ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା: ଏଥର ଓଏଏସ୍, ଓଏଫ୍‌ସ୍ଏସ୍, ଓଆରଏସ ପଦବି ନାହିଁ

ଭୁବନେଶ୍ବର,୨।୧: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା-୨୦୨୫ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ଓଏଏସ୍ (OAS), ଓଏଫ୍‌ଏସ୍ (OFS) ଏବଂ ଓଆର୍‌ଏସ୍ (ORS) ଭଳି ଗୁରୁତ୍ୱପୂର୍ଣ୍ଣ ପଦବି ନ ରହିବା ରାଜ୍ୟର ଲକ୍ଷାଧିକ ଆଶାୟୀଙ୍କୁ ଗଭୀର ନିରାଶ କରିଛି। ମୋଟ୍ ୭ଟି ସେବାରେ କେବଳ ୩୧୪ଟି ପଦବି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି।

ପ୍ରଶାସନିକ ଅବ୍ୟବସ୍ଥା ଯୋଗୁଁ ଓଏଏସ୍ ପଦବି ନ ରହିବା ପଛରେ ମୁଖ୍ୟ କାରଣ ହୋଇଥିବା କୁହାଯାଉଛି। ସାଧାରଣ ପ୍ରଶାସନ ବିଭାଗ ଦ୍ୱାରା ପ୍ରସ୍ତୁତ ଓଡ଼ିଶା ସିଭିଲ୍ ସର୍ଭିସ୍ ମଡେଲ୍ କ୍ୟାଡର୍ ରୁଲ୍‌କୁ ଅର୍ଥ ଓ ରାଜସ୍ୱ ବିଭାଗ ଅବମାନନା କରିବା ଫଳରେ ବିବାଦ କୋର୍ଟରେ ପହଞ୍ଚିଛି।

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅପାରଗତା ଏବଂ ସାଧାରଣ ପ୍ରଶାସନ ବିଭାଗର ଖାମଖିଆଲ ଗୁଣ ଯୋଗୁଁ ୩୦୦ରୁ ଅଧିକ ଓଏଏସ୍‌ଙ୍କୁ ପଦୋନ୍ନତି ମିଳୁନାହିଁ। ଫଳରେ ମୂଳ ପଦବି ଖାଲି ହେଉନାହିଁ ଏବଂ ନୂଆ ପଦବି ସୃଷ୍ଟି ହେଉନାହିଁ। ଫଳରେ ସାଧାରଣ ପ୍ରଶାସନ ବିଭାଗ ଓଏଏସ୍, ଓଆର୍‌ଏସ୍, ଓଏଫ୍‌ଏସ୍ ପଦ ଖାଲି ନଥିବା ଦର୍ଶାଇ ଓପିଏସ୍‌ସିକୁ ତାଲିକା ଦେଇଥିଲା, ଯାହାକୁ ଭିତ୍ତି କରି ବିଜ୍ଞପ୍ତି ପ୍ରକାଶ ପାଇଛି।

ତେବେ ପ୍ରକାଶ ପାଇଥିବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ୩୧୪ଟି ପଦବି ମଧ୍ୟରେ ଓଟିଏଏସ୍ (OTAS) ଗ୍ରୁପ୍-ବିରେ ସର୍ବାଧିକ ୧୭୬ଟି ପଦବି ରହିଛି। ଓପିଏସ୍ (OPS) ଗ୍ରୁପ୍-ଏରେ କେବଳ ୧୨ଟି ପଦବି ରହିଛି। ଓଡ଼ିଶା ଲେବର ସର୍ଭିସ୍ ୩୨ଟି ପଦବି ରହିଛି।

ଏହି ୩୧୪ଟି ପଦବି ମଧ୍ୟରୁ ୧୧୫ଟି ପୂର୍ବ ବର୍ଷଗୁଡ଼ିକରେ ପୂରଣ ହୋଇନଥିବା (ଅର୍ଥାତ୍ ଯୋଗ ଦେଇନଥିବା) ପଦବି ଅଟେ। ମାତ୍ର ୧୯୯ଟି ପଦବି ଅବସର ପରେ ଖାଲି ପଡ଼ିଥିବା ଦର୍ଶାଯାଇଛି।

ଓପିଏସ୍‌ସି ଅଧ୍ୟକ୍ଷ ଅରୁଣ ଷଡ଼ଙ୍ଗୀ କହିଛନ୍ତି ଯେ ସାଧାରଣ ପ୍ରଶାସନ ବିଭାଗ ଯେଉଁ ତାଲିକା ଦେଇଥିଲା, ତାକୁ ନେଇ ଆୟୋଗ ବିଜ୍ଞପ୍ତି ପ୍ରକାଶ କରିଛି। ଏହି ପରିସ୍ଥିତିରେ ଆଶାୟୀଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ସରକାର ତୁରନ୍ତ ଠୋସ୍ ପଦକ୍ଷେପ ନେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଠୁଛିପଡ଼ୁଛି ବଡ଼ଦାଣ୍ଡ: ମେଡିକାଲ ଛକରେ ମୃତଦେହ ରଖି…

ପୁରୀ,୨।୧(ଅଜିତ୍‌ ମହାନ୍ତି): ପୁରୀ ଦୁର୍ଘଟଣାରେ ୫ ବର୍ଷୀୟ ନାବାଳକର ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ମେଡିକାଲ ଛକରେ ମୃତଦେହ ରଖି ସ୍ଥାନୀୟ ଲୋକ ଧାରଣାରେ ବସିଛନ୍ତି।...

ପୁରୀ ବଡ଼ଦାଣ୍ଡରେ ନାବାଳକଙ୍କ ମୃତ୍ୟୁ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୀ,୨।୧: ପୁରୀ ବଡ଼ଦାଣ୍ଡରେ ବୋଲେରୋ ଓ ସ୍କଟି ଧକ୍କାରେ ନାବାଳକଙ୍କ ମୃତ୍ୟୁ ହୋଇଛି। ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ...

ଜୟଶଙ୍କରଙ୍କ ବଡ଼ ବୟାନ: କହିଲେ ଆମ ପଡ଼ୋଶୀମାନେ ଭଲ ନୁହନ୍ତି, ଭାରତ କାହାକୁ ତା’ର…

ନୂଆଦିଲ୍ଲୀ,୨ା୧: ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ଆତଙ୍କବାଦ ପ୍ରସଙ୍ଗରେ ଏକ ବଡ଼ ଚେତାବନୀ ଦେଇଛନ୍ତି। ଆଇଆଇଟି ମାଡ୍ରାସର ଛାତ୍ରମାନଙ୍କୁ ସମ୍ବୋଧିତ କରି ସେ କହିଛନ୍ତି, ଯଦି...

ହାଇ ରିଟର୍ଣ୍ଣ ଲୋଭ ଦେଖାଇ କୋଟି କୋଟି ଟଙ୍କା ଠକେଇ: ଅଭିଯୁକ୍ତଙ୍କୁ ବାନ୍ଧିଲା EOW

ଭୁବନେଶ୍ୱର,୨।୧: ଗ୍ରାହକଙ୍କୁ ହାଇ ରିଟର୍ଣ୍ଣର ଲୋଭ ଦେଖାଇ ଟଙ୍କା ଠକେଇ କରିଥିବା ଅଭିଯୋଗରେ EOW ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ...

ପାକିସ୍ତାନ ହୋଇଯିବ ମାଲାମାଲ: ବିଶାଳ ଭଣ୍ଡାର ମିଳିବା ପରେ ଖୁସିରେ ଗଦଗଦ ହେଲେ ଶେହବାଜ ଶରିଫ

ଇସଲାମାବାଦ୍‌,୨।୧: ପାକିସ୍ତାନ ଖାଇବର ପଖତୁନଖୱା ପ୍ରଦେଶରେ ଅଶୋଧିତ ତୈଳ ଏବଂ ପ୍ରାକୃତିକ ଗ୍ୟାସର ନୂତନ ଭଣ୍ଡାର ଆବିଷ୍କାର କରିଥିବା ଦାବି କରିଛି। ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ...

ଗିଗ୍ ୱର୍କର୍ସଙ୍କ ପାଇଁ ଖୁସି ଖବର: କେନ୍ଦ୍ର ସରକାର ଆଣିଲେ ସୁରକ୍ଷା ନିୟମ

ନୂଆଦିଲ୍ଲୀ,୨।୧: ସ୍ୱଳ୍ପକାଳୀନ କିମ୍ବା ଚୁକ୍ତିଭିତ୍ତିକ କାର୍ଯ୍ୟ କରୁଥିବା ‘ଗିଗ୍ ୱର୍କର୍ସ’ ମାନଙ୍କ ପାଇଁ କେନ୍ଦ୍ର ଶ୍ରମ ଓ ନିଯୁକ୍ତି ମନ୍ତ୍ରାଳୟ ଏକ ବଡ଼ ପଦକ୍ଷେପ ନେଇଛନ୍ତି।...

ହାତୀର ଟ୍ରାଙ୍କୁଲାଇଜ୍‌ ଚିକିତ୍ସା ପାଇଁ ଅନୁମତି ମାଗିଥିଲା ବନ ବିଭାଗ, ହେଲେ…

ବଲାଙ୍ଗୀର,୨ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ରେଞ୍ଜ ବେଲଗାଁ ସେକ୍ସନ ନାରିକଟା ବିଟ୍‌ ବିଜେପୁର ପଞ୍ଚାୟତ ବର୍ଣ୍ଣି ଜଙ୍ଗଲସ୍ଥିତ ନୀମପଡ଼ା ଗାଁର ନାଳରେ ଏକ...

ଖଣ୍ଡଗିରି ମାଘ ମେଳା ନେଇ ମେୟରଙ୍କ ସୂଚନା, ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପରିବେଷଣ…

ଭୁବନେଶ୍ବର, ୨/୧:  ମାଘ ମେଳା ପାଖେଇ ଆସୁଥିବା ବେଳେ ଅଶ୍ଲିଳ ନୃତ୍ୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମେୟର ସୁଲୋଚନା ଦାସ । ଖଣ୍ଡଗିରି ମାଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri