କଳାହାଣ୍ଡି ଉତ୍ସବ ‘ଘୁମୁରା’ ୨୦୨୬ ଉଦ୍‌ଘାଟିତ: ପ୍ରଥମ ସନ୍ଧ୍ୟାରେ ଜମିଲା ଲୋକକଳାର ଆସର; କାଲି ଗାଇବେ…

ଥୁଆମୂଳ ରାମପୁର, ୬ା୧ (ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବାବା ଖଣ୍ଡୁଆଳ ଖେଳ ପଡ଼ିଆଠାରେ ମଙ୍ଗଳବାର ଥୁଆମୂଳ ରାମପୁର ବ୍ଲକସ୍ତରୀୟ ୨୮ତମ କଳାହାଣ୍ଡି ଉତ୍ସବ ‘ଘୁମୁରା-୨୦୨୬’ ମହାସମାରୋହରେ ଉଦ୍‌ଘାଟିତ ହୋଇଯାଇଛି। କଳାହାଣ୍ଡି ଉତ୍ସବ ପାଳନ କମିଟି ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅଞ୍ଚଳର କଳା, ସଂସ୍କୃତି ଓ ପରମ୍ପରାର ଝଲକ ଦେଖିବାକୁ ମିଳିଛି। ଉତ୍ସବର ପରମ୍ପରା ଅନୁଯାୟୀ, ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ପୀଠରୁ ଏକ ଭବ୍ୟ ମଶାଲ ଓ କଳସ ଯାତ୍ରା ସହର ପରିକ୍ରମା କରି ଉତ୍ସବ ସ୍ଥଳରେ ପହଞ୍ଚିଥିଲା। ଗୋଷ୍ଠୀ ଉନ୍ନୟନ ଅଧିକାରୀ ଧ୍ରୁବଚରଣ ମୁଦୁଲି ସରକାରୀ କାର୍ଯ୍ୟ ବ୍ୟସ୍ତତା ହେତୁ ଅନୁପସ୍ଥିତ ଥିବାରୁ ତାଙ୍କ ନିର୍ଦ୍ଦେଶକ୍ରମେ ସହକାରୀ ଯନ୍ତ୍ରୀ ସାଲକୋ ହେମ୍ବ୍ରମଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ମା’ଙ୍କୁ ମଞ୍ଚରେ ସ୍ଥାପନା କରାଯାଇଥିଲା। ବ୍ଲକ ଅଧ୍ୟକ୍ଷ ଦୟାନିଧି ମାଝୀଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି ସମାରୋହରେ ସାଂସଦ ପ୍ରତିନିଧି ପବିତ୍ର ନିଏକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ସ୍ଥାନୀୟ ମହାବିଦ୍ୟାଳୟର ଅଧ୍ୟକ୍ଷ ସତ୍ୟନାରାୟଣ ମୁଣ୍ଡଛିନା ମୁଖ୍ୟ ବକ୍ତା ଭାବେ ଯୋଗଦେଇ କଳାହାଣ୍ଡିର ସମୃଦ୍ଧ ଲୋକ ସଂସ୍କୃତି ଉପରେ ସାରଗର୍ଭକ ବକ୍ତବ୍ୟ ପ୍ରଦାନ କରିଥିଲେ। ଉକ୍ତ ଉଦ୍‌ଘାଟନୀ ସନ୍ଧ୍ୟାରେ ସମ୍ମାନିତ ଅତିଥି ଭାବେ ତହସିଲଦାର ସତ୍ୟସନାତନ ପାଣିଗ୍ରାହୀ, ପୂର୍ବତନ ଅତିରିକ୍ତ ତହସିଲଦାର ସନାତନ ମହାରଣା, ଅତିରିକ୍ତ ତହସିଲଦାର ତପନ କୁମାର ପତି, ଲାଞ୍ଜିଗଡ଼ ନିର୍ବାଚନ ମଣ୍ଡଳୀ ବିଜେପି ପ୍ରଭାରୀ ବିଷ୍ଣୁ ନାଏକ, ସ୍ଥାନୀୟ ଥାନା ଅଧିକାରୀ କୈବଲ୍ୟ ସେଠ୍, କର୍ଲାପାଟ ଓଆଇସି ଶ୍ରୀକାନ୍ତ କୋଲକା, ସମିତି ସଭ୍ୟା ପୁଷ୍ପାଞ୍ଜଳି ନାଏକ, ଜିଲା ପରିଷଦ ସଭ୍ୟା ଟୁନି ଖୋସ୍ଲା, କଂଗ୍ରେସ ନେତା ପରମେସ୍ୱର ନାଏକ,ଦେବୀ ଚରଣ ଭାଟି, ସରପଞ୍ଚ ବିଜୟା ମାଝୀ, ବିରଞ୍ଚି ନାଏକ ଓ ଅଭିରାମ ନାଏକ ପ୍ରମୁଖ ଯୋଗଦେଇ ଉତ୍ସବର ଶୁଭାରମ୍ଭ କରିଥିଲେ। ପ୍ରଥମ ଦିବସରେ ବ୍ଲକ ର ବିଭିନ୍ନ ସାଂସ୍କୃତିକ ଦଳ ପକ୍ଷରୁ ମନୋଜ୍ଞ ନୃତ୍ୟ ପରିବେଷିତ ହୋଇଥିବା ବେଳେ ବିଭିନ୍ନ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଏବିଓ ହେମନ୍ତ କୁମାର ପଣ୍ଡା, ଜିପିଡିଓ ବାଲେଶ୍ୱର ନାଏକ ଓ ଅଧ୍ୟାପକ ବବ୍ରୁବାହାନ ବୁଦ୍ଧିଆ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ତେବେ ବୁଧବାର ଦ୍ୱିତୀୟ ସନ୍ଧ୍ୟାର ମୁଖ୍ୟ ଆକର୍ଷଣ ସାଜିବେ ଓଡ଼ିଶାର ଲୋକପ୍ରିୟ କଣ୍ଠଶିଳ୍ପୀ ତୃପ୍ତିରେଖା ପାଢ଼ୀ। ତାଙ୍କ ସଙ୍ଗୀତ କାର୍ଯ୍ୟକ୍ରମକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଉତ୍ସାହ ଦ୍ୱିଗୁଣିତ ହୋଇଛି। ପ୍ରଶାସନ ଓ ପୋଲିସ ପକ୍ଷରୁ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବ:ପ୍ରଥମ ଦିନରେ କଳାହାଣ୍ଡି କଟପ୍ପାଙ୍କ ପାରମ୍ପରିକ ନୃତ୍ୟ-ଶୋଭାଯାତ୍ରାରେ ଦର୍ଶକ ମୁଗ୍ଧ

ଦାରିଙ୍ଗବାଡି, ୮।୧ (ଅରୁଣ ସାହୁ ): ବହୁ ପ୍ରତିକ୍ଷିତ ଶୀତ ମହୋତ୍ସବ -୨୦୨୬ ଗୁରୁବାର ଉଦଘାଟିତ ହୋଇଯାଇଛି । କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର...

ଆନ୍ଦୋଳନରୁ ଓହରିଲେ ମିଲର୍ସ

ଜୟପୁର,୮ା୧(ପବନ ପାଣିଗ୍ରାହୀ): ମିଲର୍ସମାନେ ଆନ୍ଦୋଳନରୁ ଓହରିବା ପରେ କୋରାପୁଟ ଜିଲା ଜୟପୁର ଉପଖଣ୍ଡରେ ଧାନ କିଣା ଗୁରୁବାର ସ୍ୱାଭାବିକ ହୋଇଛି। ବର୍ତ୍ତମାନ ସୁଦ୍ଧା ଜିଲାର ୧୦...

ଓଡ଼ିଶାର ଏହି ଜିଲାରେ ହେବ ନୂଆ ମେଗା ଷ୍ଟିଲ୍ ପ୍ଲାଣ୍ଟ, ସୃଷ୍ଟି ହେବ ୧୪ ହଜାରରୁ ଉର୍ଦ୍ଧ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୮ା୧: ଓଡ଼ିଶାର ଶିଳ୍ପାୟନ କ୍ଷେତ୍ରରେ ବିକାଶ ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଜିଲା କେନ୍ଦୁଝରରେ ମେଗା ଷ୍ଟିଲ୍ ପ୍ଲାଣ୍ଟ ପ୍ରତିଷ୍ଠା...

ମଧ୍ୟାହ୍ନରେ ଘରକୁ ଖାଇବାକୁ ଆସି ନ ଥିଲେ, ପୋଖରୀରେ ବୁଡ଼ି ଚାଲିଗଲା ଚାଷୀଙ୍କ ଜୀବନ

ଦିଗପହଣ୍ଡି,୮।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦସେଇପୁର ଗ୍ରାମର ଜଣେ ଚାଷୀ ଗ୍ରାମ ନିକଟ ଏକ ପୋଖରୀ ରେ ବୁଡି ମୃତ୍ୟୁବରଣ କରିଛନ୍ତି।...

ଟାଓ୍ୱାର ଉପରେ ଚଢ଼ିଗଲେ ଯୁବକ, ଆଉ ତା’ପରେ…

ତରଭା,୮ା୧(ମାନଭଞ୍ଜନ ମିଶ୍ର): ସୁବର୍ଣ୍ଣପୁର ଜିଲା ତରଭା ସହରସ୍ଥିତ ମାରୱାଡି ଧର୍ମଶାଳା ପଛପଟେ ଥିବା ଏକ ଘରୋଇ ମୋବାଇଲ କମ୍ପାନୀ ଟାଓ୍ୱାର ଉପରେ ଗୁରୁବାର ଜଣେ ଯୁବକ...

ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି, ପ୍ରଥମ ଦିନରେ…

ଦିଗପହଣ୍ଡି,୮ା୧(ଅଶେଷ ନାଥ ମିଶ୍ର)-ଗଞ୍ଜାମ ଜିଲା ଦିଗପହଣ୍ଡି ପ୍ରାଥମିକ ସେବା ସମବାୟ ସମିତି ପରିସରରେ ଗୁରୁବାର ଧାନମଣ୍ଡି ଉଦଘାଟିତ ହୋଇଯାଇଛି। ସମବାୟ ସମ୍ପାଦକ ସୁରେଶ କୁମାର ନନ୍ଦଙ୍କ...

ଚୂନଘାଟି ଜଙ୍ଗଲରେ ପଡ଼ିଛି ଯୁବକଙ୍କ ଦରପୋଡ଼ା ମୃତଦେହ, ପରିଚୟ ମିଳିବା ପରେ ପୋଲିସ… 

ବାଲିଗୁଡା, ୮।୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ଥାନା ଚକାପାଦ ବ୍ଲକର ଲାଇନପଡ଼ା-ପସରା ଗ୍ରାମ ରାସ୍ତାରେ ଥିବା ଚୂନଘାଟି ଜଙ୍ଗଲରୁ...

ସନ୍ଧ୍ୟା ହେଲେ ଜନବସତିକୁ ମାଡି ଆସୁଛନ୍ତି ହାତୀପଲ, ଚିନ୍ତାରେ ସାନଖେମୁଣ୍ଡି ଚାଷୀ

ଦିଗପହଣ୍ଡି,୮ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆମ୍ବଗାଁ, ନୂଆଗଡ, ପଳାସପୁର ଆଦି ଗ୍ରାମଗୁଡ଼ିକରେ ପ୍ରାୟ ୧ ମାସ ହେଲା ହାତୀ ଉପଦ୍ରବ ଜାରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri