ଜି.ଉଦୟଗିରିରେ ତଳମୁହାଁ ପାରଦ, ୨.୬° ଡିଗ୍ରୀରେ ଥରୁଛି….

ଜି.ଉଦୟଗିରି,୧୬।୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଓଡ଼ିଶାରେ ସବୁଠାରୁ କମ୍ ତାପମାତ୍ରା ସହ ହାଡ଼ଭଙ୍ଗା ଶୀତରେ ଥରୁଛି କନ୍ଧମାଳ ଜିଲା ଜି.ଉଦୟଗିରି । ସରକାରୀ ତଥ୍ୟ ଅନୁସାରେ, ସମଗ୍ର ଜିଲାରେ  ଦାରିଙ୍ଗବାଡ଼ି, ଫୁଲବାଣୀ ଠାରୁ ମଧ୍ୟ କମ୍ ତାପମାତ୍ରା ସହ ପ୍ରବଳ ଶୀତ ଅନୁଭୂତ ହେଉଛି । ରାଜ୍ୟ ପାଣିପାଗ ବିଭାଗର ସୂଚନା ଅନୁସାରେ ଶୁକ୍ରବାର ଜି.ଉଦୟଗିରିରେ ତାପମାତ୍ରା ୨.୬ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଥିବା ବେଳେ ଫୁଲବାଣୀ ୬.୧ ଡିଗ୍ରୀ ଓ ଦାରିଙ୍ଗବାଡ଼ି ରେ ୯ ଡିଗ୍ରୀ ରେକର୍ଡ ହୋଇଛି । ଯାହା ଓଡ଼ିଶାରେ ସବୁଠାରୁ କମ୍‌ ତାପମାତ୍ରା ଜି.ଉଦୟଗିରି ସହରରେ ରହିଛି ।

ସହରଠୁ କିଛି ଦୂର ଆଭ୍ୟନ୍ତରୀଣ ଅଞ୍ଚଳରେ ତାପମାତ୍ରା ପ୍ରାୟତଃ ୨ ଡିଗ୍ରୀ ରହୁଥିବା ନେଇ ଅନୁମାନ କରାଯାଉଛି । ପ୍ରବଳ ଶୀତ ସାଙ୍ଗକୁ ଜାଡ୍ ଯୋଗୁଁ ଲୋକେ ଘରୁ ବାହାରିବା କଷ୍ଟ ହେଉଛି । ବିଭିନ୍ନ ସଂଗଠନ ତଥା ସ୍ଥାନୀୟ ଷ୍ଟେଟ ବ୍ୟାଙ୍କ କୃଷି ଶାଖା ପକ୍ଷରୁ ଅସହାୟଙ୍କୁ ଶୀତ ବସ୍ତ୍ର ବଣ୍ଟନ କରାଯାଇଛି । ଅଞ୍ଚଳରେ ଥିବା ସମସ୍ତ ପ୍ରାକୃତିକ ପର୍ଯ୍ୟଟନ ସ୍ଥାନରେ ଶୀତର ମଜା ନେବା ପାଇଁ ପର୍ଯ୍ୟଟକମାନଙ୍କ ବଣଭୋଜିର ଆସର ଦେଖିବାକୁ ମିଳିଛି । ସରକାରଙ୍କ ପର୍ଯ୍ୟଟନ କ୍ଷେତ୍ରରେ ଥିବା ବିକାଶମୂଳକ ଯୋଜନା ଗୁଡ଼ିକ ଜି.ଉଦୟଗିରି ଠାରେ ଥିବା ପର୍ଯ୍ୟଟନ ସ୍ଥଳୀ ଗୁଡ଼ିକରେ କାର୍ଯ୍ୟକ୍ଷମ କରିବାକୁ ସାଧାରଣରେ ଦାବି ହେଉଛି ।

ବିଶେଷକରି ସିର୍କି ଡ୍ୟାମ୍, କାକଲବାକି ଜଳ ପ୍ରପାତ, କଲିନାଯୁ ଡ୍ୟାମ୍, ମଧୁଝରି ଘାଇ, କଳିଙ୍ଗା ବଟାନିକାଲ ଗାର୍ଡେନ, କଳିଙ୍ଗା ଘାଟି, କାଲିଗାଡୁ ହିଲଟପ୍ର ପ୍ରାକୃତିକ ସୌନ୍ଦର୍ଯ୍ୟ ଯୁବପିଢ଼ିଠୁ ବୟସ୍କ ପର୍ଯ୍ୟନ୍ତ ମନ ମୁଗ୍ଧ କରୁଛି । ତାସହ ସ୍ଥାନୀୟ ଅଞ୍ଚଳରେ ଥିବା କଫି ବଗିଚାକୁ ଯାତାୟତ ନିମନ୍ତେ ପକ୍କା ସଡ଼କ ନିର୍ମାଣ ପାଇଁ ପର୍ଯ୍ୟଟକ ଦାବି କରିଛନ୍ତି। ସେପଟେ ଅଞ୍ଚଳବାସୀଙ୍କ ଦାବୀକୁ ଗୁରୁତ୍ୱ ଦେଇ ପ୍ରଥମ ଥର ପାଇଁ ଶୀତ ମହୋତ୍ସବର ଆୟୋଜନ ଜୋରସୋରରେ ଚାଲିଥିବା ଦେଖିବାକୁ ମିଳିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ପଛରେ ଚାଲିଥିଲା ଭୟଙ୍କର ଷଡ଼ଯନ୍ତ୍ର: ବଡ଼ ଗୁମର ଖୋଲିଲେ ଏହି ନେତା

ଭୁବନେଶ୍ୱର,୧୭।୧: ବିଜେଡି ନିକଟରେ ଦଳରୁ କିଛି ଟାଣୁଆ ନେତାଙ୍କୁ ନିଲମ୍ବନ କରିବା ପରେ ମୁଁହ ଖୋଲିଲେ ଲେନିନ ମହାନ୍ତି। ସେ କହିଛନ୍ତି, ମିଡ ଡେ’ ଅପରେଶନ...

ଗିରଫ ଭୟରେ ଛାନିଆ ହେଲେ ନିଶା: ପହଞ୍ଚିଲେ ହାଇକୋର୍ଟ

କଟକ,୧୭।୧: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଆଇଟମ ଗର୍ଲ ନିଶା ମହାରଣା। ହାଇକୋର୍ଟରେ ନିଶା ଆଗୁଆ ଜାମିନ ଆବେଦନ କରିଥିବା ଜଣାପଡିଛି। ବଲାଙ୍ଗୀର ସଦର ଥାନା ମାମଲାରେ...

ଦ୍ୱିତୀୟ ସ୍ତ୍ରୀ ପାଇବେନି ସରକାରୀ ପେନସନ: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

କଟକ,୧୭।୧: ଦ୍ୱିତୀୟ ସ୍ତ୍ରୀ ପାଇବେନି ସରକାରୀ ପେନସନ । ଜଣେ ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ତାଙ୍କର ଦ୍ୱିତୀୟ ସ୍ତ୍ରୀ ପରିବାର ପେନସନ ବା ‘ଫ୍ୟାମିଲି...

ଓଡ଼ିଶାରେ ବଢୁଛି ମଟନ୍‌ର ଚାହିଦା: ବର୍ଷକୁ ଏତିକି ଟଙ୍କାର ମାଂସ ଖାଇଯାଉଛନ୍ତି ରାଜ୍ୟବାସୀ

ଭୁବନେଶ୍ୱର,୧୭।୧: ଓଡ଼ିଶାରେ ଛେଳି ମାଂସ ଅର୍ଥାତ୍‌ ମଟନ୍‌ର ଚାହିଦା ବଢ଼ି ବଢି ଚାଲିଛି। ରାଜ୍ୟରେ ଛେଳି ମାଂସର ଆବଶ୍ୟକତା ଉତ୍ପାଦନଠାରୁ ଅଧିକ। ସେଥିପାଇଁ ମାଛ, ଅଣ୍ଡା...

ଆଲିବାଗରେ କୋଟି କୋଟି ଟଙ୍କାର ସମ୍ପତ୍ତି କିଣିଲେ ବିରାଟ-ଅନୁଷ୍କା

ନୂଆଦିଲ୍ଲୀ,୧୭।୧: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମା ମହାରାଷ୍ଟ୍ରର ଆଲିବାଗରେ ଜମି କିଣିଛନ୍ତି। ସେମାନଙ୍କର ପୂର୍ବରୁ ଆଲିବାଗରେ ଏକ...

ଗୋ ମାଫିଆଙ୍କ ଘରେ ରେଡ୍‌: ବିପୁଳ ପରିମାଣର ବେଆଇନ ସମ୍ପତ୍ତି ଜବତ

ପାଟଣା,୧୭।୧(ବୀର କିଶୋର ଦାଶ): କେନ୍ଦୁଝର ପୋଲିସରର ଏକାଧିକ ଦଳ ଶନିବାର ୪୬ଟି ସ୍ଥାନରେ ବେଆଇନ ଗୋରୁ ବ୍ୟବସାୟୀଙ୍କ ବାସଭବନ ଉପରେ ସମନ୍ବିତ ଚଢାଉ କରିଛନ୍ତିି ।...

ସୁନାଥାଳିରେ ଖାଇବେ! ୨୯ରୁ ୩୧ ଭିତରେ ଧନୀ ହେବେ ୩ ରାଶି…

ସବୁଠାରୁ ପ୍ରସିଦ୍ଧ ଭବିଷ୍ୟଜ୍ଞମାନଙ୍କ ମଧ୍ୟରୁ ଜଣେ ଥିଲେ ବୁଲଗେରିଆନ୍ ବାବା ଭେଙ୍ଗା। ତାଙ୍କ ମୃତ୍ୟୁ ପର୍ଯ୍ୟନ୍ତ, ବିଶ୍ୱବାସୀଙ୍କ ବିଷୟରେ ଗୋଟିଏ ପରେ ଗୋଟିଏ ଭବିଷ୍ୟବାଣୀ କରିଥିଲେ...

ଇରାନର ଏକ ବଡ଼ ନିଷ୍ପତ୍ତିକୁ ନେଇ କୃତଜ୍ଞତା ଜଣାଇଲେ ଟ୍ରମ୍ପ

ଓ୍ବାଶିଂଟନ,୧୭।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର (ଜାନୁଆରୀ ୧୬) ଏକ ଅସାଧାରଣ ଏବଂ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇ ଇରାନ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଟ୍ରମ୍ପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri