ଜନଜାତିଙ୍କ ସମ୍ମେଳନ -୨୦୨୬ ଉଦ୍‌ଯାପିତ: ମୁଖ୍ୟ ଅତିଥିଭାବେ ଯୋଗଦେଇ ପ୍ରକଳ୍ପ ପ୍ରଶାସକ କହିଲେ ପୁଣି ଜଙ୍ଗଲକୁ ବୃଦ୍ଧି କରି…

ଦାରିଙ୍ଗବାଡି, ୬।୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି କାର୍ଯ୍ୟାଳୟ ପରିସର ମଧ୍ୟରେ ସୋମବାର ୨ ଦିନିଆ ଜନଜାତି ସମ୍ମେଳନ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଦ୍ୱିତୀୟ ଦିନରେ ଏହି ଦିବସରେ ପାରମ୍ପରିକ ବିହନର କିଭଳି ପୁନଃରୁଦ୍ଧାର କରାଯାଇପାରିବ ଓ ତାକୁ କିଭଳି ଗଚ୍ଛିତ ରଖାଯାଇପାରିବ ଏବଂ ହଜିଯାଇଥିବା ବିହନକୁ ପୁନଃରୁଦ୍ଧାର କରି ପାରମ୍ପରିକ ଚାଷକୁ ଗୁରୁତ୍ୱ ଦିଆଯିବାକୁ ଗୁରୁତ୍ୱ ଦିଆଯାଇଥିଲା। ସେହିପରି ଜଙ୍ଗଲର ସୁରକ୍ଷା ଗଛ ବଞ୍ଚାଇବା ଦ୍ୱାରା କ’ଣ ଫାଇଦା ତାକୁ ନେଇ ଗୁରୁତ୍ୱ ପ୍ରଦାନ କରାଯାଇଥିଲା। ପାରମ୍ପରିକ ଖାଦ୍ୟ, ପୋଷାକ, ବାଦ୍ୟ ଯନ୍ତ୍ର, କୁଇ ସଙ୍ଗୀତ ଓ ଭାଷାକୁ ବହୁଳ ବ୍ୟବହାର ଓ ହଜିଯାଇଥିବା ଏହି ସବୁକୁ ପୁନଃରୁଦ୍ଧାର ପାଇଁ କିଭଳି ପ୍ରୟାସ କରାଯିବ ସେ ସମ୍ପର୍କରେ ଆଲୋଚନା ହୋଇଥିଲା । ଉଦଯାପନୀ ଉତ୍ସବରେ ବାଲିଗୁଡା ଆଇଟିଡିଏର ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା ମୁଖ୍ୟ ଅତିଥିଭାବେ ଯୋଗଦେଇ ଜନଜାତିଙ୍କ ଏହି ପାରମ୍ପରିକ କୃଷି ଓ ଅନ୍ୟାନ୍ୟକୁ ପୁନଃରୁଦ୍ଧାର କରି ପୁଣି ଜଙ୍ଗଲକୁ ବୃଦ୍ଧି କରି ନିଜ ଜୀବନଜୀବିକାକୁ ସ୍ବାବଲମ୍ବୀ କରିବାକୁ ବାଟ ବତାଇଥିଲେ । ଜୈବିକ ହଳଦୀ, କଫି, ପନିପରିବା, ଶସ୍ୟ ଆଦିକୁ ସେ ଗୁରୁତ୍ୱ ଦେବାକୁ ପରାମର୍ଶ ଦେଇଥିଲେ । କାର୍ଯ୍ୟକ୍ରମକୁ ଜାଗୃତି ସମ୍ପାଦକ କୈଳାଶ ଚନ୍ଦ୍ର ଦଣ୍ଡପାଟ, ଜାଗୃତି କାର୍ଯ୍ୟକ୍ରମ ସଂଯୋଜକ ସଦାନନ୍ଦ ସିଂ, ଧ୍ରୁବ ଚରଣ ନାୟକ, ମନୋଜ ନାୟକ, ପ୍ରଦୀପ କଂହର, ଅନ୍ତରଙ୍ଗ ଯୁବ ମହାସଙ୍ଘର କର୍ମକର୍ତ୍ତାଙ୍କ ସମେତ ଅନ୍ୟମାନେ ପରିଚାଳନା କରିଥିଲେ । କାର୍ଯ୍ୟକ୍ରମରେ ବିଭିନ୍ନ ଉଲ୍ଲେଖନୀୟ କାର୍ଯ୍ୟକ୍ରମ କରି ଜଙ୍ଗଲ ସୁରକ୍ଷା ସମେତ ଜଙ୍ଗଲ ବୃଦ୍ଧି ଗାଁର ବିକାଶ ପାଇଁ କାର୍ଯ୍ୟ ଆଦି କରି ଅଞ୍ଚଳର ବିକାଶରେ ନିଜ ଶ୍ରମ ଦାନ କରିଛନ୍ତି ସେମାନଙ୍କୁ ପ୍ରଂଶସାପତ୍ର ପ୍ରଦାନ କରିବା ସହ ସମ୍ବର୍ଦ୍ଧିତ କରିଥିଲେ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଝାଡ଼ଖଣ୍ଡରରେ ଚାଞ୍ଚଲ୍ୟ: ଗୋରୁ ଚୋରି ଅଭିଯୋଗରେ ମୁସଲମାନ ଯୁବକଙ୍କୁ ପିଟି ହତ୍ୟା

ରାଞ୍ଚି,୮ା୧: ଝାଡ଼ଖଣ୍ଡର ଗୋଡା ଜିଲାରେ ଗୋରୁ ଚୋରି ସନ୍ଦେହରେ ଜଣେ ୪୫ ବର୍ଷୀୟ ମୁସଲମାନ ଯୁବକଙ୍କୁ ପିଟି ହତ୍ୟା କରାଯାଇଛି। ପୋରାୟାହାଟ ଥାନା ଅନ୍ତର୍ଗତ ମାତିହାନି...

ସ୍ତ୍ରୀ, ୨ ଝିଅଙ୍କୁ ହତ୍ୟାକରି ନିଜ ଜୀବନ ହାରିଲେ ବ୍ୟବସାୟୀ

ଚଣ୍ଡିଗଡ଼,୮ା୧: ପଞ୍ଜାବର ଫିରୋଜପୁରରେ ଗୋଟିଏ ପରିବାରର ୪ ଜଣଙ୍କ ମୃତଦେହ ଘରୁ ଉଦ୍ଧାର ହୋଇଛି। ପରିବାରର ମୁଖ୍ୟ ଅମନଦୀପ୍‌ ସିଂ ଜଣେ ବ୍ୟବସାୟୀ। ସେ ଏକ...

ଶୀତ ମହୋତ୍ସବ:ପ୍ରଥମ ଦିନରେ କଳାହାଣ୍ଡି କଟପ୍ପାଙ୍କ ପାରମ୍ପରିକ ନୃତ୍ୟ-ଶୋଭାଯାତ୍ରାରେ ଦର୍ଶକ ମୁଗ୍ଧ

ଦାରିଙ୍ଗବାଡି, ୮।୧ (ଅରୁଣ ସାହୁ ): ବହୁ ପ୍ରତିକ୍ଷିତ ଶୀତ ମହୋତ୍ସବ -୨୦୨୬ ଗୁରୁବାର ଉଦଘାଟିତ ହୋଇଯାଇଛି । କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର...

ଆନ୍ଦୋଳନରୁ ଓହରିଲେ ମିଲର୍ସ

ଜୟପୁର,୮ା୧(ପବନ ପାଣିଗ୍ରାହୀ): ମିଲର୍ସମାନେ ଆନ୍ଦୋଳନରୁ ଓହରିବା ପରେ କୋରାପୁଟ ଜିଲା ଜୟପୁର ଉପଖଣ୍ଡରେ ଧାନ କିଣା ଗୁରୁବାର ସ୍ୱାଭାବିକ ହୋଇଛି। ବର୍ତ୍ତମାନ ସୁଦ୍ଧା ଜିଲାର ୧୦...

ଓଡ଼ିଶାର ଏହି ଜିଲାରେ ହେବ ନୂଆ ମେଗା ଷ୍ଟିଲ୍ ପ୍ଲାଣ୍ଟ, ସୃଷ୍ଟି ହେବ ୧୪ ହଜାରରୁ ଉର୍ଦ୍ଧ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୮ା୧: ଓଡ଼ିଶାର ଶିଳ୍ପାୟନ କ୍ଷେତ୍ରରେ ବିକାଶ ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଜିଲା କେନ୍ଦୁଝରରେ ମେଗା ଷ୍ଟିଲ୍ ପ୍ଲାଣ୍ଟ ପ୍ରତିଷ୍ଠା...

ସତେକି ଦିନିକିଆ ନୁହେଁ ଟେଷ୍ଟ: ଗୋଟିଏ ଉଇକେଟ ପାଇଁ  ଲୁଟାଇଲେ ୩୨୬ ରନ୍‌; ୬ ମ୍ୟାଚ୍‌ରେ ଫେଲ ହେଲେ…

ନୂଆଦିଲ୍ଲୀ,୮।୧: କ୍ରିକେଟର ଅର୍ଜୁନ ତେନ୍ଦୁଲକରଙ୍କ ପାଇଁ ଚଳିତ ବିଜୟ ହଜାରେ ଟ୍ରଫିର ଏହି ସିଜନ ଅତ୍ୟନ୍ତ ଖରାପ ହୋଇଛି। ବାମହାତି ଏହି ଅଲରାଉଣ୍ଡର ଉଭୟ ବୋଲିଂ...

ମଧ୍ୟାହ୍ନରେ ଘରକୁ ଖାଇବାକୁ ଆସି ନ ଥିଲେ, ପୋଖରୀରେ ବୁଡ଼ି ଚାଲିଗଲା ଚାଷୀଙ୍କ ଜୀବନ

ଦିଗପହଣ୍ଡି,୮।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦସେଇପୁର ଗ୍ରାମର ଜଣେ ଚାଷୀ ଗ୍ରାମ ନିକଟ ଏକ ପୋଖରୀ ରେ ବୁଡି ମୃତ୍ୟୁବରଣ କରିଛନ୍ତି।...

ଟାଓ୍ୱାର ଉପରେ ଚଢ଼ିଗଲେ ଯୁବକ, ଆଉ ତା’ପରେ…

ତରଭା,୮ା୧(ମାନଭଞ୍ଜନ ମିଶ୍ର): ସୁବର୍ଣ୍ଣପୁର ଜିଲା ତରଭା ସହରସ୍ଥିତ ମାରୱାଡି ଧର୍ମଶାଳା ପଛପଟେ ଥିବା ଏକ ଘରୋଇ ମୋବାଇଲ କମ୍ପାନୀ ଟାଓ୍ୱାର ଉପରେ ଗୁରୁବାର ଜଣେ ଯୁବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri