ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର କଂଗ୍ରେସର ଏକ ଟିମ୍‌ ରାଜେଶଙ୍କ ପରିବାରକ ୁ ଭେଟିବା ସହିତ ୧୦ ତାରିଖ ସୁଦ୍ଧା ଅଭିଯୁକ୍ତଙ୍କୁ ପୋଲିସ ନ ଧରିଲେ ସେମାନେ ୧୧ ତାରିଖରେ ରାଜପଥ ଅବରୋଧ କରିବେ ବୋଲି ଚେତାବନୀ ଦେଇଛନ୍ତି।
ସୂଚନା ଅନୁଯାୟୀ, ରାଜେଶ ନଭେମ୍ବର ୧୩ ତାରିଖରେ ଘରୁ ବାହାରି ମୁକ୍ତାପଶି ଗ୍ରାମକୁ ଭିଡିଓ ସୁଟିଂ ପାଇଁ ଯାଉଥିବା ସ୍ତ୍ରୀଙ୍କୁ କହିଥିଲେ। କିନ୍ତୁ ୧୪ ତାରିଖ ମୁକ୍ତାପଶି ଗ୍ରାମ ମହୋତ୍ସବ ଖନ୍ଦା ପୋଖରୀରେ ତାଙ୍କର ମୃତଦେହ ଭାସୁଥିବା ଗ୍ରାମବାସୀ ଦେଖିଥିଲେ। ପୋଲିସ ହତ୍ୟା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଦେଢ଼ମାସରୁ ବିତିଯାଇଥିଲେ ମଧ୍ୟ ପୁଲିସ ହତ୍ୟାକାଣ୍ଡ ଉପରୁ ରହସ୍ୟ ହଟାଇ ପାରିନାହିଁ । ଏ ନେଇ ନେଇ ପରଜଙ୍ଗ ନିର୍ବାଚନ ମଣ୍ଡଳୀର ବ୍ଲକ କଂଗ୍ରେସ କମିଟି ସଂଯୋଜକ ଅବିନାଶ ପଣ୍ଡାଙ୍କ ନେତୃତ୍ୱରେ ରାମଚନ୍ଦ୍ର ସାହୁ , ରଘୁ ସାହୁ, କେନ୍ଦୁ ଜେନା କଙ୍କଡ଼ା ହାଡ଼ ବ୍ଲକ କାରଗିଲ ପଞ୍ଚାୟତ ପୂର୍ବତନ ସରପଞ୍ଚ ରଞ୍ଜିତ ସିଂ ରାଜେଶଙ୍କ ପରିବାରକୁ ଭେଟିଛନ୍ତି। ୧୦ ତାରିଖ ସୁଦ୍ଧା ଯଦି ହତ୍ୟାକାଣ୍ଡ ଉପରୁ ପୋଲିସ ରହସ୍ୟ ଖୋଲି ନପାରେ ତେବେ କଂଗ୍ରେସ କମିଟି କର୍ମକର୍ତ୍ତା, ସାଆନ୍ଦା ଅଞ୍ଚଳର ସର୍ବସାଧାରଣଙ୍କ ସମେତ ରାଜେଶଙ୍କ ପରିବାର ତରଫରୁ ୧୧ ତାରିଖ ଦିନ ବାରିହାପୁରଠାରେ ୫୩ନଂ. ଜାତୀୟ ରାଜପଥ ଅବରୋଧ କରିବେ ବୋଲି ଜିଲାପାଳ, କାମାକ୍ଷାନଗର ଉପଜିଲାପାଳ, ଏସଡିପିଓ, ପରଜଙ୍ଗ ତହସିଲଦାର, ଥାନାଧିକାରୀଙ୍କୁ ଲିଖିତ ଭାବେ ଜଣାଇଛନ୍ତି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

ପରିବାରଲୋକେ କରୁଥିଲେ ନାପସନ୍ଦ, ପ୍ରେମିକଙ୍କୁ ପାଇବାକୁ ଅପହରଣ ନାଟକ ରଚିଥିଲେ ପ୍ରେମିକା, ଏବେ ପୋଲିସ…

ଫୁଲବାଣୀ, ୨ା୧(ରାକେଶ କୁମାର ରାଉତ)- କନ୍ଧମାଳ ଜିଲା ଗୋଛାପଡା ଥାନା ଅଞ୍ଚଳର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ କେତେ ଜଣ ଯୁବକ ତାଙ୍କ ଗାଁ ନିକଟରୁ...

ରେଳବାଇ ଷ୍ଟାଣ୍ଡିଂ କମିଟି ବୈଠକ: ଜିଲାର ଦାବି ଉପସ୍ଥାପନ କଲେ ପାରଳାଖେମୁଣ୍ଡି ବିଧାୟକ

ପାରଳାଖେମୁଣ୍ଡି,୨ା୧(ଗିରିଧାରୀ ପରିଚ୍ଛା)-ରେଳବାଇ ଷ୍ଟାଣ୍ଡିଂ କମିଟି ବୈଠକ ପୁରୀଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି। ଏଥିରେ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ତଥା ରାଜ୍ୟସଭା ଏମ୍‌ପି ଡ. ସିଏମ୍‌ ରମେଶ...

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ପ୍ରଭାକର ସ୍ମାରକୀ ଭଲିବଲ୍‌ ଟୁର୍ନାମେଣ୍ଟ; ଫାଇନାଲକୁ ଗଲା ବ୍ରହ୍ମପୁର ପାଓ୍ବାର ସିକ୍ସ

ଦିଗପହଣ୍ଡି, ୨।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୫ମ ଦିବସ ଶୁକ୍ରବାର ପ୍ରଥମ...

କଲରାପତରିଆ ସହ ସମ୍ବର ଶିଙ୍ଘ ଜବତ ମାମଲା: ୬ଜଣଙ୍କୁ କୋର୍ଟ ଚାଲାଣ କଲା ଖଡ଼ିଆଳ ବନଖଣ୍ଡ

ଖଡ଼ିଆଳ,୨।୧(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ବନଖଣ୍ଡ ପକ୍ଷରୁ କଲରାପତରିଆ ବାଘ ଛାଲ ଏବଂ ଦୁଇଟି ସମ୍ବର ଶିଙ୍ଘ ଜବତ ମାମଲାରେ ଛଅଜଣ କୋର୍ଟ...

ମାର୍ଚ୍ଚ ମାସରୁ ଏଟିଏମରେ ମିଳିବନି ୫୦୦ ଟଙ୍କିଆ ନୋଟ୍‌? ସ୍ପଷ୍ଟ କଲେ ସରକାର

ନୂଆଦିଲ୍ଲୀ,୨।୧: ଆଜିକାଲି ସୋସିଆଲ ମିଡିଆରେ ୫୦୦ ଟଙ୍କିଆ ନୋଟ ଚର୍ଚ୍ଚାର ଏକ ମୁଖ୍ୟ ବିଷୟ ପାଲଟିଛି। ପୋଷ୍ଟଗୁଡ଼ିକରେ ଦାବି କରାଯାଉଛି ଯେ ମାର୍ଚ୍ଚ ୨୦୨୬ ରୁ...

ଗିଲେସ୍ପିଙ୍କ ବଡ଼ ବୟାନ: ପାକିସ୍ତାନ କ୍ରିକେଟ କୋଚ୍‌ ପଦବୀ ଛାଡ଼ିବାର କହିଲେ କାରଣ…

କରାଚୀ,୨ା୧: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଜାସନ ଗିଲେପ୍ସିଙ୍କୁ କାହିଁକି ପାକିସ୍ତାନ କ୍ରିକେଟ ଦଳର କୋଚ୍‌ ପଦବୀ ଛାଡ଼ିବାକୁ ପଡ଼ିଥିଲା, ସେ ତାହାର କାରଣ ଦର୍ଶାଇଛନ୍ତି। ସୋସିଆଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri