ଚିପ୍ସ ପ୍ୟାକେଟ ହେଲା କାଳ: ଚାଲିଗଲା ୬ ବର୍ଷ ଶିଶୁର ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ପରିବାର

ଖୋର୍ଦ୍ଧା,୧୬।୧(ପ୍ରଭାତ ପାଣିଗ୍ରାହୀ): ଚିପ୍ସରେ ଥିବା ଗିଫ୍ଟ ବେଲୁନ ନେଲା ୬ ବର୍ଷ ଶିଶୁର ଜୀବନ। ଏହି ଘଟଣା ବେଗୁନିଆ ଥାନା ଅନ୍ତର୍ଗତ ନିଧିପୁର ଗ୍ରାମରେ ଘଟିଛି । ଏହି ଗ୍ରାମର ଅଭୟ ପାଇକରାୟଙ୍କ ଗୋଟିଏ ବୋଲି ପୁଅ ତାପସ। ଗାଁ ସ୍କୁଲ ଶିଶୁ ବାଟିକାରେ ପଢୁଥିଲେ। ଗତ ସୋମବାର ସ୍କୁଲ, ଟ୍ୟୁସନ ସାରି ଘରକୁ ଫେରିଥିଲେ। ଘରେ ଥିବା ଏକ ବେନାମୀ କମ୍ପାନୀ ଚିପ୍ସ ଖାଇବା ବେଳେ ସେଥିରେ ଥିବା ଗିଫ୍ଟ(ଫ୍ରି କୁପନ) ବେଲୁନ ଫୁଙ୍କିବା ବେଳେ ହଠାତ ତଣ୍ଟି ଭିତରକୁ ଚାଲି ଯାଇଥିଲା। ଫଳରେ ଶ୍ୱାସ ରୁଦ୍ଧ ହୋଇ ଅଣ ନିଶ୍ୱାସୀ ହୋଇ ପଡିଥିଲେ। ପରିବାର ଲୋକେ ପ୍ରଥମ ବୋତଲମା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରେ ଖୋର୍ଦ୍ଧା ମେଡିକାଲ ନେଇଯାଇଥିଲେ। ସେଠାରେ ଡାକ୍ଟର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଗତ କିଛି ଦିନ ତଳେ ବଲାଙ୍ଗୀରରେ ମଧ୍ୟ ଏକ ଚିପ୍ସ ପ୍ୟାକେଟରେ ମିଳୁଥିବା ଗିଫ୍ଟ ଫାଟି ଶିଶୁର ଆଖି ନଷ୍ଟ ହୋଇଯାଇଥିଲା।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ସ୍ତ୍ରୀ ପାଇବେନି ସରକାରୀ ପେନସନ: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

କଟକ,୧୭।୧: ଦ୍ୱିତୀୟ ସ୍ତ୍ରୀ ପାଇବେନି ସରକାରୀ ପେନସନ । ଜଣେ ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ତାଙ୍କର ଦ୍ୱିତୀୟ ସ୍ତ୍ରୀ ପରିବାର ପେନସନ ବା ‘ଫ୍ୟାମିଲି...

ଓଡ଼ିଶାରେ ବଢୁଛି ମଟନ୍‌ର ଚାହିଦା: ବର୍ଷକୁ ଏତିକି ଟଙ୍କାର ମାଂସ ଖାଇଯାଉଛନ୍ତି ରାଜ୍ୟବାସୀ

ଭୁବନେଶ୍ୱର,୧୭।୧: ଓଡ଼ିଶାରେ ଛେଳି ମାଂସ ଅର୍ଥାତ୍‌ ମଟନ୍‌ର ଚାହିଦା ବଢ଼ି ବଢି ଚାଲିଛି। ରାଜ୍ୟରେ ଛେଳି ମାଂସର ଆବଶ୍ୟକତା ଉତ୍ପାଦନଠାରୁ ଅଧିକ। ସେଥିପାଇଁ ମାଛ, ଅଣ୍ଡା...

ଗୋ ମାଫିଆଙ୍କ ଘରେ ରେଡ୍‌: ବିପୁଳ ପରିମାଣର ବେଆଇନ ସମ୍ପତ୍ତି ଜବତ

ପାଟଣା,୧୭।୧(ବୀର କିଶୋର ଦାଶ): କେନ୍ଦୁଝର ପୋଲିସରର ଏକାଧିକ ଦଳ ଶନିବାର ୪୬ଟି ସ୍ଥାନରେ ବେଆଇନ ଗୋରୁ ବ୍ୟବସାୟୀଙ୍କ ବାସଭବନ ଉପରେ ସମନ୍ବିତ ଚଢାଉ କରିଛନ୍ତିି ।...

ମୃତବ୍ୟକ୍ତିଙ୍କ ନାଁରେ ଉଠାଯାଉଛି ଟଙ୍କା: ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୭ା୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ରତାଖଣ୍ଡି ପଞ୍ଚାୟତ ଅଧୀନ ରତାଖଣ୍ଡି ଗ୍ରାମର ରାଉତ ବରିହାଙ୍କ ଗତ ଜୁଲାଇରେ ମୃତ୍ୟୁ ଘଟିଛି। କିନ୍ତୁ ପଞ୍ଚାୟତ ପକ୍ଷରୁ...

ସ୍ତ୍ରୀଙ୍କୁ କରଣୀରେ ହାଣିଲେ ସ୍ବାମୀ: କାରଣ ଜାଣିଲେ…

ପାରାଦୀପ,୧୭।୧(ଶରତ ରାଉତ): ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ବଡପଡିଆ ସିନେମାହଲ ସମ୍ମୁଖ ବସ୍ତିରେ ଶନିବାର ସକାଳୁ ଅଭାବନୀୟ ଘଟଣା ଘଟିଛି।ନିଜ ସ୍ତ୍ରୀ ର ଚରିତ୍ରକୁ ସନ୍ଦେହ କରି...

ଗୋ ମାଫିଆଙ୍କ ପାଖରେ ଏତେ ଟଙ୍କା! ୮ ସ୍ଥାନରେ ଏକକାଳୀନ ଚଢାଉ ଜାରି, ଜବତ ହେଲା…

ଆନନ୍ଦପୁର, ୧୭।୧(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଏସପିଙ୍କ ନେତୃତ୍ୱରେ ୪୬ଟି ଟିମ ଜିଲା ତଥା ଜିଲା ବାହାରର ବିଭିନ୍ନ ଗୋ ମାଫିଆଙ୍କ ଉପରେ ଚଢାଉ...

ବ୍ୟବସାୟୀ ହତ୍ୟା ଘଟଣାର ଫିଟିଲା ଗୁମର: ବଡ଼ଭାଇ ସୁପାରି ଦେଇ…

ବଲାଙ୍ଗୀର,୧୭/୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ତେଲ ନଦୀ ବ୍ରିଜ ତଳୁ ଜାନୁଆରୀ ଏକ ମୃତଦେହ ଉଦ୍ଧାର କରାଯାଇଥିଲା। ଏହି ମୃତ୍ୟୁ ଘଟଣାର ପର୍ଦ୍ଦାଫାଶ...

ରାଜ୍ୟର ସବୁ ଥଣ୍ଡା ସହର ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୧୭।୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଚଳିତ ଶୀତ ଋ଼ତୁରେ ଓଡ଼ିଶାରେ ସବୁଠାରୁ କମ ତାପମାତ୍ରା ଓ ଶୀତଳତମ ସହର କନ୍ଧମାଳ ଜିଲାର ଜି.ଉଦୟଗିରି। ହାଡ଼ଭଙ୍ଗା ଶୀତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri