ସିଭିଲ ସର୍ଭିସ ପରୀକ୍ଷା ଆଶାୟୀଙ୍କ ପାଇଁ ଖୁସି ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୩ା୧: ନିକଟରେ ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ୨୦୨୫ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ହେଲେ ଏଥିରେ ଓଏଏସ୍‌, ଓଆର୍‌ଏସ୍‌ ଆଦି କେତେକ କ୍ୟାଡରରେ ଆଦୌ ପଦବୀ ନ ଥିବାରୁ ଆଶାୟୀଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହୋଇଥିବାର ଖବର ପ୍ରକାଶିତ ହୋଇଥିଲା।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସମ୍ପର୍କରେ ଜାଣିବା ପରେ ଏଥିରେ ତୁରନ୍ତ ହସ୍ତକ୍ଷେପ କରି ଏହି ସବୁ ପଦବୀ ସମ୍ପର୍କରେ ସମୀକ୍ଷା କରି ଖାଲି ପଦବୀ ପୂରଣ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହା ଫଳରେ ଓଡ଼ିଶା ପ୍ରଶାସନିକ ସେବା (OAS) ରେ ୧୪ଟି, ଓଡିଶା ରାଜସ୍ବ ସେବା (ORS)ରେ ୧୧୩ଟି, ଓଡ଼ିଶା ପରିବହନ ସେବା (OTS)ରେ ୧୬ଟି ଓ ଓଡିଶା ମଙ୍ଗଳ ସେବା (OWS)ରେ ୮ଟି ପଦବୀ ପୂରଣ ପାଇଁ ଓଡ଼ିଶା ଲୋକସେବା ଆୟୋଗକୁ ଅନୁରୋଧ କରାଯାଇଛି। ସମୁଦାୟ ୧୫୧ଟି ଅଧିକ ପଦବୀ ପାଇଁ ଅନୁରୋଧ କରାଯାଇଛି।

ଏହାଦ୍ବାରା ଏହିସବୁ ପଦବୀ ପାଇଁ ଆଶାୟୀ ଥିବା ଅନେକ ଯୁବତୀ ଯୁବକ ପରୀକ୍ଷା ଦେଇ ନିଜ ଯୋଗ୍ୟତା ବଳରେ ସଫଳତା ହାସଲ କରି ପାରିବେ। ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟ ସରକାର ନିଯୁକ୍ତି କ୍ଷେତ୍ରକୁ ସର୍ବାଧିକ ଗୁରୁତ୍ୱ ଆରୋପ କରୁଛନ୍ତି ଏବଂ ଗତ ୧୮ ମାସରେ ପ୍ରାୟ ୪୦ ହଜାର ସରକାରୀ ପଦବୀ ପୂରଣ ହୋଇସାରିଛି।

ବର୍ତ୍ତମାନ ମଧ୍ୟ ବିଭିନ୍ନ ଆୟୋଗ ଦ୍ବାରା ଯେଉଁ ପରୀକ୍ଷା କରାଯିବ, ବିଜ୍ଞପ୍ତି ପ୍ରକାଶ ପର୍ଯ୍ୟନ୍ତ ଯେତେ ପଦବୀ ଖାଲିଥିବ ସବୁ ପୂରଣ କରିବା ପାଇଁ ଆୟୋଗଗୁଡ଼ିକୁ ସୁପାରିସ କରିବାକୁ ମୁଖ୍ୟମନ୍ତ୍ରୀ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ତ୍ରିକୋଣୀୟ ପ୍ରେମରୁ ହତ୍ୟା, ବନ୍ଧା ହେଲେ ୩ ଅଭିଯୁକ୍ତ

ବରଗଡ଼,୪।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଥିବା ବେଳେ ଶୁକ୍ରବାର ବିଳମ୍ବିତ ରାତିରେ ନିକଟସ୍ଥ ଘୁଲିପାଲି ରାସ୍ତାରେ ଯୁବକ ଚନ୍ଦନ ରାଉତଙ୍କୁ ଅତି ନିର୍ମମ ଭାବେ...

ଇନ୍ଦୋର ଜଳ ସଙ୍କଟ ନେଲାଣି ୧୬ ଜୀବନ, ଭୟଙ୍କର ‘GBS’ ରୋଗକୁ ନେଇ ବଢ଼ିଲା ଚିନ୍ତା!

ମଧ୍ୟ ପ୍ରଦେଶ,୪।୧: ଦେଶର ସବୁଠାରୁ ସ୍ୱଚ୍ଛ ସହର ଭାବେ ପରିଚିତ ମଧ୍ୟପ୍ରଦେଶର ଇନ୍ଦୋରରେ ପାନୀୟ ଜଳ ଦୂଷଣଜନିତ ସଙ୍କଟ ଏବେ ଏକ ନୂଆ ଏବଂ ଅଧିକ...

୮୦ ବର୍ଷ ବୟସରେ ଖଡିଆଳ ରାଜାଙ୍କ ପରଲୋକ, ସୁନ୍ଦର ନଦୀ ଘାଟରେ ଶେଷକୃତ୍ୟ ସମ୍ପନ୍ନ

ଖଡ଼ିଆଳ,୪।୧(ସୁଜିତ କୁମାର ପ୍ରଧାନ): ନୂଆପଡା ଜିଲା ଖଡିଆଳ ରାଜା ଜିତାମିତ୍ର ପ୍ରସାଦ ସିଂ ଦେଓଙ୍କ ୮୦ ବର୍ଷ ବୟସରେ ପରଲୋକ ହୋଇଛି । ରବିବାର ସକାଳରେ...

ଦେଢ଼ବର୍ଷରେ ଭାଙ୍ଗିଗଲା ସୁନାର ସଂସାର, ଫ୍ୟାନରେ ଶାଢ଼ୀ ଲଗାଇ ଝୁଲି ପଡିଲେ ନବବିବାହିତା

ଉମରକୋଟ,୪।୧(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଛି, ଯାହା ଏକ ପରିବାରର ସ୍ୱପ୍ନକୁ ଚୂରମାର୍‌ କରିଦେଇଛି। ଦେଢ଼ ବର୍ଷ ତଳେ...

ଭୟଙ୍କର ଦୁର୍ଘଟଣା: କାର୍‌କୁ ଚାପିଦେଲା ଦ୍ରୁତଗାମୀ ଟ୍ରକ୍‌, ଶିଶୁକନ୍ୟା ସମେତ ଗୋଟିଏ ପରିବାରର ୩ ମୃତ

ଗଜପତି,୪ା୧(ଗିରିଧାରୀ ପରିଛା): ନୂଆବର୍ଷର ପ୍ରଥମ ରବିବାରରେ ଗୋଟିଏ ପରିବାରରେ ତିନିଜଣଙ୍କ ଜୀବନ ଦୀପ ଲିଭିଯାଇଛି। ଗଜପତି ସୀମାନ୍ତ ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲା ବାରୁଆ ଥାନା ଅଧୀନ...

କନ୍ଧମାଳ ମହୋତ୍ସବ 2026, ରାଇକିଆରେ ମାସ୍କଟ ଓ ମଶାଲ ଶୋଭାଯାତ୍ରା

ରାଇକିଆ,୪/୧-(ପ୍ରଦୀପ ବେହେରା): କନ୍ଧମାଳ ଜିଲା ପ୍ରଶାସନ ତରଫରୁ ଆସନ୍ତା ୭ ରୁ ୧୧ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । କଳା ସଂସ୍କୃତିର ପ୍ରତୀକ କନ୍ଧମାଳ ମହୋତ୍ସବ...

ସୀମା ଟପିଲା ଶିକାରୀଙ୍କ ବର୍ବରତା; ବୋମା ଖାଇ ବାରହା ମୃତ, ୩ ଗିରଫ

ଭଞ୍ଜନଗର,୪/୧(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ବେଲଗୁଣ୍ଠା ରୋଡ କନ୍ଧସାହି ନିକଟରୁ ପୋଲିସ ରବିବାର ପ୍ରତ୍ୟୁଷରେ ୩ ଜଣ...

କବିସୂର୍ଯ୍ୟ ସ୍ମୃତି କମିଟି ପକ୍ଷରୁ ନିଷ୍ପତ୍ତି, ଶ୍ରୀପଞ୍ଚମୀରେ ପାଳନ ହେବ ମହୋତ୍ସବ

ଦିଗପହଣ୍ଡି,୪|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ସମ୍ମିଳନୀ କକ୍ଷରେ ରବିବାର ମଧ୍ୟାହ୍ନ ରେ ଦିଗପହଣ୍ଡି ସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri