ଝିଅଙ୍କୁ ବଳାତ୍କାର ଅଭିଯୋଗରେ ଯାଇଥିଲେ ଜେଲ, ଜାମିନରେ ଫେରି ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ; ପୁଣି ଥରେ ଅଭିଯୁକ୍ତ ସ୍ବାମୀ… 

ଦିଗପହଣ୍ଡି, ୧୬।୧(ଅଶେଷ ନାଥ ମିଶ୍ର): ୬ ମାସ ପୂର୍ବେ ବଡ଼ ଝିଅଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଜେଲ ଯାଇଥିଲେ। ଜେଲରୁ ଫେରି ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ। ଅଭିଯୁକ୍ତ ସ୍ବାମୀ ପୁଣି ଗଲେ ଜେଲ। ଏଭଳି ଏକ ଅଭାବନୀୟ ଘଟଣା ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଞ୍ଚଳରେ ଘଟିଛି। ଅଭିଯୁକ୍ତ ହେଲେ ଦ୍ବାରଗାଁ ଗ୍ରାମର ଭୀମ ପ୍ରଧାନ। ତାଙ୍କୁ କେ.ନୂଆଗାଁ ପୋଲିସ ଶୁକ୍ରବାର ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଥାନା ମାମଲା ନଂ.୧୯/୨୬ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବଜେଲ ହାଜତକୁ ପଠାଇ ଦିଆଯାଇଛି।
ସୂଚନା ମୁତାବକ, ଅଭିଯୁକ୍ତ ଭୀମ ଗତ ପ୍ରାୟ ୬ ମାସ ପୂର୍ବେ ନିଜ ବଡ଼ଝିଅଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ଥାନା ମାମଲା ନଂ.୨୧୦/୨୫ ଅନୁଯାୟୀ ଜେଲ ହାଜତରେ ଥିଲେ। କିଛିଦିନ ପୂର୍ବେ ସେ ଜେଲରୁ ଜାମିନରେ ମୁକୁଳିଥିଲେ। ଅଭିଯୁକ୍ତ ଭୀମ ଙ୍କ ସ୍ତ୍ରୀ ଲକ୍ଷ୍ମୀ ପ୍ରଧାନ ଓ ପିଲାମାନେ କେ. ନୂଆଗାଁ ଥାନା ଅର୍ନ୍ତଗତ ନୂଆପଡ଼ା ଗ୍ରାମ ନିଲମ ଛକରେ ଏକ ଭଡ଼ାଘରେ ରହୁଛନ୍ତି। ଭୀମ ଗୁରୁବାର ସା ପ୍ରାୟ ୭ ଟାରେ ନୂଆପଡ଼ା ଗ୍ରାମରେ ରହୁଥିବା ସ୍ତ୍ରୀ ଲକ୍ଷ୍ମୀଙ୍କ ଘରେ ଜବରଦସ୍ତ ପଶି ଘର ଭିତରେ ଥିବା ଆସବାବପତ୍ର ଗୁଡ଼ିକୁ ଭାଙ୍ଗି ଫିଙ୍ଗା ଫୋପଡା କରିଥିଲେ।

ସ୍ତ୍ରୀ ଲକ୍ଷ୍ମୀ ପ୍ରତିବାଦ କରିବାରୁ ସେ ଏକ ଛୁରୀରେ ତାଙ୍କୁ ଆକ୍ରମଣ କରି ହତ୍ୟା ଉଦ୍ୟମ କରିଥିଲେ। ଲକ୍ଷ୍ମୀଙ୍କ ପାଟି ଶୁଣି ସାହି ପଡୋଶୀ ଘଟଣାସ୍ଥଳରେ ପହଞ୍ଚି ଲକ୍ଷ୍ମୀଙ୍କୁ ଉଦ୍ଧାର କରିବା ସହ ସେଠାରୁ ଚମ୍ପଟ ମାରିବାକୁ ଉଦ୍ୟମ କରୁଥିବା ଭୀମଙ୍କୁ କାବୁ କରି ପୋଲିସକୁ ଜଣାଇଥିଲେ। କେ.ନୂଆଗାଁ ଥାନା ଆଇଆଇସି କିଶୋର କୁମାର ସାମଲ ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ଭୀମ ଙ୍କୁ ଧରି ଥାନାକୁ ଉଠାଇ ନେଇଥିଲେ। ଏନେଇ ଲକ୍ଷ୍ମୀ ଥାନାରେ ଏତଲା ଦେବାପରେ ତଦନ୍ତକାରୀ ଅଧିକାରୀ ଏଏସ୍‌ଆଇ ସୁବାସ ଚନ୍ଦ୍ର ବାୟକ ଅଭିଯୁକ୍ତଙ୍କୁ ଗିରଫ କରି ତାଙ୍କ ନିକଟରୁ ହତ୍ୟା ଉଦ୍ୟମ ଘଟଣାରେ ବ୍ୟବହୃତ ଛୁରୀ ଜବତ କରି କୋର୍ଟ ଚାଲାଣ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ପଛରେ ଚାଲିଥିଲା ଭୟଙ୍କର ଷଡ଼ଯନ୍ତ୍ର: ବଡ଼ ଗୁମର ଖୋଲିଲେ ଏହି ନେତା

ଭୁବନେଶ୍ୱର,୧୭।୧: ବିଜେଡି ନିକଟରେ ଦଳରୁ କିଛି ଟାଣୁଆ ନେତାଙ୍କୁ ନିଲମ୍ବନ କରିବା ପରେ ମୁଁହ ଖୋଲିଲେ ଲେନିନ ମହାନ୍ତି। ସେ କହିଛନ୍ତି, ମିଡ ଡେ’ ଅପରେଶନ...

ଗିରଫ ଭୟରେ ଛାନିଆ ହେଲେ ନିଶା: ପହଞ୍ଚିଲେ ହାଇକୋର୍ଟ

କଟକ,୧୭।୧: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଆଇଟମ ଗର୍ଲ ନିଶା ମହାରଣା। ହାଇକୋର୍ଟରେ ନିଶା ଆଗୁଆ ଜାମିନ ଆବେଦନ କରିଥିବା ଜଣାପଡିଛି। ବଲାଙ୍ଗୀର ସଦର ଥାନା ମାମଲାରେ...

ଦ୍ୱିତୀୟ ସ୍ତ୍ରୀ ପାଇବେନି ସରକାରୀ ପେନସନ: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

କଟକ,୧୭।୧: ଦ୍ୱିତୀୟ ସ୍ତ୍ରୀ ପାଇବେନି ସରକାରୀ ପେନସନ । ଜଣେ ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ତାଙ୍କର ଦ୍ୱିତୀୟ ସ୍ତ୍ରୀ ପରିବାର ପେନସନ ବା ‘ଫ୍ୟାମିଲି...

ଓଡ଼ିଶାରେ ବଢୁଛି ମଟନ୍‌ର ଚାହିଦା: ବର୍ଷକୁ ଏତିକି ଟଙ୍କାର ମାଂସ ଖାଇଯାଉଛନ୍ତି ରାଜ୍ୟବାସୀ

ଭୁବନେଶ୍ୱର,୧୭।୧: ଓଡ଼ିଶାରେ ଛେଳି ମାଂସ ଅର୍ଥାତ୍‌ ମଟନ୍‌ର ଚାହିଦା ବଢ଼ି ବଢି ଚାଲିଛି। ରାଜ୍ୟରେ ଛେଳି ମାଂସର ଆବଶ୍ୟକତା ଉତ୍ପାଦନଠାରୁ ଅଧିକ। ସେଥିପାଇଁ ମାଛ, ଅଣ୍ଡା...

ଆଲିବାଗରେ କୋଟି କୋଟି ଟଙ୍କାର ସମ୍ପତ୍ତି କିଣିଲେ ବିରାଟ-ଅନୁଷ୍କା

ନୂଆଦିଲ୍ଲୀ,୧୭।୧: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମା ମହାରାଷ୍ଟ୍ରର ଆଲିବାଗରେ ଜମି କିଣିଛନ୍ତି। ସେମାନଙ୍କର ପୂର୍ବରୁ ଆଲିବାଗରେ ଏକ...

ଗୋ ମାଫିଆଙ୍କ ଘରେ ରେଡ୍‌: ବିପୁଳ ପରିମାଣର ବେଆଇନ ସମ୍ପତ୍ତି ଜବତ

ପାଟଣା,୧୭।୧(ବୀର କିଶୋର ଦାଶ): କେନ୍ଦୁଝର ପୋଲିସରର ଏକାଧିକ ଦଳ ଶନିବାର ୪୬ଟି ସ୍ଥାନରେ ବେଆଇନ ଗୋରୁ ବ୍ୟବସାୟୀଙ୍କ ବାସଭବନ ଉପରେ ସମନ୍ବିତ ଚଢାଉ କରିଛନ୍ତିି ।...

ସୁନାଥାଳିରେ ଖାଇବେ! ୨୯ରୁ ୩୧ ଭିତରେ ଧନୀ ହେବେ ୩ ରାଶି…

ସବୁଠାରୁ ପ୍ରସିଦ୍ଧ ଭବିଷ୍ୟଜ୍ଞମାନଙ୍କ ମଧ୍ୟରୁ ଜଣେ ଥିଲେ ବୁଲଗେରିଆନ୍ ବାବା ଭେଙ୍ଗା। ତାଙ୍କ ମୃତ୍ୟୁ ପର୍ଯ୍ୟନ୍ତ, ବିଶ୍ୱବାସୀଙ୍କ ବିଷୟରେ ଗୋଟିଏ ପରେ ଗୋଟିଏ ଭବିଷ୍ୟବାଣୀ କରିଥିଲେ...

ଇରାନର ଏକ ବଡ଼ ନିଷ୍ପତ୍ତିକୁ ନେଇ କୃତଜ୍ଞତା ଜଣାଇଲେ ଟ୍ରମ୍ପ

ଓ୍ବାଶିଂଟନ,୧୭।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର (ଜାନୁଆରୀ ୧୬) ଏକ ଅସାଧାରଣ ଏବଂ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇ ଇରାନ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଟ୍ରମ୍ପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri