ମିଲରଙ୍କ ଆନ୍ଦୋଳନ, ଧାନ ଉଠାଣ ବନ୍ଦ

ଭବାନୀପାଟଣା,୬ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଗତ ନଭେମ୍ବର ୨୯ରୁ ଆରମ୍ଭ ହୋଇଥିଲା। ହେଲେ ପ୍ରାରମ୍ଭିକ ପର୍ଯ୍ୟାୟରେ ମିଲରଙ୍କ ସହଯୋଗ ମନୋବୃତ୍ତି ଦେଖାଯାଇ ନ ଥିଲା। ଫଳରେ ଅନେକ ମଣ୍ଡିକୁ ବିକ୍ରି ପାଇଁ ଆସୁଥିବା ଧାନ ଠିକ୍‌ ଭାବେ ଉଠାଣ କରାଯାଇ ନ ଥିଲା। ଇତିମଧ୍ୟରେ ମାସେରୁ ଅଧିକ ଦିନ ବିତିଯାଇଥିଲେ ମଧ୍ୟ ଜିଲାରେ ଧାନ କିଣାବିକା ସମସ୍ୟା ସମାଧାନ ହୋଇପାରିନାହିଁ। ଟୋକନ ସମସ୍ୟାକୁ ନେଇ ଚାଷୀମାନେ ମଣ୍ଡିକୁ ଧାନ ଆଣିପାରୁ ନ ଥିବାବେଳେ ଆସିଥିବା ଧାନ ମଧ୍ୟ ଠିକ୍‌ ଭାବେ ଉଠାଣ କରାଯାଉନାହିଁ। ଏହି ଦୃଷ୍ଟିରୁ ଅନ୍ୟ ବର୍ଷ ତୁଳନାରେ ଏଥର ଧାନ ସଂଗ୍ରହ ପ୍ରକ୍ରିୟା କେବଳ ବିଳମ୍ବିତ ହୋଇଛି ତା’ ନୁହେଁ, ଧାନବିକ୍ରି ଓ ଉଠାଣରେ ମନ୍ଥରତା ଦେଖାଦେଇଛି। ଏଭଳି ସ୍ଥିତିରେ ସୋମବାର ଅଲ ଓଡ଼ିଶା ମିଲର୍ସ ଆସୋସିଏଶନ ପକ୍ଷରୁ କଷ୍ଟମ ମିଲିଂ ଚାର୍ଜ ବୃଦ୍ଧି, ଧାନ ସଂରକ୍ଷଣ ଓ ରକ୍ଷଣାବେକ୍ଷଣ, ଧାନ ପରିବହନ ଖର୍ଚ୍ଚ ପ୍ରଦାନ ଦାବି ନେଇ ଆନ୍ଦୋଳନ ଡାକରା ଦିଆଯାଇଛି। ଏହାପୂର୍ବରୁ ସେମାନେ ଜିଲାପାଳଙ୍କଠାରୁ ଆରମ୍ଭକରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କୁ ଅବଗତ କରିଥିଲେ। ମିଲରଙ୍କ ଆନ୍ଦୋଳନ ଯୋଗୁ କଳାହାଣ୍ଡିରେ ସୋମବାରଠାରୁ ମଣ୍ଡିରୁ ଧାନ ଉଠାଣ ପ୍ରକ୍ରିୟା ବନ୍ଦ ହୋଇଯାଇଛି। ଫଳରେ ଜିଲାର ଚାଷୀଙ୍କ ସମସ୍ୟା ଦ୍ବିଗୁଣିତ ହୋଇଯାଇଛି। ଅନେକ ଚାଷୀଙ୍କ ଟୋକନ ଅବଧି ସରିଯିବା ସମ୍ଭାବନା ଥିବାବେଳେ ପରବର୍ତ୍ତୀ ରବି (ଡାଳୁଅ) ଚାଷ ପାଇଁ ଚାଷୀମାନେ ସମସ୍ୟାର ସମ୍ମୁଖୀନ ହେବା ଆଶଙ୍କା କରିଛନ୍ତି।
ଜିଲା ଯୋଗାଣ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ, ଜିଲାରେ ରବିବାର ସୁଦ୍ଧା ୪୯,୫୮୯ ଜଣ ଚାଷୀ ୨୨ଲକ୍ଷ ୫୩ ହଜାର ୬୭୦ କୁଇଣ୍ଟାଲ ଧାନ ବିକ୍ରି କରିଛନ୍ତି। କେବଳ ରବିବାର ଗୋଟିଏ ଦିନରେ ୨୯୯୨ ଜଣ ଚାଷୀଙ୍କ ୧ଲକ୍ଷ ୩୬ ହଜାର ୧୪୯ କୁଇଣ୍ଟାଲ ଧାନ ଉଠାଣ କରାଯାଇଛି। ଗତବର୍ଷ ଏହି ତାରିଖରେ ୫୧ହଜାର ୧୩ ଜଣ ଚାଷୀ ୨୩ଲକ୍ଷ ୬୫ ହଜାର ୨୯୩ କୁଇଣ୍ଟାଲ ଧାନ ବିକ୍ରି କରିସାରିଥିଲେ। କଳାହାଣ୍ଡି ଜିଲାକୁ ପ୍ରଥମ ପର୍ଯ୍ୟାୟରେ ୩୬ ଲକ୍ଷ ୫୮ ହଜାର କୁଇଣ୍ଟାଲ ଧାନ ଟାର୍ଗେଟ ଆସିଛି। ବର୍ତ୍ତମାନ ଜିଲାର ବହୁ ଚାଷୀ ଧାନ ବିକ୍ରି ଆଶାରେ ହାଡ଼ଭଙ୍ଗା ଶୀତରେ ମଣ୍ଡିରେ ପଡ଼ି ରହିଛନ୍ତି। ସେହିପରି ଅନେକ ଚାଷୀଙ୍କ ଟୋକନ ପଛରେ ରହିଥିବାରୁ ସେମାନେ ଖଳାରେ ଧାନ ରଖି ତାରିଖକୁ ଜଗି ବସିଛନ୍ତି। ଏପଟେ ମିଲରଙ୍କ ଆନ୍ଦୋଳନ ଯୋଗୁ ଚାଷୀ ମୁଣ୍ଡରେ ଚଡକ ପଡ଼ିଛି। ଏ ନେଇ ଜିଲା ମୁଖ୍ୟ ଯୋଗାଣ ଅଧିକାରିଣୀ ସୁଜାତା ମିଶ୍ରକୁ ପଚାରିବାରୁ ମିଲରଙ୍କ ଆନ୍ଦୋଳନ ଯୋଗୁ ଜିଲାରେ ଧାନ ଉଠାଣ ବନ୍ଦ ରହିଛି। ସରକାରୀ ସ୍ତରରେ ମିଲରଙ୍କ ସହ ଆଲୋଚନା ଚାଲିଛି, ଖୁବ୍‌ଶୀଘ୍ର ସମାଧାନ ହେବ ଓ ଧାନ ଉଠାଣ ପ୍ରକ୍ରିୟା ସ୍ବାଭାବିକ ହେବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝାଡ଼ଖଣ୍ଡରରେ ଚାଞ୍ଚଲ୍ୟ: ଗୋରୁ ଚୋରି ଅଭିଯୋଗରେ ମୁସଲମାନ ଯୁବକଙ୍କୁ ପିଟି ହତ୍ୟା

ରାଞ୍ଚି,୮ା୧: ଝାଡ଼ଖଣ୍ଡର ଗୋଡା ଜିଲାରେ ଗୋରୁ ଚୋରି ସନ୍ଦେହରେ ଜଣେ ୪୫ ବର୍ଷୀୟ ମୁସଲମାନ ଯୁବକଙ୍କୁ ପିଟି ହତ୍ୟା କରାଯାଇଛି। ପୋରାୟାହାଟ ଥାନା ଅନ୍ତର୍ଗତ ମାତିହାନି...

ସ୍ତ୍ରୀ, ୨ ଝିଅଙ୍କୁ ହତ୍ୟାକରି ନିଜ ଜୀବନ ହାରିଲେ ବ୍ୟବସାୟୀ

ଚଣ୍ଡିଗଡ଼,୮ା୧: ପଞ୍ଜାବର ଫିରୋଜପୁରରେ ଗୋଟିଏ ପରିବାରର ୪ ଜଣଙ୍କ ମୃତଦେହ ଘରୁ ଉଦ୍ଧାର ହୋଇଛି। ପରିବାରର ମୁଖ୍ୟ ଅମନଦୀପ୍‌ ସିଂ ଜଣେ ବ୍ୟବସାୟୀ। ସେ ଏକ...

ଶୀତ ମହୋତ୍ସବ:ପ୍ରଥମ ଦିନରେ କଳାହାଣ୍ଡି କଟପ୍ପାଙ୍କ ପାରମ୍ପରିକ ନୃତ୍ୟ-ଶୋଭାଯାତ୍ରାରେ ଦର୍ଶକ ମୁଗ୍ଧ

ଦାରିଙ୍ଗବାଡି, ୮।୧ (ଅରୁଣ ସାହୁ ): ବହୁ ପ୍ରତିକ୍ଷିତ ଶୀତ ମହୋତ୍ସବ -୨୦୨୬ ଗୁରୁବାର ଉଦଘାଟିତ ହୋଇଯାଇଛି । କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର...

ଆନ୍ଦୋଳନରୁ ଓହରିଲେ ମିଲର୍ସ

ଜୟପୁର,୮ା୧(ପବନ ପାଣିଗ୍ରାହୀ): ମିଲର୍ସମାନେ ଆନ୍ଦୋଳନରୁ ଓହରିବା ପରେ କୋରାପୁଟ ଜିଲା ଜୟପୁର ଉପଖଣ୍ଡରେ ଧାନ କିଣା ଗୁରୁବାର ସ୍ୱାଭାବିକ ହୋଇଛି। ବର୍ତ୍ତମାନ ସୁଦ୍ଧା ଜିଲାର ୧୦...

ଓଡ଼ିଶାର ଏହି ଜିଲାରେ ହେବ ନୂଆ ମେଗା ଷ୍ଟିଲ୍ ପ୍ଲାଣ୍ଟ, ସୃଷ୍ଟି ହେବ ୧୪ ହଜାରରୁ ଉର୍ଦ୍ଧ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୮ା୧: ଓଡ଼ିଶାର ଶିଳ୍ପାୟନ କ୍ଷେତ୍ରରେ ବିକାଶ ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଜିଲା କେନ୍ଦୁଝରରେ ମେଗା ଷ୍ଟିଲ୍ ପ୍ଲାଣ୍ଟ ପ୍ରତିଷ୍ଠା...

ସତେକି ଦିନିକିଆ ନୁହେଁ ଟେଷ୍ଟ: ଗୋଟିଏ ଉଇକେଟ ପାଇଁ  ଲୁଟାଇଲେ ୩୨୬ ରନ୍‌; ୬ ମ୍ୟାଚ୍‌ରେ ଫେଲ ହେଲେ…

ନୂଆଦିଲ୍ଲୀ,୮।୧: କ୍ରିକେଟର ଅର୍ଜୁନ ତେନ୍ଦୁଲକରଙ୍କ ପାଇଁ ଚଳିତ ବିଜୟ ହଜାରେ ଟ୍ରଫିର ଏହି ସିଜନ ଅତ୍ୟନ୍ତ ଖରାପ ହୋଇଛି। ବାମହାତି ଏହି ଅଲରାଉଣ୍ଡର ଉଭୟ ବୋଲିଂ...

ମଧ୍ୟାହ୍ନରେ ଘରକୁ ଖାଇବାକୁ ଆସି ନ ଥିଲେ, ପୋଖରୀରେ ବୁଡ଼ି ଚାଲିଗଲା ଚାଷୀଙ୍କ ଜୀବନ

ଦିଗପହଣ୍ଡି,୮।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦସେଇପୁର ଗ୍ରାମର ଜଣେ ଚାଷୀ ଗ୍ରାମ ନିକଟ ଏକ ପୋଖରୀ ରେ ବୁଡି ମୃତ୍ୟୁବରଣ କରିଛନ୍ତି।...

ଟାଓ୍ୱାର ଉପରେ ଚଢ଼ିଗଲେ ଯୁବକ, ଆଉ ତା’ପରେ…

ତରଭା,୮ା୧(ମାନଭଞ୍ଜନ ମିଶ୍ର): ସୁବର୍ଣ୍ଣପୁର ଜିଲା ତରଭା ସହରସ୍ଥିତ ମାରୱାଡି ଧର୍ମଶାଳା ପଛପଟେ ଥିବା ଏକ ଘରୋଇ ମୋବାଇଲ କମ୍ପାନୀ ଟାଓ୍ୱାର ଉପରେ ଗୁରୁବାର ଜଣେ ଯୁବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri