ଲୋମ ଟାଙ୍କୁରି ଉଠିବ…ଟ୍ରେନ୍‌ରୁ ଉଠାଇ ନେଇ କରେଣ୍ଟ ଦେଲେ, ତେଲ ଢାଳି ଦିଆସିଲି ମାରିଦେଲେ ଦାଦନ…

ଖଡ଼ିଆଳ,୧୬ା୧: ( ସୁଜିତ କୁମାର ପ୍ରଧାନ) : ନୂଆପଡ଼ା ଜିଲା ଖଡ଼ଆଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି ।  ଶ୍ରମିକଙ୍କ ପ୍ରତି ଦାଦନ ସର୍ଦ୍ଦାରର ବର୍ବରକାଣ୍ଡ ଦେଖିବାକୁ ମିଳିଛି । ଟ୍ରେନ୍‌ରୁ ଶ୍ରମିକକୁ ଉଠାଇ ନେଇ କରେଣ୍ଟ ଦେବା ପରେ କିଛି ତୈଳ ପଦାର୍ଥ ଦେହରେ ଢାଳି ଦିଆସିଲି ମାରିଦଇଥିବା ଅଭିଯୋଗ ହୋଇଛି । ଏଥିରେ ପୀଡ଼ିତଙ୍କ ଶରୀରର ୭୦ ପ୍ରତିଶତ ପୋଡ଼ିଯାଇଛି । ଏବେ ସେ ନୂଆପଡ଼ା ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି ।

ସୂଚନା ଅନୁସାରେ, ନୂଆପଡ଼ା ଜିଲ୍ଲା ଖଡ଼ିଆଳ ଥାନା ଜୁନାପାଣି ଖଲିଆଭଟା ଗାଁର ବିଦ୍ୟାଧର ମାଝୀ (୫୦), ତାଙ୍କ ପୁଅ ଅଜୟ ମାଝୀ ଓ ଗାଁର ୫/୬ ଜଣ ବ୍ୟକ୍ତି ଅଗ୍ରିମ ଟଙ୍କା ନେଇ ୩ ମାସ ତଳେ ସ୍ଥାନୀୟ ଦଲାଲ ହିତେଶ କୁମାରଙ୍କ ଜରିଆରେ ଆନ୍ଧ୍ରପ୍ରଦେଶ ଅଲ୍ଲାନାମ ଅଞ୍ଚଳର ଏଆର୍ ମାଧବଙ୍କ ଇଟାଭାଟିରେ କାମ କରୁଥିଲେ। କିଛିଦିନ ତଳେ ବିଦ୍ୟାଧର ଇଟାଭାଟି ମାଲିକଙ୍କୁ ନକହି ଲୁଚି କରି ସିକନ୍ଦରାବାଦରୁ ଟ୍ରେନ୍‌ରେ ବିଶାଖାପାଟଣା ଆସୁଥିଲେ । ଇଟାଭାଟି ମାଲିକ ଜାଣିବା ପରେ ବିଦ୍ୟାଧରଙ୍କୁ ଧରି ଆଣିବା ପାଇଁ ତାଙ୍କ ସର୍ଦ୍ଦାର ସହ ୩-୪ ଜଣ ଯୁବକଙ୍କୁ ପଠାଇଥିଲେ।
ସମ୍ପୃକ୍ତ ଯୁବକମାନେ ବିଦ୍ୟାଧରଙ୍କ ପିଛା କରି ଶ୍ରୀକାକୁଲମ୍‌ ୧୦୦ କିମି ଦୂର ଏକ ଷ୍ଟେସନରୁ ତାଙ୍କୁ ଧରିଥିଲେ। ଜୀବନ ପ୍ରତି ବିପଦ ଥିବା ଆଶଙ୍କାରେ ବିଦ୍ୟାଧର ଦୌଡ଼ି ପଳାଇବାକୁ ଉଦ୍ୟମ କରିଥିଲେ। ମାତ୍ର ସମ୍ପୃକ୍ତ ଯୁବକମାନେ ତାଙ୍କୁ ଧରି ନିକଟରେ ଥିବା ଏକ ବିଦ୍ୟୁତ୍ ଟ୍ରାନ୍ସଫର୍ମର ପାଖକୁ ନେଇ କରେଣ୍ଟ ଦେଇଥିଲେ। ପରେ ଏକ ତୈଳ ଜାତୀୟ ପଦାର୍ଥ ତାଙ୍କ ଉପରେ ଢାଳି ଦିଆସିଲି ମାରି ଦେଇଥିଲେ । ବିଦ୍ୟାଧର ଚିତ୍କାର କରିବାରୁ ସେମାନେ ଫେରାର ହୋଇ ଯାଇଥିଲେ। ରେଳବାଇ ପୋଲିସ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଶ୍ରୀକାକୁଲମ ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରିବା ସହ ପରିବାର ଲୋକଙ୍କୁ ଖବର ଦେଇଥିଲା।

ପରିବାର ଲୋକ ସେଠାରେ ପହଞ୍ଚିବା ପରେ ଡାକ୍ତର ଅଧିକ ଚିକିତ୍ସା ପାଇଁ ଅନ୍ୟତ୍ର ନେବାକୁ ପରାମର୍ଶ ଦେଇଥିଲେ । ତେବେ ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବାରୁ ସେମାନେ ଅନ୍ୟ ବଡ଼ ଡାକ୍ତରଖାନାକୁ ନେଇ ନପାରି ନୂଆପଡ଼ା ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ଆଣି ଭର୍ତ୍ତି କରିଛନ୍ତି । ବର୍ତ୍ତମାନ ସେ ଜୀବନ ସହ ସଂଗ୍ରାମ କରୁଛନ୍ତି । ଖଡ଼ିଆଳ କଂଗ୍ରେସ ନେତା କମଳଚରଣ ତାଣ୍ଡି ଜିଲ୍ଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରି ଶ୍ରମିକଙ୍କୁ ଚିକିତ୍ସା ସହାୟତା, ଇଟାଭାଟି ମାଲିକ ଓ ସ୍ଥାନୀୟ ଦଲାଲଙ୍କ ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ପଛରେ ଚାଲିଥିଲା ଭୟଙ୍କର ଷଡ଼ଯନ୍ତ୍ର: ବଡ଼ ଗୁମର ଖୋଲିଲେ ଏହି ନେତା

ଭୁବନେଶ୍ୱର,୧୭।୧: ବିଜେଡି ନିକଟରେ ଦଳରୁ କିଛି ଟାଣୁଆ ନେତାଙ୍କୁ ନିଲମ୍ବନ କରିବା ପରେ ମୁଁହ ଖୋଲିଲେ ଲେନିନ ମହାନ୍ତି। ସେ କହିଛନ୍ତି, ମିଡ ଡେ’ ଅପରେଶନ...

ଗିରଫ ଭୟରେ ଛାନିଆ ହେଲେ ନିଶା: ପହଞ୍ଚିଲେ ହାଇକୋର୍ଟ

କଟକ,୧୭।୧: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଆଇଟମ ଗର୍ଲ ନିଶା ମହାରଣା। ହାଇକୋର୍ଟରେ ନିଶା ଆଗୁଆ ଜାମିନ ଆବେଦନ କରିଥିବା ଜଣାପଡିଛି। ବଲାଙ୍ଗୀର ସଦର ଥାନା ମାମଲାରେ...

ଦ୍ୱିତୀୟ ସ୍ତ୍ରୀ ପାଇବେନି ସରକାରୀ ପେନସନ: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

କଟକ,୧୭।୧: ଦ୍ୱିତୀୟ ସ୍ତ୍ରୀ ପାଇବେନି ସରକାରୀ ପେନସନ । ଜଣେ ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ତାଙ୍କର ଦ୍ୱିତୀୟ ସ୍ତ୍ରୀ ପରିବାର ପେନସନ ବା ‘ଫ୍ୟାମିଲି...

ଓଡ଼ିଶାରେ ବଢୁଛି ମଟନ୍‌ର ଚାହିଦା: ବର୍ଷକୁ ଏତିକି ଟଙ୍କାର ମାଂସ ଖାଇଯାଉଛନ୍ତି ରାଜ୍ୟବାସୀ

ଭୁବନେଶ୍ୱର,୧୭।୧: ଓଡ଼ିଶାରେ ଛେଳି ମାଂସ ଅର୍ଥାତ୍‌ ମଟନ୍‌ର ଚାହିଦା ବଢ଼ି ବଢି ଚାଲିଛି। ରାଜ୍ୟରେ ଛେଳି ମାଂସର ଆବଶ୍ୟକତା ଉତ୍ପାଦନଠାରୁ ଅଧିକ। ସେଥିପାଇଁ ମାଛ, ଅଣ୍ଡା...

ଆଲିବାଗରେ କୋଟି କୋଟି ଟଙ୍କାର ସମ୍ପତ୍ତି କିଣିଲେ ବିରାଟ-ଅନୁଷ୍କା

ନୂଆଦିଲ୍ଲୀ,୧୭।୧: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମା ମହାରାଷ୍ଟ୍ରର ଆଲିବାଗରେ ଜମି କିଣିଛନ୍ତି। ସେମାନଙ୍କର ପୂର୍ବରୁ ଆଲିବାଗରେ ଏକ...

ଗୋ ମାଫିଆଙ୍କ ଘରେ ରେଡ୍‌: ବିପୁଳ ପରିମାଣର ବେଆଇନ ସମ୍ପତ୍ତି ଜବତ

ପାଟଣା,୧୭।୧(ବୀର କିଶୋର ଦାଶ): କେନ୍ଦୁଝର ପୋଲିସରର ଏକାଧିକ ଦଳ ଶନିବାର ୪୬ଟି ସ୍ଥାନରେ ବେଆଇନ ଗୋରୁ ବ୍ୟବସାୟୀଙ୍କ ବାସଭବନ ଉପରେ ସମନ୍ବିତ ଚଢାଉ କରିଛନ୍ତିି ।...

ଇରାନର ଏକ ବଡ଼ ନିଷ୍ପତ୍ତିକୁ ନେଇ କୃତଜ୍ଞତା ଜଣାଇଲେ ଟ୍ରମ୍ପ

ଓ୍ବାଶିଂଟନ,୧୭।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର (ଜାନୁଆରୀ ୧୬) ଏକ ଅସାଧାରଣ ଏବଂ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇ ଇରାନ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଟ୍ରମ୍ପ...

କିଏ ହେବେ ମୁମ୍ବାଇର ପରବର୍ତ୍ତି ମେୟର? ରେସରେ ରହିଛି ଏହିମାନଙ୍କ ନାମ

ମୁମ୍ବାଇ,୧୭।୧: ମୁମ୍ବାଇ ନଗର ନିଗମ ନିର୍ବାଚନରେ ଭାଜପା ଏକକ ବୃହତ୍ତମ ଦଳ ଭାବରେ ଉଭା ହୋଇଛି, ମୁମ୍ବାଇରେ ଶିବସେନାର ପ୍ରାୟ ତିନି ଦଶନ୍ଧି ଧରି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri