ଏମ୍‌ପି ସପ୍ତଗିରି ଉଲାକାଙ୍କ ବଡ଼ ସୂଚନା: ଏହି ସବୁ ରୁଟ୍‌ରେ ବସିବ…

ରାୟଗଡା,୧୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ରେଳ ଡିଭିଜନ କାର୍ଯ୍ୟକ୍ଷମ ହୋଇଥିଲେ ହେଁ ଟ୍ରେନ ଯାତାୟାତ ସିଗନାଲ ବ୍ୟବସ୍ଥା ସମେତ ଅନ୍ୟାନ୍ୟ ଟେକ୍ନିକାଲ ବ୍ୟବସ୍ଥାର କଣ୍ଟ୍ରୋଲ ବର୍ତ୍ତମାନ ମଧ୍ୟ ୱାଲଟିୟର ରେଳ ଡିଭିଜନ ଅଧୀନରେ ରହିଛି । ତେଣୁ ରାୟଗଡା ଡିଆରଏମଙ୍କ ଅଧୀନରେ ବର୍ତ୍ତମାନ ଏହି ସବୁ ନିୟନ୍ତ୍ରଣ ପାଇଁ ୪ଟି କଣ୍ଟ୍ରୋଲ ବୋର୍ଡ ପାଇଁ ଇଷ୍ଟକୋଷ୍ଟ ରେଲୱେରୁ ଅନୁମତି ମିଳିଛି । ଏନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି କୋରାପୁଟ ଏମ୍‌ପି ସପ୍ତଗିରି ଶଙ୍କର ଉଲାକା । ଏମପି ଉଲାକା ଏନେଇ ପୂର୍ବରୁ ବାରମ୍ବାର ଲୋକ ସଭା ଓ ରେଲୱେ କର୍ତ୍ତୃପକ୍ଷଙ୍କ ନିକଟରେ ଦାବି କରିଥିଲେ । କୋତାଭାଲସା-କୋରାପୁଟ, କୋରାପୁଟ-କିରାଣ୍ଡୁଲ ପାଇଁ ଦୁଇଟି ସ୍ବତନ୍ତ୍ର କଣ୍ଟ୍ରୋଲ ବୋର୍ଡ ବସିବ । ସେହିଭଳି ରାୟଗଡା ଏବଂ କୁନେରୁ-ରାୟଗଡା ପାଇଁ ସ୍ବତନ୍ତ୍ର ଗୋଟିଏ ଲେଖାଏ କଣ୍ଟ୍ରୋଲ ବୋର୍ଡ କାର୍ଯ୍ୟକ୍ଷମ କରାଯିବ। ଏତଦ୍‌ବ୍ୟତିତ ପାରଳାଖେମୁଣ୍ଡି-ଗୁଣପୁର ରେଳପଥ ପାଇଁ ମଧ୍ୟ ସ୍ବତନ୍ତ୍ର କଣ୍ଟ୍ରୋଲ ବୋର୍ଡ ବସିବା ନେଇ ରାୟଗଡା ରେଳ ଡିଭିଜନ ଡିଆରଏମ ଅମିତାଭ ସିଂଘଲ ସୂଚନା ଦେଇଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ନିର୍ମାଣ ଦାବିରେ ଶିକ୍ଷକଙ୍କ ଆମରଣ ଅନଶନ

ଭଞ୍ଜନଗର,୧୯।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଲାଲସିଂ ପଞ୍ଚାୟତରେ ଦୀର୍ଘ ଦିନରୁ ପଡ଼ି ରହିଥିବା ଅଧାପନ୍ତରିଆ ରାସ୍ତା କାମକୁ ନେଇ ଅସନ୍ତୋଷ ତେଜିଛି। ଛେଦାଭୂମୀ...

ଯୁବକଙ୍କୁ ଗୁଳି ମାଡ: ବାଇକରେ ଆସି ଫାୟାରିଂ କରି ଫେରାର୍‌ ହୋଇଗଲେ…

ଖୋର୍ଦ୍ଧା,୧୯।୧(ପ୍ରଭାତ ପାଣିଗ୍ରାହୀ): ଗୁଳି ମାଡରେ ଯୁବକଙ୍କ ମୃତ୍ୟୁ। ବେଗୁନିଆ ଥାନା ଅନ୍ତର୍ଗତ ପରିଛଳ ଜାମୁସହିରେ ଏହି ଘଟଣା ଘଟିଛି । ମୃତ ବ୍ୟକ୍ତିଙ୍କ ନାମ ବାସୁଦେବ...

ଅଞ୍ଚଳ ପାଇଁ ଗୌରବ ଆଣିଲେ ଗୋରା ସିଂ: OPSC ପରୀକ୍ଷାରେ ୬୩ତମ ର଼୍ୟାଙ୍କ ରଖି କୃତକାର୍ଯ୍ୟ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କିର୍ତ୍ତି): ଦୃଢ ଇଚ୍ଛାଶକ୍ତି ଓ ପରିଶ୍ରମ ଆଗରେ ହାର ମାନିଛି ଦାରିଦ୍ର୍ୟ। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସୁଯୋଗ୍ୟ ସନ୍ତାନ ଗୋରା...

ଆକ୍ସନ ମୋଡରେ ଯୋଗାଣ ନିରୀକ୍ଷକ: ଗାଁରେ ପହଞ୍ଚି ନିଜେ ବାଣ୍ଟିଲେ ବଞ୍ଚିତ ହିତାଧିକାରୀଙ୍କୁ ଚାଉଳ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କୀର୍ତ୍ତି): ଚମ୍ପାଛୁଆଁ ଗ୍ରାମର ହିତାଧିକାରୀମାନେ ଚଳିତ ବର୍ଷର ୩ ମାସର ପିଡିଏସ ଚାଉଳ ପାଇବାରୁ ବଞ୍ଚିତ ଥିବା ନେଇ ‘ଧରିତ୍ରୀ’ ରେ ଖବର...

ଭାରତ ମାତା ପୂଜନ ଉତ୍ସବରେ ଦୁଲୁକିବ ମଞ୍ଚ, ସାଂସ୍କୃତିକ କାର୍ଯ୍ୟକ୍ରମରେ ମୁଖ୍ୟ ଆକର୍ଷଣ ରହିଛି…

ଦାରିଙ୍ଗବାଡି, ୧୯।୧ (ଅରୁଣ ସାହୁ ): ଆସନ୍ତା ସାଧାରଣତନ୍ତ୍ର ଦିବସରେ ୧୪ ତମ ଭାରତ ମାତା ପୂଜନ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ ସିମନବାଡି ଦୁର୍ଗା...

ବ୍ରାଉନସୁଗାର କାରବାର ସୂଚନା ପାଇ ଅଚାନକ ଚଢାଉ କଲା ପୋଲିସ, ଜବତ ହେଲା…

ଜୟପୁର,୧୯।୧(ପବନ ପାଣିଗ୍ରାହୀ): ବ୍ରାଉନସୁଗାର କାରବାର ସମୟରେ ଟାଉନ ପୋଲିସ ଚଢାଉ କରିଛି । ଚଢାଉ ବେଳେ ୨ ଅଭିଯୁକ୍ତଙ୍କୁ ଗିରଫ କରି ବ୍ରାଉନସୁଗାର ଜବତ କରିଛି।...

ମା’ ସହ ୨ ଝିଅଙ୍କୁ ହତ୍ୟା ଉଦ୍ୟମ କରି ମାରିଥିଲେ ଚମ୍ପଟ, ଧରାପଡିବା ପରେ ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୯।୧(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବି. ତୁରୁବୁଡ଼ି ପଞ୍ଚାୟତ କାଣ୍ଡେଶ୍ୱର ଗ୍ରାମ ଇନ୍ଦିରା ଆବାସ କଲୋନୀରେ ରହୁଥିବା ସ୍ବର୍ଗତ ପାଣ...

ମେଡିକାଲ ବାଥରୁମ୍‌ରେ ଶିଶୁ କନ୍ୟାଙ୍କୁ ଛାଡି ଚମ୍ପଟ ମାରିଲେ ମା’

ଭଦ୍ରକ, ୧୯।୧(ସନାତନ ରାଉତ): ମେଡିକାଲ ବାଥରୁମ୍‌ରେ ନବଜାତ ଶିଶୁ କନ୍ୟାକୁ ଛାଡ଼ି ମା’ ଫେରାର । ନବଜାତ ଶିଶୁ କନ୍ୟାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri