ଭୁବନେଶ୍ୱର,୧୪।୧: ପୁଣି ଉପାସ ରହିଲେ ମହାପ୍ରଭୁ ଲିଙ୍ଗରାଜ। ମକର ସଂକ୍ରାନ୍ତିରେ ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି। ମଙ୍ଗଳବାର ସଂଧ୍ୟାରୁ ବନ୍ଦ ଅଛି ନୀତିକାନ୍ତି। ବଡୁ ଓ ସୁଆର ନିଯୋଗ ବିବାଦ ଯୋଗୁଁ ଉପାସରେ ଲିଙ୍ଗରାଜ ରହିଛନ୍ତି। ଏବେ ଯାଏଁ ବାବା ଲିଙ୍ଗରାଜଙ୍କ ପାଖରେ ଲାଗିପାରିନି ଭୋଗ। ମଙ୍ଗଳବାର କ୍ଷୀର ଆଉଟା ନୀତିକୁ ନେଇ ବିବାଦ ଲାଗିରହିଛି। କ୍ଷୀର ଆଉଟା ନୀତି କିଏ କରିବ ତାକୁ ନେଇ ଟଣାଓଟରା ହୋଇଛନ୍ତି।


