ବ୍ରାହ୍ମଣୀ ନଦୀ ଡଙ୍ଗାବୁଡ଼ି ଘଟଣା: ୪ ନିଖୋଜଙ୍କ ପତ୍ତା ମିଳୁନି

ପରଜଙ୍ଗ, ୮।୯(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ଅଧୀନ ରୋଡ୍‌ ପଞ୍ଚାୟତ କୁନ୍ଦନଦେଈପୁର ଗ୍ରାମ ନିକଟରେ ପ୍ରବାହିତ ବ୍ରାହ୍ମଣୀ ନଦୀ ଡଙ୍ଗାବୁଡ଼ି ଘଟଣାକୁ ପାଖାପାଖି ୧୮ ଘଣ୍ଟା ବିତି ଯାଇଥିବାବେଳେ ୪ ନିଖୋଜଙ୍କ ପତ୍ତା ମିଳୁନାହିଁ। ଓଡ୍ରାଫ୍‌ ଟିମ୍‌, ଅଗ୍ନିଶମ ସେବା କର୍ମଚାରୀ ମିଳିତ ଭାବେ ନଦୀର ଉଭୟ ପାର୍ଶ୍ୱରେ ତଲାସି ଅଭିଯାନ ଚଳାଇଛନ୍ତି। ରବିବାର ସକାଳୁ ରୋଡ୍‌ଘାଟଠାରୁ କମଗରା ଏବଂ ନଦୀ ଅପରପାର୍ଶ୍ୱରେ ଥିବା ଖଡଗପ୍ରସାଦ ଘାଟଠାରୁ କମଗରା ଯାଏ ଖୋଜାଖୋଜି କରାଯାଇଥିଲେ ମଧ୍ୟ ଅପରାହ୍ନ ୨ଟା ସୁଦ୍ଧା ନିଖୋଜଙ୍କ ସନ୍ଧାନ ମିଳିପାରିନାହିଁ। କାମାକ୍ଷାନଗର ଉପଜିଲାପାଳ ଇଂ. ବିଷ୍ଣୁପ୍ରସାଦ ଆଚାର୍ଯ୍ୟ, ତହସିଲଦାର ଜୟନ୍ତ କୁମାର ଜୟସିଂ, ବିଡିଓ ବସନ୍ତ କୁମାର ମଲ୍ଲିକ, ଥାନାଧିକାରୀ ଆନନ୍ଦ ଡୁଙ୍ଗ୍‌ଡୁଙ୍ଗ୍‌ ପ୍ରମୁଖ ଉଦ୍ଧାର କାର୍ଯ୍ୟ ତଦାରଖ କରୁଛନ୍ତି।
ଅପରପକ୍ଷେ ଏପରି ଦୁର୍ଘଟଣା ପରେ ନିଖୋଜ ବ୍ୟକ୍ତିଙ୍କ ପରିବାର ଲୋକେ ଆଶା ଆଶଙ୍କା ଭିତରେ ଅଛନ୍ତି। ସେମାନଙ୍କୁ ଆଶ୍ୱାସନା ଦେବା ଏବଂ ମନୋବଳ ବଢ଼ାଇବାକୁ ବିଭିନ୍ନ ଦଳର ରାଜନେତା ଗ୍ରାମରେ ପହଞ୍ଚତ୍ଛନ୍ତି। ଜିଲା ଭାଜପା ସଭାପତି ବିଭୂତି ଭୂଷଣ ପ୍ରଧାନ, ପୂର୍ବତନ ରାଜ୍ୟସଭା ସଦସ୍ୟ ରୁଦ୍ରନାରାୟଣ ପାଣି, ପରଜଙ୍ଗ ବ୍ଲକ ବିଜେଡି ସଭାପତି କୃଷ୍ଣଚନ୍ଦ୍ର ମହାନ୍ତି, ବ୍ଲକ ଅଧ୍ୟକ୍ଷ ଅକ୍ଷୟ କୁମାର ବେହେରା ପ୍ରମୁଖ ଗ୍ରାମବାସୀଙ୍କ ସହ ଆଲୋଚନା କରିଛନ୍ତି।
ସୂଚନାଯୋଗ୍ୟ, ଶନିବାର ରାତି ପ୍ରାୟ ୮ଟାରେ ନଦୀ ଉପରେ ଟଣାଯାଇଥିବା କେବୁଲ ତାରରେ ଛନ୍ଦି ହୋଇ ଏକ ହୁଲି ଡଙ୍ଗା ଓଲଟି ପଡ଼ିଥିଲା। ନାଉରିଆ, ତାଙ୍କ ପୁଅ ଏବଂ ଅନ୍ୟ ୩ଜଣ କୌଣସି ମତେ ପହଁରି କୂଳରେ ପହଞ୍ଚତ୍ଥିବାବେଳେ ନଦୀର ପ୍ରଖର ସ୍ରୋତରେ ଅନ୍ୟ ୪ଜଣ ନିଖୋଜ ହୋଇଯାଇଥିଲେ। ସେମାନଙ୍କ ମଧ୍ୟରେ କୁନ୍ଦନଦେଈପୁର ଗ୍ରାମର ପ୍ରଫୁଲ୍ଲ ଆଚାର୍ଯ୍ୟଙ୍କ ପୁଅ ବିଶ୍ୱଜିତ୍‌, ରୋଡ୍‌ ଗ୍ରାମର ବିନୋଦ ସାହୁଙ୍କ ପୁଅ ରମେଶ, ବସନ୍ତ ସାହୁଙ୍କ ପୁଅ ସୁଶାନ୍ତ ଏବଂ ରାଜକିଶୋର ନାୟକଙ୍କ ବଡ଼ପୁଅ ବିଜୟ ଅଛନ୍ତି।
ଏ ନେଇ ଉପଜିଲାପାଳ ଇଂ. ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ କୁହନ୍ତି, ପରଜଙ୍ଗ ବ୍ଲକରେ କୌଣସି ନଦୀଘାଟ ନିଲାମ ଦିଆଯାଇନାହିଁ। କିଛିଦିନ ତଳେ ଖଡଗପ୍ରସାଦ ଘାଟକୁ ନିଲାମ ଦିଆଯାଇଛି। ଏଠାରୁ ନିୟମିତ ଡଙ୍ଗା ଚଳାଚଳ ହେଉଛି। ତେବେ ସନ୍ଧ୍ୟା ପରେ ନଦୀରେ ଡଙ୍ଗା ଚଳାଇବାକୁ ସମ୍ପୂର୍ଣ୍ଣ ନିଷିଦ୍ଧ କରାଯାଇଛି। ଏହାକୁ ଅମାନ୍ୟ କରି ଉକ୍ତ ଘାଟରୁ ଡଙ୍ଗା ଯାତ୍ରୀଙ୍କୁ ଆଣିଥିବା ଜଣାପଡ଼ିଛି। ମଝି ନଈରେ କେବୁଲ ତାରରେ ଛନ୍ଦି ହୋଇଯିବାରୁ ଡଙ୍ଗାଟି ଦୁର୍ଘଟଣାର ଶିକାର ହୋଇଛି। ପ୍ରଶାସନ ପକ୍ଷରୁ ଘଟଣାର ତଦନ୍ତ କରାଯାଇ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri