ବିଡିଓ ଦେଲେ ପ୍ରତିଶ୍ରୁତି: ସିଭିଲ ସର୍ଭିସ ପାଇଁ ମାଗଣା କୋଚିଂ…

ଦାରିଙ୍ଗବାଡି, ୧୬।୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଥିବା ଅନୁସୂଚିତ ଜନଜାତି ଓ ଜାତି ଏବଂ ପଛୁଆବର୍ଗ ଉନ୍ନୟନ ବିଭାଗ ଦ୍ୱାରା ରହିଥିବା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଉମାଶଙ୍କର ସାମନ୍ତରାୟଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ବାଲିଗୁଡା ଆଇଟିଡିଏର ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା, ମୁଖ୍ୟବକ୍ତା ତହସିଲଦାର ଧୀରଜ ପାତ୍ର, ସ୍ବତନ୍ତ୍ର ଅତିଥି ଭାବେ ବିଡିଓ ପ୍ରୀତିରଞ୍ଜନ ରଥ, ଅନ୍ୟତମ ଅତିଥି ବିଇଓ ମହେଶ୍ୱର ମାଝୀ, ସ୍ଥାନୀୟ ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲିକ, ସବ ଟ୍ରେଜେରୀ ଅଧିକାରୀ ନିହାର ରଞ୍ଜନ ସେଠ, ଉଲିପଦର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ମଦନ ମୋହନ ବେହେରା, କୋଟଗଡ଼ ପକାରୀ ବିଦ୍ୟାଳୟର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଗିରିଜା ଶଙ୍କର ପଣ୍ଡା, ବୁଡ଼ାଗୁଡା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମମତା ସାମଲ, ସରକାରୀ ବାଳିକା ବିଦ୍ୟାଳୟର ପ୍ରଧାନଶିକ୍ଷକ ଅଜୟ କୁମାର ଜେନା, ବିଦ୍ୟାଳୟର ପ୍ରିନ୍ସପାଲ ସୋନାଲିକା ପୃଷ୍ଟି ପ୍ରମୁଖ ମଞ୍ଚାସିନ ଥିଲେ। ମଞ୍ଚକୁ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ନରେନ୍ଦ୍ର ବେହେରା ପରିଚାଳନା କରିଥିଲେ। ସମସ୍ତ ମଞ୍ଚାସୀନ ଅତିଥିଙ୍କୁ ଛାତ୍ରୀଛାତ୍ର ପୁଷ୍ପଗୁଛ ଦେଇ ସ୍ବାଗତ ସମ୍ବର୍ଦ୍ଧନା କରିବା ସହ ସ୍ବାଗତ ସଙ୍ଗୀତ ଗାନ କରିଥିଲେ। ଏଥିସହ ଜାତୀୟ ସଙ୍ଗୀତ ଗାନ କରାଯାଇଥିଲା। ପରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ତଥା ଉତ୍ସବର ସଭାପତି ଉମାଶଙ୍କର ସାମନ୍ତରାୟ ଛାତ୍ରୀଛାତ୍ର ଙ୍କୁଉତ୍ସବ ସମ୍ପର୍କରେ କହିବା ସହ ବାର୍ଷିକ ବିବରଣୀ ପାଠ କରିଥିଲେ। ଏହି ସମୟରେ ବିଦ୍ୟାଳୟର ସଫଳତା ଓ ବିଦ୍ୟାଳୟରେ ରହିଥିବା ସମସ୍ୟା ସମ୍ପର୍କରେ ଅବଗତ କରାଇଥିଲେ।

ଏହି ଅବସରରେ ଛାତ୍ରୀଛାତ୍ରଙ୍କୁ ବିଭିନ୍ନ ପରାମର୍ଶ ଦେଇ କହିଥିଲେ ଯେ, ଛାତ୍ରୀଛାତ୍ର ନିଜକୁ ନିଜେ ସମୀକ୍ଷା କଲେ କେବେ ଭୁଲ ହେବନାହିଁ ଠିକ ରାସ୍ତାରେ ଯିବେ ବୋଲି କହିବା ସହ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଇ କହିଥିଲେ, ବିଦ୍ୟାର୍ଥୀଙ୍କ ରହିବା ଘର ପ୍ରଥମ ସ୍ଥାନ ଓ ବିଦ୍ୟାଳୟ ହେଉଛି ଦିତୀୟ ଗୃହ ବା ବାସସ୍ଥାନ ବୋଲି କହିଥିଲେ। ତେଣୁ ସେମାନଙ୍କ ଗୁଣାତ୍ମକ ଶିକ୍ଷା ପାଇଁ ବିଦ୍ୟାଳୟରେ ସମସ୍ତ କାର୍ଯ୍ୟ କରାଯାଇଥିବା କୁହାଯାଇଥିଲା। ଏହି ଅବସରରେ ବିଦ୍ୟାଳୟକୁ ଏକ ସ୍ବପ୍ନଗଢ଼ା କାରଖାନା ବୋଲି କୁହାଯାଇଥିଲା।

ସୂଚନାଯୋଗ୍ୟ ଯେ, ବିଦ୍ୟାଳୟରେ ଷଷ୍ଠରୁ ଦଶମ ପର୍ଯ୍ୟନ୍ତ ୬୪୦ ବିଦ୍ୟାର୍ଥୀ ରହିଥିବା ବେଳେ ଏକାଦଶ ଓ ଦ୍ୱାଦଶ ଶ୍ରେଣୀରେ ମୋଟ ୧୯୦ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବା ପ୍ରଧାନଶିକ୍ଷକ କହିଥିଲେ। ବିଡିଓ ରଥ ତାଙ୍କ ଅଭିଭାଷଣରେ କହିଥିଲେ ଯେ, ଦଶମରେ ଏ ୱାନରେ ଉତ୍ତୀର୍ଣ୍ଣ ହୋଇ ସାରା ରାଜ୍ୟରେ ସ୍ବତନ୍ତ୍ର ସ୍ଥାନ ଗ୍ରହଣ କରିବାକୁ ପରାମର୍ଶ ଦେଇଥିଲେ। ଦାରିଙ୍ଗବାଡିରେ ସିଭିଲ ସର୍ଭିସ ପାଇଁ ମାଗଣା କୋଚିଂ ଦେବାକୁ ଆମେ ଯୋଜନା କରୁଛୁ ବୋଲି ବିଡିଓ କହିଥିଲେ। ଶିକ୍ଷା ପାଇଁ ବିଦ୍ୟାର୍ଥୀମାନେ ଶୃଙ୍ଖଳାକୁ ଗୁରୁତ୍ୱ ଦେବାକୁ ବିଇଓ ପରାମର୍ଶ ଦେଇଥିଲେ। ଶିକ୍ଷା ଯଦି ଗଛ ତେବେ ଖେଳକୁଦ, ମନୋରଞ୍ଜନ କାର୍ଯ୍ୟକ୍ରମ ଆଦି ଗଛର ଶାଖା ଓ ପ୍ରଶାଖା ବୋଲି କୁହାଯାଇଥିଲା। କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିବା କୃତିତ୍ୱ ଛାତ୍ରୀଛାତ୍ରଙ୍କୁ ମାନପତ୍ର ସହ ପୁରସ୍କାର ବିତରଣ କରାଯାଇଥିଲା ।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ଭୟରେ ଛାନିଆ ହେଲେ ନିଶା: ପହଞ୍ଚିଲେ ହାଇକୋର୍ଟ

କଟକ,୧୭।୧: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଆଇଟମ ଗର୍ଲ ନିଶା ମହାରଣା। ହାଇକୋର୍ଟରେ ନିଶା ଆଗୁଆ ଜାମିନ ଆବେଦନ କରିଥିବା ଜଣାପଡିଛି। ବଲାଙ୍ଗୀର ସଦର ଥାନା ମାମଲାରେ...

ଦ୍ୱିତୀୟ ସ୍ତ୍ରୀ ପାଇବେନି ସରକାରୀ ପେନସନ: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

କଟକ,୧୭।୧: ଦ୍ୱିତୀୟ ସ୍ତ୍ରୀ ପାଇବେନି ସରକାରୀ ପେନସନ । ଜଣେ ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ତାଙ୍କର ଦ୍ୱିତୀୟ ସ୍ତ୍ରୀ ପରିବାର ପେନସନ ବା ‘ଫ୍ୟାମିଲି...

ଓଡ଼ିଶାରେ ବଢୁଛି ମଟନ୍‌ର ଚାହିଦା: ବର୍ଷକୁ ଏତିକି ଟଙ୍କାର ମାଂସ ଖାଇଯାଉଛନ୍ତି ରାଜ୍ୟବାସୀ

ଭୁବନେଶ୍ୱର,୧୭।୧: ଓଡ଼ିଶାରେ ଛେଳି ମାଂସ ଅର୍ଥାତ୍‌ ମଟନ୍‌ର ଚାହିଦା ବଢ଼ି ବଢି ଚାଲିଛି। ରାଜ୍ୟରେ ଛେଳି ମାଂସର ଆବଶ୍ୟକତା ଉତ୍ପାଦନଠାରୁ ଅଧିକ। ସେଥିପାଇଁ ମାଛ, ଅଣ୍ଡା...

ଆଲିବାଗରେ କୋଟି କୋଟି ଟଙ୍କାର ସମ୍ପତ୍ତି କିଣିଲେ ବିରାଟ-ଅନୁଷ୍କା

ନୂଆଦିଲ୍ଲୀ,୧୭।୧: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମା ମହାରାଷ୍ଟ୍ରର ଆଲିବାଗରେ ଜମି କିଣିଛନ୍ତି। ସେମାନଙ୍କର ପୂର୍ବରୁ ଆଲିବାଗରେ ଏକ...

ଗୋ ମାଫିଆଙ୍କ ଘରେ ରେଡ୍‌: ବିପୁଳ ପରିମାଣର ବେଆଇନ ସମ୍ପତ୍ତି ଜବତ

ପାଟଣା,୧୭।୧(ବୀର କିଶୋର ଦାଶ): କେନ୍ଦୁଝର ପୋଲିସରର ଏକାଧିକ ଦଳ ଶନିବାର ୪୬ଟି ସ୍ଥାନରେ ବେଆଇନ ଗୋରୁ ବ୍ୟବସାୟୀଙ୍କ ବାସଭବନ ଉପରେ ସମନ୍ବିତ ଚଢାଉ କରିଛନ୍ତିି ।...

ସୁନାଥାଳିରେ ଖାଇବେ! ୨୯ରୁ ୩୧ ଭିତରେ ଧନୀ ହେବେ ୩ ରାଶି…

ସବୁଠାରୁ ପ୍ରସିଦ୍ଧ ଭବିଷ୍ୟଜ୍ଞମାନଙ୍କ ମଧ୍ୟରୁ ଜଣେ ଥିଲେ ବୁଲଗେରିଆନ୍ ବାବା ଭେଙ୍ଗା। ତାଙ୍କ ମୃତ୍ୟୁ ପର୍ଯ୍ୟନ୍ତ, ବିଶ୍ୱବାସୀଙ୍କ ବିଷୟରେ ଗୋଟିଏ ପରେ ଗୋଟିଏ ଭବିଷ୍ୟବାଣୀ କରିଥିଲେ...

ଇରାନର ଏକ ବଡ଼ ନିଷ୍ପତ୍ତିକୁ ନେଇ କୃତଜ୍ଞତା ଜଣାଇଲେ ଟ୍ରମ୍ପ

ଓ୍ବାଶିଂଟନ,୧୭।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର (ଜାନୁଆରୀ ୧୬) ଏକ ଅସାଧାରଣ ଏବଂ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇ ଇରାନ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଟ୍ରମ୍ପ...

କିଏ ହେବେ ମୁମ୍ବାଇର ପରବର୍ତ୍ତି ମେୟର? ରେସରେ ରହିଛି ଏହିମାନଙ୍କ ନାମ

ମୁମ୍ବାଇ,୧୭।୧: ମୁମ୍ବାଇ ନଗର ନିଗମ ନିର୍ବାଚନରେ ଭାଜପା ଏକକ ବୃହତ୍ତମ ଦଳ ଭାବରେ ଉଭା ହୋଇଛି, ମୁମ୍ବାଇରେ ଶିବସେନାର ପ୍ରାୟ ତିନି ଦଶନ୍ଧି ଧରି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri