ଶ୍ରୀମନ୍ଦିର ଭିତରକୁ ଜୋତା ପିନ୍ଧି ଯାଇଥିବା ଅଭିଯୋଗ, ସୁରକ୍ଷା ବ୍ୟବସ୍ଥାକୁ ନେଇ ଉଠିଲା ପ୍ରଶ୍ନ

ପୁରୀ, ୩।୧( ଅଜିତ୍‌ କୁମାର ମହାନ୍ତି ): ଶ୍ରୀମନ୍ଦିର ସୁରକ୍ଷାରେ ପୁଣି ଏକ ବଡ ତ୍ରୁଟି ଦେଖିବାକୁ ମିଳିଛି। କେହି ଜଣେ ଜୋତା ପିନ୍ଧି ଶ୍ରୀମନ୍ଦିର ଭିତରକୁ ଚାଲିଯାଇଥିବା ଦେଖିବାକୁ ମିଳିଛି। ଯାହା ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇବା ସହ କାର୍ଯ୍ୟରେ ଥିବା କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସହ ଜୋତା ପିନ୍ଧି ମନ୍ଦିରକୁ ଯାଇଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରାଯାଇଛି । ମିଳିଥିବା ଖବର ଅନୁସାରେ, ଶନିବାର ଜଣେ ପ୍ରତିହାରୀ ସେବକ ଶ୍ରୀମନ୍ଦିର ଭିତରୁ ହାତରେ ଜୋତା ଧରି ବାହାରକୁ ଆସିଥିଲେ । ସେ ଅଭିଯୋଗ କରିଛନ୍ତି କି କେହି ବ୍ୟକ୍ତି ଜୋତା ପିନ୍ଧି ମନ୍ଦିରକୁ ପ୍ରବେଶ କରିଛି । ସେ ଜୋତାକୁ ଭଅଣ୍ଡ ଘର ବା ଭୋଗ ମଣ୍ଡପ ଦ୍ବାର ନିକଟରେ ରଖାଯାଇଥିବା ଦେଖିବାକୁ ପାଇଥିଲେ । ସେଠାରେ ଜୋତା ରହିଥିବା ଦେଖିବା ମାତ୍ରେ ଜୋତାକୁ ହାତରେ ଧରି ବାହାରକୁ ଆଣିଛନ୍ତି। ତେବେ ଜୋତାଟି ମାଟିଆ ରଙ୍ଗର ହୋଇଥିବାରୁ ଜୋତାଟି ପୋଲିସର ହୋଇଥିବା ସାଧାରଣରେ ଅନୁମାନ କରାଯାଉଛି । ତେବେ ସିସିଟିଭି ଫୁଟେଜ ଦେଖି କିଏ ସେ ବ୍ୟକ୍ତି ଜୋତା ପିନ୍ଧି ମନ୍ଦିର ମଧ୍ୟକୁ ଯାଇଛନ୍ତି ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ଦାବି କରାଯାଇଛି । ତେବେ ଏତେ ସୁରକ୍ଷା ବଳୟ ଭେଦ କରି କିଏ କିପରି ଜୋତା ପିନ୍ଧି ମନ୍ଦିର ଭିତରକୁ ପ୍ରବେଶ କଲା ଓ କେହି ଜାଣି ପାରିଲେ ନାହିଁ ତାହାକୁ ନେଇ ବଡ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜିଲାର ବିଭିନ୍ନ ସମସ୍ୟା ନେଇ ମୁଖ୍ୟ ଶାସନସଚିବଙ୍କୁ ଭେଟିଲେ ବିଧାୟକ

ଗଜପତି,୫।୧(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ବିଧାୟକ ରୂପେଶ ପାଣିଗ୍ରାହୀ ସୋମବାର ଭୁବନେଶ୍ୱରସ୍ଥିତ ଲୋକସେବା ଭବନରେ ଓଡ଼ିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ଅନୁଗର୍ଗଙ୍କୁ ସାକ୍ଷାତ କରି ମୁଖ୍ୟଶାସନ...

ଚନ୍ଦ୍ରଶେଖର ରାଓଙ୍କ ଝିଅ କବିତାଙ୍କ ବଡ଼ ଘୋଷଣା, କହିଲେ ମୁଁ ମୋର ନିଜସ୍ୱ ଦଳ…

ନୂଆଦିଲ୍ଲୀ,୫।୧: ଭାରତ ରାଷ୍ଟ୍ର ସମିତିର ସଭାପତି କେ. ଚନ୍ଦ୍ରଶେଖର ରାଓଙ୍କ ଝିଅ ଏବଂ ତେଲେଙ୍ଗାନାର ଏମ୍ଏଲସି କବିତା ଆଜି ତେଲେଙ୍ଗାନା ବିଧାନ ପରିଷଦରେ ଏକ ଅତ୍ୟନ୍ତ...

ମେଳି ସରୁସରୁ ଭୟଙ୍କର ରାଗିଲେ ପ୍ରମିଳା: କହିଲେ..

ଭୁବନେଶ୍ୱର,୫।୧: ପ୍ରମିଳା ମଲ୍ଲିକଙ୍କ ଘରେ ଯାଜପୁର ବିଜେଡି ନେତାଙ୍କ ମେଳି ଘଟଣାରେ ଭୟଙ୍କର ରାଗିଲେ ପ୍ରମିଳା। ସେ  ଗଣମାଧ୍ୟମ ପ୍ରତିନିଧିଙ୍କୁ କହିଛନ୍ତି, ମେଳି କ’ଣ? କାହିଁକି...

ଟି-୨୦ ବିଶ୍ୱକପ ପରେ ଏହି ୫ ଖେଳାଳି କରିବେ ଅବସର ଘୋଷଣା! ଲିଷ୍ଟରେ ଅଛନ୍ତି ଭାରତର ଏହି ଖେଳାଳି

ନୂଆଦିଲ୍ଲୀ,୫।୧: ଭାରତ ଏବଂ ଶ୍ରୀଲଙ୍କା ଦ୍ୱାରା ଆୟୋଜିତ ଆଗାମୀ ଟି-୨୦ ବିଶ୍ୱକପ ୨୦୨୬ ଫେବୃଆରୀ ୭ ତାରିଖରେ ଆରମ୍ଭ ହେଉଛି। ଏହି ୨୦ ଦଳର ଟୁର୍ନାମେଣ୍ଟ...

କର୍ମଚାରୀ-ମିଲର ଅସାଧୁ ମେଣ୍ଟ, ଚାଷୀଙ୍କୁ ଶୋଷଣ ଅଭିଯୋଗରେ…

ଭଞ୍ଜନଗର,୫ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ବିଭିନ୍ନ ଧାନମଣ୍ଡିରେ ଚାଷୀମାନେ ଅନେକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ତେଣୁ ବିଭିନ୍ନ ସଂଗଠନ ପକ୍ଷରୁ ସୋମବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର...

ମଦ ଦୋକାନୀଠାରୁ ଲାଞ୍ଚ ନେବାବେଳେ ମାଡ଼ିବସିଥିଲା ଭିଜିଲାନ୍ସ: ନିଲମ୍ବିତ ହେଲେ…

ଭୁବନେଶ୍ୱର,୫।୧: ନିଲମ୍ବିତ ହେଲେ କଟକ CRRI ଥାନା ଅଧିକାରୀ ବିଜୟ କୁମାର ବାରିକ। ତାଙ୍କୁ ପୋଲିସ ଡିଜି ୱାଇ.ବି ଖୁରାନିଆ ନିଲମ୍ବନ କରିଛନ୍ତି। ୪୦ ହଜାର...

ଜନଜାତି ସମ୍ମେଳନ: ପାରମ୍ପରିକ ବାଦ୍ୟଯନ୍ତ୍ରରେ ଦୁଲୁକିଲା ମଞ୍ଚ

ଦାରିଙ୍ଗବାଡ଼ି,୫ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଜାଗୃତି କାର୍ଯ୍ୟାଳୟ ପରିସର ମଧ୍ୟରେ ସୋମବାର ୨ ଦିନିଆ ଜନଜାତି ସମ୍ମେଳନ ଆରମ୍ଭ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥିଭାବେ...

ପ୍ରେମ ସମ୍ପର୍କକୁ ନେଇ ଗାଁରେ ଗୁଳିମାଡ଼ କଲେ ପ୍ରେମିକ, ଫେରାର ହୋଇଯିବା ବେଳେ ଗୋଡ଼ାଇ ଗୋଡ଼ାଇ…

ମୋହନା୫ା୧( ମନ୍ମଥ ମିଶ୍ର ): ପ୍ରେମ ସମ୍ପର୍କକୁ ନେଇ ଯୁବକକୁ ଗୁଳିମାଡ଼ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ଥାନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri