ନବୀନଙ୍କୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲେ ରବି ପାଣି: ଓଡ଼ିଶା ରାଜନୀତିରେ…

ଭୁବନେଶ୍ୱର,୧୬।୧: ପାଟକୁରା ବିଧାୟକ ତଥା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର ଏବଂ ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ଙ୍କୁ ବିଜେଡିରୁ ନିଲମ୍ବନ କରାଯାଇଛି। ଉଭୟ ଦଳ ବିରୋଧୀ କାର୍ଯ୍ୟରେ ଲିପ୍ତଥିବା ଦର୍ଶାଯାଇ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏହି ୨ ନେତା ବିଜେଡିରୁ ବିଦା ହେବା ପରେ ଚର୍ଚ୍ଚା ଜୋର ଧରିଛି। ଅରବିନ୍ଦ ମହାପାତ୍ର ଦଳରୁ ବହିଷ୍କାର ନେଇ ବେଶି ଆଲୋଚନା ହେଉଛି। ଏସବୁ ଭିତରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ୍‌ କରିଛନ୍ତି ବରିଷ୍ଠ ନେତା ରବି ପାଣି।
ରବି ପାଣି କହିଛନ୍ତି, ଓଡ଼ିଶା ରାଜନୀତିରେ ନବୀନ ବାବୁ ଜିରୋ। ସେ ହାତ ହଲେଇଦେଲେ ଭୋଟ ହେଉଥିଲା, କିନ୍ତୁ ଆଉ ହେବନି । ନୂଆପଡ଼ାରେ ଦଳର ଅବସ୍ଥା କଣ ହେଲା ତାହା ଦେଖନ୍ତୁ। ନବୀନ ବିଜୟଙ୍କ ପୁଅକୁ ଡାକି ଆଣି ଦଳରେ ସାମିଲ କରାଇଲେ। ସେତେବେଳେ ବିଜୟଙ୍କୁ ପଚାରି ନ ଥିଲେ। ଖାଲି ଗୋଟିଏ ମେସେଜ୍‌ କରିଥିଲେ। ଏବେ ଦଳରୁ ବାହାର କରିଦେଲେ। ସେତେବେଳେ ଦୁର୍ନୀତି ଗସ୍ତ କହି ବିଜୟ ଆଉ ନଳିନୀଙ୍କୁ ବାହାର କରି କହିଥିଲେ ଏବେ ବି ସେୟା। ନବୀନଙ୍କ ପାଖରେ ଘେରିକି ଅଛନ୍ତି ଅନେକ ବିଶ୍ୱାସଘାତକ। ଆମେ ୫୦ରୁ ୬୦ ସବୁବେଳେ ବସୁଛୁ, ଓଡିଶା ବୁଲୁଛୁ ନୂଆ ସମୀକରଣ କଥା ଚିନ୍ତା କରାଯାଉଛି । ବିଜୁ ବାବୁ ଟିକେ ଭୁଲ ପାଇଁ ୪୫କୁ ଖସି ଆସିଥିଲେ ଆଉ ନବୀନ ଏବେ ଜିରୋ।
ଯେଉଁମାନେ ଗତକାଲି ବିଶ୍ୱାସଘାତକ ଓ ଦୁର୍ନୀତିଗସ୍ତ କହୁଥିଲେ ସେମାନେ ମେ ୨୯ରେ କଣ କରିଥିଲେ ବୋଲି କହି ଅତନୁ ସବ୍ୟସାଚୀଙ୍କୁ ଟାର୍ଗେଟ୍‌ କରିଛନ୍ତି ରବି ପାଣି। ସେ କହିଛନ୍ତି, ବିଜୁ ପଟ୍ଟନାୟକ ଚାହୁଁଥିଲେ, ଯେଉଁମାନେ ଲୋକଙ୍କ ସହ ରହିବେ ସେମାନଙ୍କୁ ପ୍ରାର୍ଥୀ କରାଯିବ। ଆଜି ନବୀନ ବାବୁ ଦେଖୁଛନ୍ତି ତାଙ୍କ ଗୋଡ ଯିଏ ଧରିବେ ସେମାନଙ୍କୁ ପ୍ରାର୍ଥୀ କରାଯିବ। ସେମାନେ ଦୁର୍ନୀତି କରିବେ, ସେଇ ଦୁର୍ନୀତିର ଭାଗ ତାଙ୍କୁ ଦେବେ। ସେମାନେ କହିବେ ଆମେ ନିର୍ମଳ।
ସୂଚନାଯୋଗ୍ୟ ଅରବିନ୍ଦଙ୍କୁ ନିଲମ୍ବନ ପରେ ଶୁକ୍ରବାର ବିଜୟଙ୍କ ଘରକୁ ଯାଇଥିଲେ ରବି ପାଣି। ଭୁବନେଶ୍ବର ସ୍ଥିତ ବିଜୟଙ୍କ ବାସଭବନକୁ ଯାଇ ଆଲୋଚନା କରିଥିଲେ। ତେବେ ଉଭୟଙ୍କ ମଧ୍ୟରେ କ’ଣ ଆଲୋଚନା ହୋଇଥିଲା ତାହା ଜଣାପଡ଼ିନାହିଁ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ଭୟରେ ଛାନିଆ ହେଲେ ନିଶା: ପହଞ୍ଚିଲେ ହାଇକୋର୍ଟ

କଟକ,୧୭।୧: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଆଇଟମ ଗର୍ଲ ନିଶା ମହାରଣା। ହାଇକୋର୍ଟରେ ନିଶା ଆଗୁଆ ଜାମିନ ଆବେଦନ କରିଥିବା ଜଣାପଡିଛି। ବଲାଙ୍ଗୀର ସଦର ଥାନା ମାମଲାରେ...

ଦ୍ୱିତୀୟ ସ୍ତ୍ରୀ ପାଇବେନି ସରକାରୀ ପେନସନ: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

କଟକ,୧୭।୧: ଦ୍ୱିତୀୟ ସ୍ତ୍ରୀ ପାଇବେନି ସରକାରୀ ପେନସନ । ଜଣେ ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ତାଙ୍କର ଦ୍ୱିତୀୟ ସ୍ତ୍ରୀ ପରିବାର ପେନସନ ବା ‘ଫ୍ୟାମିଲି...

ଓଡ଼ିଶାରେ ବଢୁଛି ମଟନ୍‌ର ଚାହିଦା: ବର୍ଷକୁ ଏତିକି ଟଙ୍କାର ମାଂସ ଖାଇଯାଉଛନ୍ତି ରାଜ୍ୟବାସୀ

ଭୁବନେଶ୍ୱର,୧୭।୧: ଓଡ଼ିଶାରେ ଛେଳି ମାଂସ ଅର୍ଥାତ୍‌ ମଟନ୍‌ର ଚାହିଦା ବଢ଼ି ବଢି ଚାଲିଛି। ରାଜ୍ୟରେ ଛେଳି ମାଂସର ଆବଶ୍ୟକତା ଉତ୍ପାଦନଠାରୁ ଅଧିକ। ସେଥିପାଇଁ ମାଛ, ଅଣ୍ଡା...

ଆଲିବାଗରେ କୋଟି କୋଟି ଟଙ୍କାର ସମ୍ପତ୍ତି କିଣିଲେ ବିରାଟ-ଅନୁଷ୍କା

ନୂଆଦିଲ୍ଲୀ,୧୭।୧: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମା ମହାରାଷ୍ଟ୍ରର ଆଲିବାଗରେ ଜମି କିଣିଛନ୍ତି। ସେମାନଙ୍କର ପୂର୍ବରୁ ଆଲିବାଗରେ ଏକ...

ଇରାନର ଏକ ବଡ଼ ନିଷ୍ପତ୍ତିକୁ ନେଇ କୃତଜ୍ଞତା ଜଣାଇଲେ ଟ୍ରମ୍ପ

ଓ୍ବାଶିଂଟନ,୧୭।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର (ଜାନୁଆରୀ ୧୬) ଏକ ଅସାଧାରଣ ଏବଂ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇ ଇରାନ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଟ୍ରମ୍ପ...

କିଏ ହେବେ ମୁମ୍ବାଇର ପରବର୍ତ୍ତି ମେୟର? ରେସରେ ରହିଛି ଏହିମାନଙ୍କ ନାମ

ମୁମ୍ବାଇ,୧୭।୧: ମୁମ୍ବାଇ ନଗର ନିଗମ ନିର୍ବାଚନରେ ଭାଜପା ଏକକ ବୃହତ୍ତମ ଦଳ ଭାବରେ ଉଭା ହୋଇଛି, ମୁମ୍ବାଇରେ ଶିବସେନାର ପ୍ରାୟ ତିନି ଦଶନ୍ଧି ଧରି ରହିଥିବା...

ମୃତବ୍ୟକ୍ତିଙ୍କ ନାଁରେ ଉଠାଯାଉଛି ଟଙ୍କା: ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୭ା୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ରତାଖଣ୍ଡି ପଞ୍ଚାୟତ ଅଧୀନ ରତାଖଣ୍ଡି ଗ୍ରାମର ରାଉତ ବରିହାଙ୍କ ଗତ ଜୁଲାଇରେ ମୃତ୍ୟୁ ଘଟିଛି। କିନ୍ତୁ ପଞ୍ଚାୟତ ପକ୍ଷରୁ...

ମୁମ୍ବାଇ ଟିମକୁ ବଡ଼ ଝଟକା, ହଠାତ ରଣଜୀ ଟ୍ରଫିରୁ ଓହରିଗଲେ ଅଜିଙ୍କ୍ୟ ରାହାଣେ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୭।୧: ମୁମ୍ବାଇର ଅଭିଜ୍ଞ ବ୍ୟାଟସମ୍ୟାନ ଅଜିଙ୍କ୍ୟ ରାହାଣେ ରଣଜୀ ଟ୍ରଫିରେ ଖେଳିବେ ନାହିଁ। ସେ ମୁମ୍ବାଇ କ୍ରିକେଟ ଆସୋସିଏସନ (ଏମସିଏ)କୁ ସୂଚନା ଦେଇଛନ୍ତି ଯେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri