନାଇଟେଡ଼ ଫୋର୍‌ ସଷ୍ଟେନେବ୍ଲ୍ୟୁ ଏନଭର୍ଣ୍ଣମେଣ୍ଟ ଟ୍ରଷ୍ଟ...

ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ

ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…

ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...

ପ୍ରଥମଥର ସାର୍ବଜନୀନ ସ୍ଥାନରେ ନଜର ଆସିଲେ କିମ୍ ଜଙ୍ଗ ଉନଙ୍କ ଝିଅ

ସିଓଲ୍,୨।୧: ଉତ୍ତର କୋରିଆର ଶାସକ କିମ୍ ଜୋଙ୍ଗ୍ ଉନ୍‌ଙ୍କ ଝିଅ ଜୁ ଏ (Ju Ae) ପ୍ରଥମ ଥର ସାର୍ବଜନୀନ ସ୍ଥାନରେ ନଜର ଆସିଛନ୍ତି। ତାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri