ବେଆଇନ ବ୍ଲାଷ୍ଟିଂ: ମାଟି ଅତଡ଼ା ତଳୁ ମିଳିଲା ୨ ମୃତଦେହ

ଢେଙ୍କାନାଳ,୪ା୧(ରତନ ନାୟାର): ଢେଙ୍କାନାଳ ଜିଲା ଓଡ଼ାପଡ଼ା ତହସିଲ ବଦାଳୁ ନିକଟସ୍ଥ ଗୋପାଳପୁରଠାରେ ଥିବା ପଥରଖଣିରେ ଶନିବାର ସନ୍ଧ୍ୟାରେ ଏକ ଭୟଙ୍କର ବିସ୍ଫୋରଣ ହୋଇଥିଲା। ରାତିରେ ଉଦ୍ଧାର କାର୍ଯ୍ୟ ହୋଇପାରି ନ ଥିଲା। ରବିବାର ସକାଳେ ମୋଟଙ୍ଗା ଥାନା ପୋଲିସ, ଓଡ଼ାପଡ଼ା ତହସିଲଦାର ଓ ଅଗ୍ନିଶମ ସଂସ୍ଥା ଓ ଓଡ୍ରାଫ୍ଟ ଦଳ ଜେସିବି ମେଶିନ ଓ ସନ୍ଧାନୀ କୁକୁର ଜରିଆରେ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଜିଲାପାଳ ଆଶିଷ ପାଟିଲ ଓ ଏସ୍‌ପି ଅଭିନବ ସୋନକର ଘଟଣାସ୍ଥଳରେ ଉପସ୍ଥିତ ଅଛନ୍ତି। ବର୍ତ୍ତମାନ ସୁଦ୍ଧା ୨ଜଣ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ୨ ମୃତକଙ୍କ ମଧ୍ୟରୁ ଜଣେ ମୟୂରଭଞ୍ଜ ଓ ଅନ୍ୟ ଜଣେ ବାଲେଶ୍ୱର ଜିଲାର ବୋଲି ସୂଚନା ମିଳିଥିଲେ ମଧ୍ୟ ସେମାନଙ୍କର ସମ୍ପୂର୍ଣ୍ଣ ପରିଚୟ ମିଳିନାହିଁ। ଉକ୍ତ ଖଣିର ବ୍ଲାଷ୍ଟିଂ ଅନୁମତି ସେପ୍ଟେମ୍ବର ମାସରୁ ସରିଥିବା ବେଳେ ଡିସେମ୍ବର ମାସରୁ ଲିଜ୍‌ ଅବଧି ମଧ୍ୟ ସରିଥିଲା। ଏହି ଘଟଣାର ତଦନ୍ତ ଓ ଯାଞ୍ଚ କରାଯାଇ ଖଣି ଚଳାଉଥିବା ବ୍ୟକ୍ତିଙ୍କ ବିରୋଧରେ ଆଇନଗତ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଅପାରଗତାରେ ଭାଜପା ଦେଶରେ ୧ ନମ୍ବର’

ଭୁବନେଶ୍ୱର, ୭।୧(ସୁନିତ୍‌ ମିଶ୍ର): ବାଣପୁରରେ ଆଦର୍ଶ ବିଦ୍ୟାଳୟ ଭିତ୍ତିପ୍ରସ୍ତର ସ୍ଥାପନ ସଭାରେ ଉଦ୍‌ବୋଧନ ଦେବା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବ ସରକାରରେ ୫-ଟି...

ଓଡ଼ିଶାର ‘କାଶ୍ମୀର’ରେ ସାଇକେଲ୍ ଧରି ବୁଲୁଛନ୍ତି ଜର୍ମାନ ଦମ୍ପତି, ବିଭୋର କରୁଛି ପ୍ରାକୃତିକ ସୌନ୍ଦର୍ଯ୍ୟ

ଦାରିଙ୍ଗବାଡି,୭।୧: କନ୍ଧମାଳ ଜିଲାର ପାହାଡ଼ିଆ ଅଞ୍ଚଳ ଦାରିଙ୍ଗବାଡ଼ି, ଯାହାକୁ ‘ଓଡ଼ିଶାର କାଶ୍ମୀର’ କୁହାଯାଏ, ସେଠାରେ ଏବେ ଜର୍ମାନୀର ଏକ ପର୍ଯ୍ୟଟକ ଦମ୍ପତି ସାଇକେଲ ଯାତ୍ରାର ମଜା...

ଏକତରଫା ପ୍ରେମ: ବିବାହ ପରେ ବି ଯୁବତୀଙ୍କୁ ଜୋର କରି ଉଠାଇ ବନ୍ଦି କରି ରଖିଥିଲେ, ଯୁବକଙ୍କୁ…

ମୋହନା, ୭ା୧(ମନ୍ମଥ ମିଶ୍ର)- ପ୍ରେମ ସମ୍ପର୍କକୁ ନେଇ ଗଜପତି ଜିଲା ମୋହନାରେ ହୋଇଥିବା ଗୁଳିକାଣ୍ଡ ଘଟଣାରେ ମୋହନା ପୋଲିସ ଜଣେ ଯୁବକଙ୍କୁ ଚନ୍ଦ୍ରଗିରିରୁ ଗିରଫ କରିଛି।...

୧୮୨ କେଜି ଭାଙ୍ଗ ଜବତ କଲା ଅବକାରୀ ବିଭାଗ; ଜେଲ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୭।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଅବକାରୀ ଷ୍ଟ୍ରାଇକିଂ ଫୋର୍ସ ଏବଂ ଦିଗପହଣ୍ଡି ଅବକାରୀ ବିଭାଗ ପକ୍ଷରୁ ବୁଧବାର ଦିଗପହଣ୍ଡି ବ୍ଳକର ପୃଥକ ସ୍ଥାନରେ...

ବସ୍‌ରେ ଚଢ଼ିବା ବେଳେ ଭ୍ୟାନିଟିରୁ ଲୁଟିନେଲେ ୩୦ ଲକ୍ଷର ସୁନାଗହଣା, ଥାନାରେ ପହଞ୍ଚିଲେ…

ଦିଗପହଣ୍ଡି,୭।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ପୋଡ଼ାମାରି ରୋଡ଼ ଦାମୋଦର ନଗର ୨ୟ ଲେନରେ ରହୁଥିବା ଭୀଷ୍ମଗିରି ଗ୍ରାମର ଇ.ସସ୍ମିତା ପାତ୍ରଙ୍କ ଭ୍ୟାନିଟି...

ଯୁବକଙ୍କ ଉନ୍ମତ୍ତ କାଣ୍ଡ, ବାପା ଓ ପଡୋଶୀକୁ ହାଣି ହତ୍ୟା

ବାରିପଦା, ୭।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା କରଞ୍ଜିଆ ବ୍ଲକ କୁଶପଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ପୁଅର ଆକ୍ରମଣରେ ବାପା ସହ...

ପିୟୁଷଙ୍କୁ କୋର୍ଟ ଝଟକା, ମଞ୍ଚ ଚଢ଼ିବା ବାରଣ

କଟକ,୭ା୧: ଚର୍ଚ୍ଚିତ ଖଳନାୟକ ତଥା ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ କୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଏକ ଯାତ୍ରା ପାର୍ଟି ସହିତ ଚୁକ୍ତି ଖିଲାପ ଅଭିଯୋଗ ମାମଲାରେ...

ଦିଗପହଣ୍ଡି ତହସିଲ ପକ୍ଷରୁ ପଟ୍ଟା ବଣ୍ଟନ, ୪୦୯ ହିତାଧିକାରୀଙ୍କୁ ବିଧାୟକ….  

ଦିଗପହଣ୍ଡି,୭ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମରେ ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ପକ୍ଷରୁ ବୁଧବାର ପଟ୍ଟା ବଣ୍ଟନ ମେଳା ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri