ପୁରୀ ବଳଗଣ୍ଡି ଛକରେ ସ୍କୁଟିକୁ ଧକ୍କା ଦେଲା ବୋଲେରୋ, ନାବାଳକ ମୃତ

ପୁରୀ, ୨/୧( ଅଜିତ୍ କୁମାର ମହାନ୍ତି ): ସକାଳୁ ସକାଳୁ ବଡ଼ଦାଣ୍ଡରେ ଦୁର୍ଘଟଣା । ଶୁକ୍ରବାର ପୂର୍ବାହ୍ନରେ ପୁରୀ ବଡ଼ଦାଣ୍ଡରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ବଳଗଣ୍ଡି ଛକରେ ବୋଲେରୋ ଓ ସ୍କଟି ମଧ୍ୟରେ ଧକ୍କା ହେବାରୁ ଜଣେ ନାବାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇଜଣ ଆହତ ହୋଇଛନ୍ତି । ଯାହାକୁ ନେଇ ଘଟଣା ସ୍ଥଳରେ ଉତ୍ତେଜନା ଦେଖିବାକୁ ମିଳିଛି । ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି ।

ମିଳିଥିବା ସୂଚନା ଅନୁଯାୟୀ, ମେଡ଼ିକାଲ ଛକ ଆଡୁ ଶ୍ରୀମନ୍ଦିର ଆଡ଼କୁ ବୋଲେରୋ ଗାଡ଼ି ଆସୁଥିବା ବେଳେ ଅନ୍ୟପଟେ ଏକ ସ୍କୁଟିରେ ଜଣେ ବ୍ୟକ୍ତିଙ୍କ ସହ ତାଙ୍କ ନାବାଳକ ନାତି ଓ ଅନ୍ୟ ଜଣେ ନାବାଳକ ଆସୁଥିଲେ । ଏହି ସମୟରେ ବାଲଗଣ୍ଡି ଛକ ନିକଟରେ ସ୍କୁଟିକୁ ପଛଆଡ଼ୁ ବୋଲେରୋ ଧକ୍କା ଦେଇଥିଲା । ଯାହା ଫଳରେ ସ୍କୁଟିରେ ଯାଉଥିବା ତିନି ଜଣ କିଛି ବାଟ ଘୋଷାଡି ହୋଇ ଯିବା ସହ ଆହତ ହୋଇଥିଲେ । ଲୋକ ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିବା ବେଳେ ବୋଲେରୋ ଚାଳକଙ୍କୁ କାବୁ କରିଛନ୍ତି । ତେବେ ଡାକ୍ତର ନାବାଳକଙ୍କୁ ମୃତ ଘୋଷଣା କରିଥିବା ବେଳେ ଅନ୍ୟ ଦୁଇଜଣଙ୍କ ଚିକିତ୍ସା ଜାରିରହିଛି । ପୋଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ଗାଡ଼ିକୁ ଜବତ କରିବା ସହ ଗାଡ଼ି ଚାଳକଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ପ୍ରଭାକର ସ୍ମାରକୀ ଭଲିବଲ୍‌ ଟୁର୍ନାମେଣ୍ଟ; ଫାଇନାଲକୁ ଗଲା ବ୍ରହ୍ମପୁର ପାଓ୍ବାର ସିକ୍ସ

ଦିଗପହଣ୍ଡି, ୨।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୫ମ ଦିବସ ଶୁକ୍ରବାର ପ୍ରଥମ...

କଲରାପତରିଆ ସହ ସମ୍ବର ଶିଙ୍ଘ ଜବତ ମାମଲା: ୬ଜଣଙ୍କୁ କୋର୍ଟ ଚାଲାଣ କଲା ଖଡ଼ିଆଳ ବନଖଣ୍ଡ

ଖଡ଼ିଆଳ,୨।୧(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ବନଖଣ୍ଡ ପକ୍ଷରୁ କଲରାପତରିଆ ବାଘ ଛାଲ ଏବଂ ଦୁଇଟି ସମ୍ବର ଶିଙ୍ଘ ଜବତ ମାମଲାରେ ଛଅଜଣ କୋର୍ଟ...

ଇଲେକ୍ଟ୍ରୋନିକ୍ସ ହବ୍ ହେବ ଭାରତ: ଘରୋଇ ଉତ୍ପାଦନ ବୃଦ୍ଧି ପାଇଁ କେନ୍ଦ୍ର ସରକାରଙ୍କ ୪.୬ ବିଲିୟନ ଡଲାର ଅନୁଦାନ

ନୂଆଦିଲ୍ଲୀ,୨ା୧: ଭାରତ ସରକାର ଦେଶର ଇଲେକ୍ଟ୍ରୋନିକ୍ସ ଯୋଗାଣ ଶୃଙ୍ଖଳାକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଶୁକ୍ରବାର ଆଇଟି (IT) ମନ୍ତ୍ରଣାଳୟ...

ନୂଆବର୍ଷ ଦିନ ହୋଇଯାଇଥିଲେ ନିଖୋଜ, ସକାଳୁ ଗଛରେ ଝୁଲୁଥିଲା ମୃତଦେହ; କୋକସରା ପୋଲିସ…

କୋକସରା,୨।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧିନସ୍ଥ ଜୟନ୍ତପୁର ପଞ୍ଚାୟତ ରଏନଗୁଡା ଗ୍ରାମରୁ ଶୁକ୍ରବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର...

ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଅଜାଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍

ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ  ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ  ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...

ବଡ଼ପଣ ଦେଖାଇଲେ ତହସିଲଦାର: ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦୁର୍ଘଟଣା ଜାଣି..

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଚତୁର୍ଥ ଶ୍ରେଣୀ କର୍ମଚାରୀ ଶତ୍ରୁଘ୍ନ ଦାସ ନିଜ ଗାଁ ମୋତିଗାଁରୁ ଚନ୍ଦାହାଣ୍ଡି ତହସିଲକୁ...

ପ୍ଲାଷ୍ଟିକ ପଲିଥିନ ମୁକ୍ତ ହେବ ହୁମା ବଜାର: ଆହ୍ବାନ ଦେଲେ ବିଧାୟକ

ଗଞ୍ଜାମ,୨।୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତ କାର୍ଯ୍ୟାଳୟଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri