ଅକ୍ଟୋବର ୧୪ରୁ ଆଞ୍ଚଳିକ ସରସ ମେଳା

ଢେଙ୍କାନାଳ ଅଫିସ, ୮ା୯ – ପ୍ରସିଦ୍ଧ ଲକ୍ଷ୍ମୀପୂଜା ଅବସରରେ ଢେଙ୍କାନାଳ ମହିଷାପାଟ ବାଇପାସ୍‌ ନିକଟ ପଡ଼ିଆରେ ଅକ୍ଟୋବର ୧୪ରୁ ୨୩ ଯାଏ ଆଞ୍ଚଳିକ ସରସ ମେଳା-୨୦୧୯ ଅନୁଷ୍ଠିତ ହେବ। ଜିଲାରେ ପ୍ରଥମ ଥର ପାଇଁ ଏହି ମେଳା ଆୟୋଜିତ ହେଉଛି। ଏହାକୁ ସୁବ୍ୟବସ୍ଥିତ କରିବାକୁ ଶନିବାର ଅପରାହ୍ନରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ସମ୍ମିଳନୀ କକ୍ଷରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଅଧ୍ୟକ୍ଷତା କରିଥିଲେ।
ପୂର୍ବରୁ ଅନୁଷ୍ଠିତ ପଲ୍ଲିଶ୍ରୀ ମେଳାର ବର୍ଦ୍ଧିତ ରୂପରେଖ ହେଉଛି ସରସ ମେଳା। ଏହାକୁ ପଲ୍ଲିଶ୍ରୀ ମେଳାଠାରୁ ଅଧିକ ଆକର୍ଷଣୀୟ କରାଯିବ। ବ୍ୟବସାୟ ପାଇଁ ୪୩୨ ଷ୍ଟଲ ଖୋଲିବ। ଉକ୍ତ ଷ୍ଟଲରେ ରାଜ୍ୟ, ରାଜ୍ୟ ବାହାର ବିଭିନ୍ନ ସଂସ୍ଥା, ଉଦ୍ୟୋଗ ଏବଂ ଗୋଷ୍ଠୀ ପକ୍ଷରୁ ପ୍ରସ୍ତୁତ ସାମଗ୍ରୀ ବିକ୍ରି ହେବ। ଏଥିସହ ସ୍ବତନ୍ତ୍ର ଭାବେ ୨୦ଟି ଷ୍ଟଲରେ ଭଳିକି ଭଳି ଖାଦ୍ୟ ସାମଗ୍ରୀ ଉପଲବ୍ଧ ହେବ। ପ୍ରତି ଷ୍ଟଲ ପାଇଁ ୧୦ ହଜାର ଟଙ୍କା ଦେୟ ଧାର୍ଯ୍ୟ ହୋଇଛି। ମେଳାକୁ ଅଧିକ ଆକର୍ଷଣୀୟ କରିବାକୁ ପ୍ରତି ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ। ଏଥିରେ ଜିଲା, ରାଜ୍ୟ ତଥା ରାଜ୍ୟ ବାହାରର ଖ୍ୟାତିସମ୍ପନ୍ନ ଅନୁଷ୍ଠାନ, ଶିଳ୍ପୀ ଅଂଶଗ୍ରହଣ କରିବେ। ସରସ ମେଳା ଉପଲକ୍ଷେ ଜିଲା ସଂସ୍କୃତି ପରିଷଦ ପକ୍ଷରୁ ୩ଦିନିଆ ଲୋକକଳା ଉତ୍ସବ ମଧ୍ୟ ଅନୁଷ୍ଠିତ ହେବ ବୋଲି ସୂଚନା ଦିଆଯାଇଛି। ସରକାରଙ୍କ ଅନୁମୋଦନକ୍ରମେ ଜିଲାରେ ପ୍ରଥମ ଥର ପାଇଁ ଏପରି ମେଳା ଆୟୋଜନ କରାଯାଉଛି। ଏହାକୁ ଆକର୍ଷଣୀୟ କରିବାକୁ ସମସ୍ତ ବିଭାଗର ଅଧିକାରୀମାନେ ନିଷ୍ଠାର ସହ ଦାୟିତ୍ୱ ସମ୍ପାଦନ କରିବାକୁ ଜିଲାପାଳ ପରାମର୍ଶ ଦେଇଛନ୍ତି।
ପିଡି ଡିଆର୍‌ଡିଏ ନରୋତ୍ତମ ବେହେରା ମେଳାର ସଫଳ ରୂପାୟନ ସମ୍ପର୍କରେ ଆଲୋକପାତ କରିଥିଲେ। ଡିଏସ୍‌ଏମ୍‌ଏସ୍‌ର ମୁଖ୍ୟ କାର୍ଯ୍ୟନିର୍ବାହୀ ସଞ୍ଜୀବ କୁମାର ମହାନ୍ତି ମେଳାର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ବିବରଣୀ ପ୍ରଦାନ କରିଥିଲେ। ମେଳା ପଡ଼ିଆରେ ସ୍ବଚ୍ଛତା ରକ୍ଷା, ଶୌଚାଳୟ ବ୍ୟବସ୍ଥା, ଟ୍ରାଫିକ୍‌ ନିୟନ୍ତ୍ରଣ, ମେଳାରେ ଅଂଶଗ୍ରହଣ କରୁଥିବା ବ୍ୟବସାୟୀଙ୍କ ରହଣି, ଅଗ୍ନି ନିର୍ବାପକ ବ୍ୟବସ୍ଥା, ବିଦ୍ୟୁତ୍‌ ଯୋଗାଣ, ଜଳଯୋଗାଣ ଏବଂ ପ୍ରଚାର ପ୍ରସାର ଉପରେ ଆଲୋଚନା କରାଯାଇଥିଲା। ଏଥିସହ ଜନସାଧାରଣଙ୍କ ସୁବିଧା ଦୃଷ୍ଟିରୁ ପୌରସଂସ୍ଥାର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପାର୍କିଂ ବ୍ୟବସ୍ଥା ଓ ଅର୍ଥ କାରବାର ପାଇଁ ୨ ଏଟିଏମ୍‌ ସ୍ଥାପନ କରାଯିବ। ମେଳାରେ ଭାଗ ନେବାକୁ ଥିବା ସଂସ୍ଥା ଅକ୍ଟୋବର ୧୩ ସୁଦ୍ଧା ପଞ୍ଜୀକୃତ ହେବେ। ୧୪ ତାରିଖରେ ଉଦ୍‌ଘାଟନ ଉତ୍ସବ ଅନୁଷ୍ଠିତ ହେବ ବୋଲି ନିଷ୍ପତ୍ତି ହୋଇଛି। ବୈଠକରେ ଅତିରିକ୍ତ ଏସ୍‌ପି ବିନୟକୃଷ୍ଣ କାମିଲା, ଆର୍‌ଆଇସି ଜେନେରାଲ ମ୍ୟାନେଜର ଉମାକାନ୍ତ ରାଜଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୋଳରୁ ଲଢ଼ିବେ ସୀମାରାଣୀ

ଢେଙ୍କାନାଳ,୨୮ା୪(ରତନ ନାୟାର)ଢେଙ୍କାନାଳ ଜିଲା ହିନ୍ଦୋଳ ବିଧାନସଭା କ୍ଷେତ୍ରରୁ ତୃତୀୟ ଥର ପାଇଁ ନିର୍ବାଚନ ଲଢ଼ିବେ ବିଧାୟିକା ସୀମାରାଣୀ ନାୟକ। ଶନିବାର ଭାଜପା ପକ୍ଷରୁ ତାଙ୍କୁ ପ୍ରାର୍ଥୀ...

୨୦ ଦିନ ହେଲା କଳାକୃତି ଗ୍ରାମରେ ବିଦ୍ୟୁତ୍‌ ଠପ୍‌

ଢେଙ୍କାନାଳ,୨୮ା୪(ରତନ ନାୟାର)ଢେଙ୍କାନାଳ ଜିଲା ସଦର ବ୍ଲକର ସବୁଜିମାମୟ ସପ୍ତଶଯ୍ୟା ରାଜ୍ୟ ଏବଂ ଜିଲାର ଏକ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ। ସପ୍ତଶଯ୍ୟା ପଞ୍ଚାୟତର ନବଜୀବନପୁର ସଦେଇବେରେଣୀ ଗ୍ରାମ...

କାଠଫାଳିଆରେ ମା’ଙ୍କୁ ପିଟିପିଟି ମାରିଦେଲେ ଝିଅ

ଭୁବନ,୨୭ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ମଝିପାଳ ଗ୍ରାମରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଝିଅର କାଠଫାଳିଆ ମାଡ଼ରେ ମାଆଙ୍କ ମୃତ୍ୟୁ ଘଟିଛି।...

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର...

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri