ସ୍ବାଧୀନତାର ୭୯ ବର୍ଷ ପରେ ପହଞ୍ଚିନି ବିକାଶ: ଆଜିବି ବି ଡିବିରି ଆଲୁଅରେ ପାଠ ପଢୁଛନ୍ତି ପିଲା

ଥୁଆମୂଳ ରାମପୁର,୨।୧ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ସରକାରୀ ବିକାଶର ଏକ ନଗ୍ନ ଚିତ୍ର ସାମ୍ନାକୁ ଆସିଛି। ବ୍ଲକ କାର୍ଯ୍ୟାଳୟଠାରୁ ମାତ୍ର ୨ କିଲୋମିଟର ଏବଂ ତହସିଲ କାର୍ଯ୍ୟାଳୟଠାରୁ ମାତ୍ର ୧ କିଲୋମିଟର ଦୂରରେ ଅବସ୍ଥିତ ୨ ନମ୍ବର ୱାର୍ଡର ‘ବଡ଼ଖମନପଡ଼ା’ ଆଜି ବି ମୌଳିକ ସୁବିଧାରୁ ବଞ୍ଚିତ ଅଛି। ଦେଶ ସାଧୀନତାର ୭୯ ବର୍ଷ ବିତିଯାଇଥିଲେ ହେଁ ଏହି ପଡ଼ାକୁ ଆଜି ପର୍ଯ୍ୟନ୍ତ ବିଜୁଳି ଖୁଣ୍ଟିଟିଏ ପହଞ୍ଚି ପାରିନାହିଁ। ପ୍ରାୟ ୧୦ଟି ପରିବାର ବସବାସ କରୁଥିବା ଏହି ପଡ଼ାରେ ବିଜୁଳି ସଂଯୋଗ ନ ଥିବାରୁ ଲୋକେ ଘୋର ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଶେଷ କରି ପିଲାମାନେ ଲଣ୍ଠନ କିମ୍ବା ଡିବିରି ଆଲୁଅରେ ପାଠ ପଢିବାକୁ ବାଧ୍ୟ ହେଉଛନ୍ତି। ପ୍ରଶାସନିକ କାର୍ଯ୍ୟାଳୟଗୁଡ଼ିକ ଏହାର ଅତି ନିକଟରେ ଥିଲେ ମଧ୍ୟ ଏହି ଅନ୍ଧକାର ସାଧାରଣରେ ଆଶ୍ଚର୍ଯ୍ୟ ପ୍ରକଟ କରିଛି। ପାଣି ପାଇଁ ପଡ଼ାରେ ମାତ୍ର ଗୋଟିଏ ନଳକୂପ ରହିଛି। ହେଲେ ଗ୍ରୀଷ୍ମ ଦିନେ ଏହି ନଳକୂପରୁ ପାଣି ବାହାରୁ ନ ଥିବାରୁ ଲୋକେ ନାଳ ଓ ଝରଣାର ଅଶୁଦ୍ଧ ପାଣି ବ୍ୟବହାର କରୁଛନ୍ତି। ଫଳରେ ଏଠାରେ ଜଳବାହିତ ରୋଗର ଭୟ ଲାଗି ରହିଛି। ଏହି ପଡ଼ାର ରାସ୍ତାଘାଟ ଶୋଚନୀୟ ହୋଇ ପଡ଼ିଥିବାବେଳେ ଲୋକେ ଏବେ ବି ଦଦରା କୁଡ଼ିଆ ଘରେ ରହୁଛନ୍ତି। ପଡ଼ାରେ ପାଇଖାନା ସୁବିଧା ନଥିବା ବେଳେ ବୃଦ୍ଧବୃଦ୍ଧାମାନଙ୍କୁ ସରକାରୀ ଭତ୍ତା ମଧ୍ୟ ମିଳୁନଥିବା ଅଭିଯୋଗ ହୋଇଛି। ଏନେଇ ବାରମ୍ବାର ବ୍ଲକ ପ୍ରଶାସନକୁ ଗୁହାରି କରିଥିଲେ ସୁଦ୍ଧା କୌଣସି ସୁଫଳ ମିଳିପାରୁ ନାହିଁ। ଏଣୁ ତୁରନ୍ତ ଏହି ପଡ଼ାକୁ ବିଜୁଳି ଆଲୁଅ, ଭଲ ରାସ୍ତା, ପାନୀୟ ଜଳ, ପକ୍କା ଘର ଏବଂ ପାଇଖାନା ଯୋଗାଇ ଦେବାକୁ ପଡ଼ାବାସୀ ଦୃଢ ଦାବି କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀନ ଷ୍ଟିକର ନେଇ ପରିବହନ ବିଭାଗର ବଡ଼ ଘୋଷଣା, ସବୁ RTOରେ ଖୋଲିବ….

ଭୁବନେଶ୍ବର, ୨/୧:  ଆସନ୍ତା ୧୦ ତାରିଖରୁ ମିଳିବ ଗ୍ରୀନ ଷ୍ଟିକର । ପଲ୍ୟୁସନ କରିଥିବା ଗାଡିରେ ଲଗାଇପାରିବେ ଲୋକେ । ଏନେଇ ପରିବହନ ବିଭାଗ ପକ୍ଷରୁ...

ବିରାଟ-ରୋହିତଙ୍କୁ ଦେଖିବାକୁ ପ୍ରଶଂସକଙ୍କ ପ୍ରବଳ ଉତ୍ସାହ: ୮ ମିନିଟ୍‌ରେ ସରିଗଲା ଭାରତ ବନାମ ନ୍ୟୁଜିଲାଣ୍ଡ ଟିକେଟ

ନୂଆଦିଲ୍ଲୀ,୨।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦିନିକିଆ ସିରିଜ୍‌ ଜାନୁଆରୀ ୧୧, ୨୦୨୬ରେ ଆରମ୍ଭ ହେବାକୁ ଯାଉଛି। ଏହି ହାଇ-ଭୋଲଟେଜ ମ୍ୟାଚ ପାଇଁ ପ୍ରଶଂସକମାନେ ଉତ୍ସାହିତ।...

ରାଗିକି ପଞ୍ଚମ ହୋଇଗଲେ ଜାଭେଦ ଅଖତର: ଦେଇଦେଲେ ଏମିତି ଧମକ

ପ୍ରବୀଣ ଗୀତିକାର ଜାଭେଦ ଅଖତର ପ୍ରତ୍ୟେକ ପ୍ରସଙ୍ଗରେ ସ୍ପଷ୍ଟ ମତ ରଖିବା ପାଇଁ ଜଣାଶୁଣା। ଅନ୍ୟ ଅନେକ ତାରକାଙ୍କ ପରି, ଆଜିକାଲି ସେ ମଧ୍ୟ ଡିପ୍‌ଫେକ୍‌ର...

ଇନ୍ଦୋରରେ ବିଷାକ୍ତ ପାଣି ଯୋଗୁ ୧୫ ଜଣଙ୍କ ମୃତ୍ୟୁ, ବାନ୍ତି -ଝାଡ଼ାରେ ୩୩୮ ଆକ୍ରାନ୍ତ, ଆଇସିୟୁରେ ୩୨ ରୋଗୀ

ଇନ୍ଦୋର,୨।୧: ମଧ୍ୟପ୍ରଦେଶ ଇନ୍ଦୋରର ଭାଗୀରଥପୁରାରେ ଦୂଷିତ ପାଣି ଯୋଗୁ ଅସୁସ୍ଥ ହେଉଥିବା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ୩୩୮ ଜଣ ନୂଆ ରୋଗୀ...

ଆସନ୍ତାକାଲି ଦେଖିବାକୁ ମିଳିବ ସୁପରମୁନ୍‌, ତା’ ପରେ ଆଉ କେବେ ଜାଣନ୍ତୁ…

ଭୁବନେଶ୍ୱର,୨ା୧: ଆସନ୍ତାକାଲି ଅର୍ଥାତ୍‌ ଶନିବାର ବର୍ଷର ପ୍ରଥମ ‘ସୁପରମୁନ’ ଦେଖିବାକୁ ମିଳିବ। ପୌଷ ପୂର୍ଣ୍ଣିମା ତିଥିରେ ପ୍ରଥମ ‘ସୁପରମୁନ’ ଭାବରେ ଦେଖାଯିବ। ସେହିପରି ୨୦୨୬ର ଦ୍ବିତୀୟ...

ଟିମ୍‌ ଇଣ୍ଡିଆକୁ ମିଳିବ ନୂଆ କୋଚ: ଇଂଲଣ୍ଡର କିମ୍ବଦନ୍ତୀଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ ଭାରତୀୟ ମହିଳା କ୍ରିକେଟ ଦଳ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ଖୁବଶୀଘ୍ର ଜଣେ ନୂତନ ଶକ୍ତି...

EVM: କର୍ନାଟକରେ ନିର୍ବାଚନ ଆୟୋଗଙ୍କ ସର୍ଭେରେ ପାସ୍‌ କଲା ଇଭିଏମ୍‌, ରାହୁଲଙ୍କୁ ଟାର୍ଗେଟ କଲା ଭାଜପା

ନୂଆଦିଲ୍ଲୀ,୨।୧: କଂଗ୍ରେସ ନେତୃତ୍ୱାଧୀନ କର୍ନାଟକ ସରକାର ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଏକ ସର୍ଭେରେ ଇଭିଏମ ଉପରେ ଜନସାଧାରଣଙ୍କ ଦୃଢ଼ ଆସ୍ଥା ପାଇଛନ୍ତି। ଏହି...

କଳିଯୁଗର ପୁଅ: ନିଜ ବାପାଙ୍କୁ ହତ୍ୟା କରିବାକୁ ଦେଇଥିଲେ ୫ ଲକ୍ଷ ଟଙ୍କା ସୁପାରି, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨।୧: ଜଣେ ଅବସରପ୍ରାପ୍ତ ଭାରତୀୟ ବାୟୁସେନା (IAF) ଅଧିକାରୀଙ୍କ ଗୁଳିମାଡ଼ ଘଟଣାରେ ଗାଜିଆବାଦ ପୋଲିସ ଏକ ଆଶ୍ଚର୍ଯ୍ୟଜନକ ଖୁଲାସା କରିଛି। ପୋଲିସ ଦାବି କରିଛି ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri