ଏପ୍ରିଲ ପହିଲା ଯାଏ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ କୋହଳ, ଟୋଲ ଗେଟରେ ବି….

କଟକ,୯।୧(କାର୍ତ୍ତିକ ସାହୁ): ବାଣିଜ୍ୟ ଓ ପରିବହନ ବିଭାଗ ମନ୍ତ୍ରୀ ବିଭୂତିଭୂଷଣ ଜେନା ପ୍ରଦୂଷଣ ଯାଞ୍ଚ ଓ ଜରିମାନାକୁ ନେଇ ଗୁରୁବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ପ୍ରଦୂଷଣ ଯାଞ୍ଚ ପାଇଁ ଜନସାଧାରଣଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ଆସନ୍ତା ଏପ୍ରିଲ ପହିଲା ପର୍ଯ୍ୟନ୍ତ ପ୍ରଦୂଷଣ ସାର୍ଟିଫିକେଟ ନଥିଲେ ଜରିମାନା ନଲଗାଇବାକୁ ରାଜ୍ୟ ପରିବହନ ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି ।
ଟୋଲ ଗେଟରେ ଇ-ଡିଟେକ୍ସନରେ କଟୁଥିବା ଏ ସମ୍ବନ୍ଧୀୟ ଜରିମାନାକୁ ମଧ୍ୟ ସ୍ଥଗିତ ରଖିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ସେହିଭଳି ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ମୋଟରଯାନ ଆଇନ ଅନୁଯାୟୀ ଲାଗୁ ହେଉଥିବା ୧୦ ହଜାର ଟଙ୍କା ଜରିମାନାକୁ ହ୍ରାସ କରିବା ଦିଗରେ ତର୍ଜମା କରିବାକୁ ମଧ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।
ମନ୍ତ୍ରୀ ଜେନା କହିଛନ୍ତି, ଗାଡ଼ିର ପ୍ରଦୂଷଣ ଯାଞ୍ଚ କରିବା ସମସ୍ତଙ୍କ ଦାୟିତ୍ୱ। ବାୟୁ ଗୁଣବତ୍ତା ଦିନକୁ ଦିନ ଖରାପ ହେଉଛି। ଏହାର ସୁଧାର ଦିଗରେ କାର୍ଯ୍ୟ କରିବା ଆମ ସମସ୍ତଙ୍କ କର୍ତ୍ତବ୍ୟ। ସେଥିପାଇଁ ପରିବହନରେ ପରିବେଶ ସୁରକ୍ଷାକୁ ଲକ୍ଷ୍ୟ ରଖି ପ୍ରଦୂଷଣ ଯାଞ୍ଚ ପାଇଁ କଠୋର ଆଭିମୁଖ୍ୟ ଗ୍ରହଣ କରାଯାଇଛି।

ମୋଟରଯାନ ଆଇନ ଅନୁଯାୟୀ ଏହା ବାଧ୍ୟତାମୂଳକ। ଓଡ଼ିଶାରେ ମାତ୍ର ୨୧ ପ୍ରତିଶତ ଗାଡ଼ିର ପ୍ରଦୂଷଣ ପ୍ରମାଣପତ୍ର ରହିଛି। ଅନେକ ଗାଡ଼ି ଏହି ନିୟମର ବ୍ୟାପକ ଉଲ୍ଲଂଘନ କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ଏ ଦିଗରେ ସଚେତନତା ବୃଦ୍ଧି କରିବାକୁ ପ୍ରଦୂଷଣ ପ୍ରମାଣପତ୍ରକୁ ଗୁରୁତ୍ୱ ଦିଆଯାଇଛି। ତେବେ ଜନସାଧାରଣ ଏଥିପାଇଁ ସମସ୍ୟାର ସମ୍ମୁଖୀନ ହେଉଥିବା ଦୃଷ୍ଟିକୁ ଆସିବାରୁ ଲୋକଙ୍କ ସୁବିଧା ପାଇଁ କୋହଳ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏହି ସମୟ ଅବଧିରେ ପ୍ରଦୂଷଣ ପ୍ରମାଣପତ୍ର କରାଇ ନେବାକୁ ମନ୍ତ୍ରୀ ଜେନା କହିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଓ ଗଣଶିକ୍ଷା ବିଭାଗ ବଡ଼ ନିଷ୍ପତ୍ତି: ଏଣିକି ଛାତ୍ରୀଛାତ୍ର ବିଦ୍ୟାଳୟକୁ ନିୟମିତ ନ ଗଲେ…

ଭୁବନେଶ୍ୱର,୧୦।୧: ସ୍କୁଲ ଓ ଗଣଶିକ୍ଷା ବିଭାଗ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଛାତ୍ରୀଛାତ୍ର ବିଦ୍ୟାଳୟକୁ ନିୟମିତ ନ ଗଲେ ଘରକୁ ଯିବେ ସ୍କୁଲ କର୍ତ୍ତୃପକ୍ଷ। ସପ୍ତାହେ...

ବ୍ଲକ ପ୍ରଶାସନ ଉପରେ ବର୍ଷିଲା କଳାକାର ସଂଘ: ଦେଲା ଏମିତି ଚେତାବନୀ, କଳାକାର ଭତ୍ତା ବନ୍ଦ ହେଲେ…

ଲୋଇସିଂହା, ୧୦।୧ (ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକସ୍ତରୀୟ ଲୋକ ଉତ୍ସବ ସ୍ଥାନୀୟ ସାପ୍ତାହିକ ବଜାର ପଡିଆରେ ବୁଧବାର ଅନୁଷ୍ଠିତ ହୋଇଥିଲା। ଏଥିରେ କିଛି...

ମୋକିମ୍‌ଙ୍କ ବଡ଼ ଘୋଷଣା: ମାର୍ଚ୍ଚ ଶେଷ ସୁଦ୍ଧା…

ଭୁବନେଶ୍ୱର,୧୦।୧: ନୂଆ ଦଳ ଗଠନ ନେଇ ମହମ୍ମଦ ମୋକିମ୍‌ ବଡ଼ ସୂଚନା ଦେଇଛନ୍ତି। ମୋକିମ୍‌ କହିଛନ୍ତି, ମାର୍ଚ୍ଚ ଶେଷ ସୁଦ୍ଧା ନୂଆ ଦଳ ଘୋଷଣା ହେବ।...

ସ୍କୁଲ ପରିସରରୁ ୩ ଛାତ୍ରୀ ନିଖୋଜ ଘଟଣା: ୫ ଘଣ୍ଟା ପରେ ଏକ କୁଡ଼ିଆରୁ…

ଜୟପୁର, ୧୦।୧(ପବନ ପାଣିଗ୍ରାହୀ): ବୋରିଗୁମ୍ମା ପଢେଇ ଗୁଡା ଆଶ୍ରମ ବିଦ୍ୟାଳୟ ପରିସରରୁ ଗତକାଲିଠୁ ନିଖୋଜ ଥିବା ୩ ଛାତ୍ରୀ ଉଦ୍ଧାର ହୋଇଛନ୍ତି। ୫ ଘଣ୍ଟା ପରେ...

ମନମୋହିଲା କୁନି କୁନି ପିଲାଙ୍କ ନୃତ୍ୟ: ବିଧାୟକ କହିଲେ…

ଗଞ୍ଜାମ,୧୦।୧(ବିଦ୍ୟାଧର ସାହୁ):ଗଞ୍ଜାମ ସହରର ବହୁ ପୁରାତନ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପକ୍ଷରୁ ଷୋଡବିଂଶ ବାର୍ଷିକ ଉତ୍ସବ ମହାଆଡମ୍ବରରେ ପାଳିତ ହୋଇଛି। ଅତିଥି ଭାବେ ଛତ୍ରପୁର ନିର୍ବାଚନ...

କ୍ଷତିପୂରଣ ଦାବିରେ ରାସ୍ତାରୋକୋ: ପ୍ରଶାସନ-ପୋଲିସର ପ୍ରତିଶ୍ରୁତି ପରେ ହଟିଲା…

ବଲାଙ୍ଗୀର, ୯।୧( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ପଥରଚେପା ଗାଁ ପୋଖରୀରେ ଶୁକ୍ରବାର ସକାଳୁ ଏକ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି...

ଗୋରୁ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ: ଜଣଙ୍କ ଜୀବନ ଗଲା,ଅନେକ ଗୋରୁ…

ମାଧପୁର,୧୦।୧(ମନୋଜ କୁମାର ପ୍ରଧାନ): ଅନୁଗୋଳ ଜିଲା କିଆକଟା ଥାନା ଅନ୍ତର୍ଗତ ପନ୍ଥେଇ ନିକଟରେ ଏକ ଗୋରୁ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଏହି ଦୁର୍ଘଟଣାରେ ଜଣଙ୍କ...

ମନ୍ଥର ଗତିରେ ଚାଲିଛି ଧାନ ସଂଗ୍ରହ

ଭବାନୀପାଟଣା, ୧୦।୧ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ମନ୍ଥର ଗତିରେ ଚାଲୁଥିବା ଦେଖିବାକୁ ମିଳିଛି। ଗତ ୫ ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri