ବାଜି ମାରିଲେ ଷଷ୍ଠ ଶ୍ରେଣୀ ଛାତ୍ରୀ ଆରାଧ୍ୟା ଅଗ୍ରୱାଲ, ଅଣ୍ଡର୧୩ ମହିଳା ଚେସ ଚ୍ୟାମ୍ପିୟନଶିପରେ କଲେ କମାଲ

ବରଗଡ,୧୨।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଅବସ୍ଥିତ ସଂସ୍କାର ଇଣ୍ଟରନ୍ୟାଶନାଲ ସ୍କୁଲର ଷଷ୍ଠ ଶ୍ରେଣୀ ଛାତ୍ରୀ ଆରାଧ୍ୟା ଅଗ୍ରୱାଲଙ୍କୁ ଅଲ ଓଡ଼ିଶା ଅଣ୍ଡର୧୩ ବେଷ୍ଟ ବରଗଡ଼ ଚେସ ଚାମ୍ପିୟନଶିପ ପୁରସ୍କାର ପ୍ରଦାନ କରାଯାଇଛି। ଏହି ଅଲ ଓଡ଼ିଶା ଚେସ ଚାମ୍ପିୟନଶିପ ଫର୍‌ ୱିମେନ ଗତ ୧୦ତାରିଖରୁ ୧୧ତାରିଖ ପର୍ଯ୍ୟନ୍ତ ୨ଦିନ ଧରି ସ୍ଥାନୀୟ ଇମ୍ପିରିଆଲ କଲେଜରେ ଅନୁଷ୍ଠିତ ହୋଇଥିଲା। ଏଥିରେ ରାଜ୍ୟର ବଲାଙ୍ଗୀର, ସୁନ୍ଦରଗଡ଼, ବରଗଡ଼, ଗଞ୍ଜାମ, କଟକ, ଭୁବନେଶ୍ୱର, ଅନୁଗୋଳ ଆଦି ଜିଲାର ବିଭିନ୍ନ ବିଦ୍ୟାଳୟରୁ ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ। ସଂସ୍କାର ଇଣ୍ଟରନ୍ୟାଶନାଲ ସ୍କୁଲରୁ ଷଷ୍ଠ ଶ୍ରେଣୀର ଆରାଧ୍ୟା ଅଗ୍ରୱାଲ ଓ ସପ୍ତମ ଶ୍ରେଣୀର ଆରାଧ୍ୟା ଲାଠ ମଧ୍ୟ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ସଂସ୍କାର ଇଣ୍ଟରନ୍ୟାଶନାଲ ସ୍କୁଲର ଛାତ୍ରୀ ଆରାଧ୍ୟା ଅଗ୍ରୱାଲ ଅନେକ ରାଉଣ୍ଡରେ ନିଜ ପ୍ରତିଦ୍ୱନ୍ଦ୍ୱୀମାନଙ୍କୁ ପରାଜିତ କରି ବରଗଡ଼ ଜିଲାର ଅଣ୍ଡର୧୩ ମହିଳା ଚେସ ଚ୍ୟାମ୍ପିୟନଶିପ ପଦବୀ ଅଧିକାର କରିଥିଲେ। ଏହି ଅବସରରେ ଉପସ୍ଥିତ ଟୁର୍ନାମେଣ୍ଟ ଡାଇରେକ୍ଟର କେ.ଆର. ପ୍ରଧାନ (ସେକ୍ରେଟାରୀ, ବି.ସି.ଡି.ଏ), ଚିଫ୍‌ ଆର୍ବିଟର ଆଇ.ଏ. ଭାବେଶ ମହାନ୍ତି ଓ ଡେପୁଟି ଚିଫ ଆର୍ବିଟର ଏଫ.ଏ. ବିଘ୍ନେଶ୍ୱର ଯୋଶୀ ସ୍ମୃତିଫଳକ ଓ ପଦକ ପ୍ରଦାନ କରି ଚାମ୍ପିୟନ ଆରାଧ୍ୟା ଅଗ୍ରୱାଲଙ୍କୁ ଉତ୍ସାହିତ କରିଥିଲେ। ସେହିପରି ଅନ୍ୟତମ ଛାତ୍ରୀ ଆରାଧ୍ୟା ଲାଠଙ୍କୁ ମଧ୍ୟ ଅଂଶଗ୍ରହଣ ପାଇଁ ପଦକ ପ୍ରଦାନ କରାଯାଇଥିଲା। ବିଦ୍ୟାଳୟର ପରିଚାଳନା ସମିତି ଉଭୟ ଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଚାଲି ଚାଲି ଯାଉଥିବାବେଳେ ଯୁବକଙ୍କୁ ଧକ୍କା ଦେଲା ହାଇୱା: ଘଟଣାସ୍ଥଳରେ…

ଭଞ୍ଜନଗର,୧୨।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଗରୁଡ଼ପଥରରେ ସୋମବାର ଅପରାହ୍ନରେ ଏକ ହାଇୱା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ସେ...

ଏନଏସ୍‌ଏସ୍‌ ସତନ୍ତ୍ର ସେବା ଶିବିର ଉଦ୍‌ଘାଟିତ: ଛାତ୍ରୀଛାତ୍ରଙ୍କ ସହ ସଫେଇ କଲେ ଡିଏଫ୍‌ଓ, ଦେଲେ ଏମିତି ପରାମର୍ଶ…

ଭଞ୍ଜନଗର,୧୨।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଶାଖା ୧ ଓ ୨ ପକ୍ଷରୁ ସୋମବାର...

ଯାଇଥିଲେ ଶ୍ୱଶୁର ଘର, ଘରେ କେହି ନ ଥିବା ସୁଯୋଗ ନେଇ ଲୁଟିନେଲେ…

ବୈଶିଙ୍ଗା,୧୨।୧(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଦୁର୍ଗାପୁର ଗ୍ରାମରେ ଘଟିଯାଇଛି ଏକ ଅଭାବନୀୟ ଘଟଣା। ପରିବାର ଲୋକେ ଘରେ କେହି ନ ଥିବା...

କୁନ୍ଦୁରା-ଜୟପୁରକୁ ଗଡ଼ିଲା ସରକାରୀ ବସ: ପୂରଣ ହେଲା ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ଦାବି

କୁନ୍ଦୁରା,୧୨ା୧,(ସନ୍ତୋଷ ପ୍ରହରାଜ): କୁନ୍ଦୁରା ବ୍ଲକବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟିଛି। କୋଟପାଡ଼ ବିଧାୟକ ରୂପୁ ଭତ୍ରାଙ୍କ ପ୍ରଚେଷ୍ଟାରେ କୁନ୍ଦୁରା ବ୍ଲକର ପଖନାଗୁଡ଼ା ଠାରୁ ବ୍ୟବସାୟିକ...

ମୟୂରଭଞ୍ଜରେ ଚାଞ୍ଚଲ୍ୟ: ବୃଦ୍ଧାଙ୍କୁ ବଳାତ୍କାର ପରେ ପଥରରେ ଛେଚି…

ଉଦଳା, ୧୨।୧(ସନ୍ତୋଷ କୁମାର ବାଚ୍ଛିନୀ): ପଡ଼ୋଶୀ ସାଜିଲା ନର ରାକ୍ଷସ। ନିଜ ଯୌନ ଲାଳସା ପୂରଣ କରିବା ପରେ ବୃଦ୍ଧାଙ୍କୁ ପଥରରେ ଛେଚି କରିଲେ ହତ୍ୟା।...

ଅସୀମା ପଣ୍ଡାଙ୍କ ଫଟୋ ଉଠାଇବାକୁ ନେଇ ୨ ଗୋଷ୍ଠୀ ବାଡାବାଡି: ଥାନାରେ ଅଭିଯୋଗ ପରେ…

ଦାରିଙ୍ଗବାଡି, ୧୨/୧ (ଅରୁଣ ସାହୁ ): ମହୋତ୍ସବ ଦେଖିବାକୁ ଆସିଥିବା ଜଣେ ଯୁବକଙ୍କୁ ଅନ୍ୟ ୨ ଜଣ ଯୁବକ ପ୍ରବଳ ମାଡ଼ ମାରିବା ସହ ହତ୍ୟା...

ଗାଡି ଭିତରକୁ ଟାଣି ନେଲେ, ମଦ ପିଆଇ ଯୁବତୀଙ୍କୁ କଲେ ଗଣବଳାତ୍କାର, ସାହସିକତା ଦେଖାଇ ଅଭିଯୁକ୍ତ ଶୋଇଥିବାବେଳେ…

ନୂଆଦିଲ୍ଲୀ, ୧୨।୧: ବିହାରର ପୂର୍ଣ୍ଣିଆରେ ମାନବତାକୁ ଲଜ୍ଜିତ କରୁଥିବା ଏକ ଘଟଣା ସାମ୍ନାକୁ ଆସିଛି। ଛଅ ଜଣ ନୃଶଂସ ବ୍ୟକ୍ତି ଜଣେ ଯୁବତୀଙ୍କୁ ରାସ୍ତାରୁ ଅପହରଣ...

ସିମନବାଡି ମୁଖ୍ୟ ଛକରେ ଷଣ୍ଢ ଉପଦ୍ରବ, ଖାଦ୍ୟ ପାଇଁ ଲଢେଇ

ଦାରିଙ୍ଗବାଡି,୧୨।୧ (ଅରୁଣ ସାହୁ ): ଚରି ବୁଲି ଖାଉଥା ମୋର ହୋଇ ରହିଥା ଏଭଳି ଉକ୍ତିରେ ଏବେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri