ଜିଲା ପାଇଁ ଗୌରବ: ନ୍ୟାଶନାଲ ସାଇକେଲିଂ ଚାମ୍ପିୟନସିପରେ ଭାଗ ନେବେ ଓଡ଼ିଆ ପୁଅ ୟସରାଜ

ଗଞ୍ଜାମ,୬।୧(ବିଦ୍ୟାଧର ସାହୁ ): ଆସନ୍ତା ଜାନୁଆରୀ ୧୩ରୁ ୧୭ ପର୍ଯ୍ୟନ୍ତ ଝାଡଖଣ୍ଡର ରାଞ୍ଚିଠାରେ ଅନୁଷ୍ଠିତ ହେବ ନ୍ୟାଶନାଲ ସାଇକେଲିଂ ଚାମ୍ପିୟନସିପ । ଏହି ଜାତୀୟ ସାଇକେଲିଂ ଚାମ୍ପିୟନସିପରେ ଭାଗ ନେବେ ଓଡ଼ିଆ ପୁଅ ୟସରାଜ ବାଡ଼ତ୍ୟା । ଆସନ୍ତାକାଲି ଅର୍ଥାତ୍‌ ବୁଧବାର ବିଦ୍ୟାଳୟରୁ କଳିଙ୍ଗ ଷ୍ଟାଡିଅମରେ କୋଚିଂ କ୍ୟାମ୍ପରେ ଯୋଗ ଦେବା ପାଇଁ ଯାତ୍ରା କରିବେ ୟସରାଜ । ପରେ ନ୍ୟାଶନାଲ ଚାମ୍ପିୟନସିପ ପାଇଁ ରାଞ୍ଚି ଅଭିମୁଖେ ଯାତ୍ରା କରିବେ ବୋଲି କହିଛନ୍ତି ଭାରତୀ ବିଦ୍ୟାପୀଠ ହାଇସ୍କୁଲ କ୍ରୀଡା ଶିକ୍ଷକ ପ୍ରୀତି ରଞ୍ଜନ ପ୍ରଧାନ। ୟସରାଜ ଉକ୍ତ ଭାରତୀ ବିଦ୍ୟାପୀଠ ହାଇସ୍କୁଲରେ ନବମ ଶ୍ରେଣୀରେ ପଡୁଛନ୍ତି । ବ୍ରାହ୍ମଣ ଢମଣା ସାହିର ଯୁଧିଷ୍ଠିର ବାଡ଼ତ୍ୟାଙ୍କ ପୁଅ ୟସରାଜ ପିଲା ଦିନରୁ ସାଇକେଲିଂ ପ୍ରତି ମନ ବଳାଇଥିଲେ। ତେଣୁ ସବୁ କ୍ଷେତ୍ରରେ ବାପା ଯୁଧିଷ୍ଠିର ଓ ମା’ ସବିତା ୟସରାଜଙ୍କୁ ସହଯୋଗ କରି ଆସୁଥିଲେ। ଗତ ନଭେମ୍ବର ୩ ଓ ୪ରେ ସୁନ୍ଦରଗଡ଼ ରାଜ୍ୟ ସାଇକେଲିଂ ପ୍ରତିଯୋଗିତାରେ ନ୍ୟାଶନାଲ ଖେଳିବାକୁ ମନୋନୀତ ହୋଇଥିଲେ ୟସରାଜ । ଯାହା ଗଞ୍ଜାମ ଜିଲା ପାଇଁ ଗର୍ବ ଓ ଗୌରବ । ଯେକୌଣସି ଜାତୀୟ ଖେଳରେ ଭାଗ ନେବା ଗୌରବର ବିଷୟ ବୋଲି ଭାରତୀ ବିଦ୍ୟାପୀଠ ହାଇସ୍କୁଲର ବରିଷ୍ଠ କିରାଣୀ ହରିହର ବାରକ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଝାଡ଼ଖଣ୍ଡରରେ ଚାଞ୍ଚଲ୍ୟ: ଗୋରୁ ଚୋରି ଅଭିଯୋଗରେ ମୁସଲମାନ ଯୁବକଙ୍କୁ ପିଟି ହତ୍ୟା

ରାଞ୍ଚି,୮ା୧: ଝାଡ଼ଖଣ୍ଡର ଗୋଡା ଜିଲାରେ ଗୋରୁ ଚୋରି ସନ୍ଦେହରେ ଜଣେ ୪୫ ବର୍ଷୀୟ ମୁସଲମାନ ଯୁବକଙ୍କୁ ପିଟି ହତ୍ୟା କରାଯାଇଛି। ପୋରାୟାହାଟ ଥାନା ଅନ୍ତର୍ଗତ ମାତିହାନି...

ସ୍ତ୍ରୀ, ୨ ଝିଅଙ୍କୁ ହତ୍ୟାକରି ନିଜ ଜୀବନ ହାରିଲେ ବ୍ୟବସାୟୀ

ଚଣ୍ଡିଗଡ଼,୮ା୧: ପଞ୍ଜାବର ଫିରୋଜପୁରରେ ଗୋଟିଏ ପରିବାରର ୪ ଜଣଙ୍କ ମୃତଦେହ ଘରୁ ଉଦ୍ଧାର ହୋଇଛି। ପରିବାରର ମୁଖ୍ୟ ଅମନଦୀପ୍‌ ସିଂ ଜଣେ ବ୍ୟବସାୟୀ। ସେ ଏକ...

ଶୀତ ମହୋତ୍ସବ:ପ୍ରଥମ ଦିନରେ କଳାହାଣ୍ଡି କଟପ୍ପାଙ୍କ ପାରମ୍ପରିକ ନୃତ୍ୟ-ଶୋଭାଯାତ୍ରାରେ ଦର୍ଶକ ମୁଗ୍ଧ

ଦାରିଙ୍ଗବାଡି, ୮।୧ (ଅରୁଣ ସାହୁ ): ବହୁ ପ୍ରତିକ୍ଷିତ ଶୀତ ମହୋତ୍ସବ -୨୦୨୬ ଗୁରୁବାର ଉଦଘାଟିତ ହୋଇଯାଇଛି । କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର...

ଆନ୍ଦୋଳନରୁ ଓହରିଲେ ମିଲର୍ସ

ଜୟପୁର,୮ା୧(ପବନ ପାଣିଗ୍ରାହୀ): ମିଲର୍ସମାନେ ଆନ୍ଦୋଳନରୁ ଓହରିବା ପରେ କୋରାପୁଟ ଜିଲା ଜୟପୁର ଉପଖଣ୍ଡରେ ଧାନ କିଣା ଗୁରୁବାର ସ୍ୱାଭାବିକ ହୋଇଛି। ବର୍ତ୍ତମାନ ସୁଦ୍ଧା ଜିଲାର ୧୦...

ଓଡ଼ିଶାର ଏହି ଜିଲାରେ ହେବ ନୂଆ ମେଗା ଷ୍ଟିଲ୍ ପ୍ଲାଣ୍ଟ, ସୃଷ୍ଟି ହେବ ୧୪ ହଜାରରୁ ଉର୍ଦ୍ଧ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୮ା୧: ଓଡ଼ିଶାର ଶିଳ୍ପାୟନ କ୍ଷେତ୍ରରେ ବିକାଶ ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଜିଲା କେନ୍ଦୁଝରରେ ମେଗା ଷ୍ଟିଲ୍ ପ୍ଲାଣ୍ଟ ପ୍ରତିଷ୍ଠା...

ସତେକି ଦିନିକିଆ ନୁହେଁ ଟେଷ୍ଟ: ଗୋଟିଏ ଉଇକେଟ ପାଇଁ  ଲୁଟାଇଲେ ୩୨୬ ରନ୍‌; ୬ ମ୍ୟାଚ୍‌ରେ ଫେଲ ହେଲେ…

ନୂଆଦିଲ୍ଲୀ,୮।୧: କ୍ରିକେଟର ଅର୍ଜୁନ ତେନ୍ଦୁଲକରଙ୍କ ପାଇଁ ଚଳିତ ବିଜୟ ହଜାରେ ଟ୍ରଫିର ଏହି ସିଜନ ଅତ୍ୟନ୍ତ ଖରାପ ହୋଇଛି। ବାମହାତି ଏହି ଅଲରାଉଣ୍ଡର ଉଭୟ ବୋଲିଂ...

ମଧ୍ୟାହ୍ନରେ ଘରକୁ ଖାଇବାକୁ ଆସି ନ ଥିଲେ, ପୋଖରୀରେ ବୁଡ଼ି ଚାଲିଗଲା ଚାଷୀଙ୍କ ଜୀବନ

ଦିଗପହଣ୍ଡି,୮।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦସେଇପୁର ଗ୍ରାମର ଜଣେ ଚାଷୀ ଗ୍ରାମ ନିକଟ ଏକ ପୋଖରୀ ରେ ବୁଡି ମୃତ୍ୟୁବରଣ କରିଛନ୍ତି।...

ଟାଓ୍ୱାର ଉପରେ ଚଢ଼ିଗଲେ ଯୁବକ, ଆଉ ତା’ପରେ…

ତରଭା,୮ା୧(ମାନଭଞ୍ଜନ ମିଶ୍ର): ସୁବର୍ଣ୍ଣପୁର ଜିଲା ତରଭା ସହରସ୍ଥିତ ମାରୱାଡି ଧର୍ମଶାଳା ପଛପଟେ ଥିବା ଏକ ଘରୋଇ ମୋବାଇଲ କମ୍ପାନୀ ଟାଓ୍ୱାର ଉପରେ ଗୁରୁବାର ଜଣେ ଯୁବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri