ବିଡିଓଙ୍କୁ ଶକ୍ତ ଚାପୁଡା ମାରିଥିଲେ ହେମନାଥ, ବାନ୍ଧିଲା ପୋଲିସ

ନୂଆପଡ଼ା,୨୦ା୧ (ମକାରୁ ବେମାଲ):ନୂଆପଡ଼ା ଜିଲା ସଦର ବ୍ଲକ ବିଡିଓ ରୋହିତ ଭୋଇଙ୍କୁ ସୋମବାର ଜଣେ ଯୁବକ ମାଡ଼ ମାରିଥିବା ସଦର ଥାନାରେ ଅଭିଯୋଗ ହୋଇଛି। ଏ ନେଇ ବିଡିଓ ଭୋଇଙ୍କ ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା (ନଂ.୧୧/୨୬) ରୁଜୁକରି ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଜୋଙ୍କ ଥାନା ଭଇଁଷାତାଲ ପଞ୍ଚାୟତ ମୁଢେଳା ଗାଁର ହେମନାଥ ବଞ୍ଜାରା (୩୫)। ଏହାର ପ୍ରତିବାଦରେ ନିର୍ବାଚିତ ପ୍ରତିନିଧି ଓ କର୍ମଚାରୀ ଆନ୍ଦୋଳନକୁ ଓହ୍ଲାଇଥିଲେ।
ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୦ଟା ସମୟରେ ବିଡିଓ ଭୋଇ ନିଜ ବାସଭବନରୁ ଖଇରାନୀ ପଞ୍ଚାୟତଠାରେ ହେବାକୁ ଥିବା ଗାଁରେ ପ୍ରଶାସନ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ବାହାରିଥିଲେ। ସେହି ସମୟରେ ଭଇଁଷାତାଲ ପଞ୍ଚାୟତର କେତେଜଣ ଲୋକ ଆସି ବିଡିଓଙ୍କ ସହ କଥାବାର୍ତ୍ତା ହୋଇଥିଲେ। ସେମାନେ କହିଥିଲେ, ଭଇଁଷାତାଲ ହେଉଛି ପଞ୍ଚାୟତ ସଦର ମହକୁମା। ସେଠାରେ ପଞ୍ଚାୟତ କୋଠା ନିର୍ମାଣ ନ ହୋଇ ବଲୋଦା ଗାଁଠାରେ ନିର୍ମାଣ କରାଯାଉଛି। ଜିଲା ପ୍ରଶାସନକୁ ଲିଖିତ ଭାବେ ଜଣାଇଲା ପରେ ମଧ୍ୟ କୌଣସି ସୁଫଳ ମିଳି ନ ଥିଲା। ପରେ ପଞ୍ଚାୟତବାସୀ ଉଚ୍ଚ ନ୍ୟାୟାଳୟଙ୍କ ଦ୍ୱାରସ୍ଥ ହୋଇଥିଲେ। ଉଚ୍ଚ ନ୍ୟାୟାଳୟ କୋଠା ନିର୍ମାଣ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଥିବା ସତ୍ତ୍ୱେ କିପରି ଏହା ନିର୍ମାଣ କରାଯାଉଛି ବୋଲି ପ୍ରଶ୍ନ କରିଥିଲେ। ବିଡିଓ କହିଥିଲେ, ହାଇକୋର୍ଟଙ୍କ ପୂର୍ବ ନିର୍ଦ୍ଦେଶ ବଳରେ ସରପଞ୍ଚ କୋଠା ନିର୍ମାଣ କରୁଥିଲେ। କିନ୍ତୁ ଦୁଇଦିନ ତଳେ ଉଚ୍ଚ ନ୍ୟାୟାଳୟଙ୍କ ନିର୍ମାଣ ବନ୍ଦ ନିର୍ଦ୍ଦେଶ ପାଇବା ପରେ ଆମେ ତାଙ୍କୁ ଅବଗତ କରାଇ ଦେଇଛୁ। ତେଣୁ ଆପଣମାନେ ମୋତେ ଦୋଷ ଦେଲେ କ’ଣ ହେବ ବୋଲି ବିଡିଓ କହିଥିଲେ ା ସେହି ସମୟରେ ହେମନାଥ ବଞ୍ଜାରା ନାମକ ଯୁବକ କହିଲେ ତମେମାନେ ଚାହିଁଲେ କାମ ବନ୍ଦ କରିପାରିବ। ଆମ ସହ ଖେଳ ଖେଳୁଛ ବୋଲି କହି ବିଡିଓଙ୍କ ବାମ ଗାଲରେ ଶକ୍ତ ଚାପୁଡା ମାରିଥିଲେ। ଏହାପରେ ବିଡିଓଙ୍କ ଗାଡି ଚାଳକ ଓ ଅନ୍ୟମାନେ ତାଙ୍କୁ ଅଟକାଇଥିଲେ। ପରେ ହେମନାଥ ସେଠାରୁ ଫେରାର ହୋଇଯାଇଥିଲେ ା ଖବର ପାଇ ବ୍ଲକ ଅଧ୍ୟକ୍ଷା ତାରେଶ୍ୱରୀ ସାହୁ, ଉପାଧ୍ୟକ୍ଷ ଦିଲୀପ ନିର୍ମଳକର ପ୍ରମୁଖ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚତ୍ ସମସ୍ତଙ୍କୁ ଫୋନ ଯୋଗେ ଜଣାଇଥିଲେ। ଉପଖଣ୍ଡୀୟ ପୋଲିସ ଅଧିକାରୀ ସ୍ବାଧୀନ ମିଶ୍ର, ଥାନା ଅଧିକାରୀ ଗଙ୍ଗାଧର ମେହେର ସଦଳବଳ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଥିଲେ। ଅନ୍ୟପକ୍ଷେ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ ଦାବିରେ ନିର୍ବାଚିତ ପ୍ରତିନିଧି ବ୍ଲକ ଅଫିସ ସମ୍ମୁଖରେ ଧାରଣାରେ ବସିଥିଲେ। ବ୍ଲକ କର୍ମଚାରୀମାନେ ମଧ୍ୟ କଲମ ଛାଡ ଆନ୍ଦୋଳନ କରିଥିଲେ। ଏହାପରେ ଥାନା ଅଧିକାରୀ ମେହେର ୪ ଜଣଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲେ। ଏହି ସମୟରେ ହେମନାଥ ବିଡିଓଙ୍କୁ ମାଡ ମାରିଥିବା ସ୍ବୀକାର କରିଥିଲେ ା ପୋଲିସ ହେମନାଥଙ୍କୁ ଗିରଫ କରିଥିବା ବେଳେ ଅନ୍ୟ ୩ ଜଣଙ୍କୁ ଅଟକ ରଖି ଅଧିକ ତଦନ୍ତ ଚଳାଇଛି ା

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନିମନ୍ତ୍ରଣ କାର୍ଡର ଦାମ୍ ୨୫ ଲକ୍ଷ; ଝିଅର ବାହାଘରକୁ ସ୍ମରଣୀୟ କରିବା ପାଇଁ ବାପାଙ୍କ ଅନନ୍ୟ ପଦକ୍ଷେପ, ୩ କେଜି ରୂପା…

ଜୟପୁର,୨୦ା୧: ପ୍ରତ୍ୟେକ ପିତା ଚାହାଁନ୍ତି ଯେ ତାଙ୍କ ଝିଅର ବିବାହ ଏକ ସ୍ମରଣୀୟ ହେଉ, ଯାହା ଜୀବନବ୍ୟାପୀ ସେମାନଙ୍କ ହୃଦୟରେ ରହିବ । ଜୟପୁରର ଶିବ...

ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର ରଚୁଛି ବାଂଲାଦେଶ: ଚାଇନା ସହ ମିଶି ଚିକେନ ନେକରେ…

ଢାକା,୨୦।୧: ମହମ୍ମଦ ୟୁନୁସଙ୍କ ଶାସନରେ ବାଂଲାଦେଶ ନିରନ୍ତର ଭାରତ ବିରୋଧୀ ପଦକ୍ଷେପ ନେଇ ଆସୁଛି। ଭାରତ ବିରୋଧରେ ବାଂଲାଦେଶର ଷଡ଼ଯନ୍ତ୍ର ପୂର୍ବରୁ ପର୍ଦ୍ଦାଫାସ ହୋଇସାରିଛି ଏବଂ...

Nitin Navin BJP President: କିଏ ଏହି ନୀତିନ ନବୀନ, କେମିତି ହେଲେ ସଙ୍ଗଠନର ପ୍ରଥମ ପସନ୍ଦ, ଜାଣନ୍ତୁ ତାଙ୍କ ମୋଟ ସମ୍ପତ୍ତି…

ନୂଆଦିଲ୍ଲୀ,୨୦।୧: ମଙ୍ଗଳବାର (୧୯ ଜାନୁଆରୀ, ୨୦୨୬) ଭାରତୀୟ ଜନତା ପାର୍ଟି (ଭାଜପା)ର ବରିଷ୍ଠ ନେତା ନୀତିନ ନବୀନଙ୍କୁ ଦଳର ନୂତନ ରାଷ୍ଟ୍ରୀୟ ସଭାପତି ଭାବରେ ନିଯୁକ୍ତ...

ଚାଷଜମିରୁ ବୋମା ଜବତ; ଆତଙ୍କିତ ଗ୍ରାମବାସୀ, ପୋଲିସର ତଦନ୍ତ…   

ଦିଗପହଣ୍ଡି,୨୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମକେଇ ପଞ୍ଚାୟତ କୁମରଡ଼ା ଗ୍ରାମ ବଡ଼ବନ୍ଧ ପୋଖରୀ ନିକଟ ଚାଷଜମିରେ ବୋମା ଆତଙ୍କ । ରଘୁ...

ଚଳିତ ବର୍ଷ ସନ୍ୟାସ ନେବେ ଏହି ୫ ଭାରତୀୟ କ୍ରିକେଟର! ଟିମ୍‌ ଇଣ୍ଡିଆରେ ସ୍ଥାନ ମିଳିବା ଅସମ୍ଭବ

ନୂଆଦିଲ୍ଲୀ,୨୦।୧: ଅନେକ ଷ୍ଟାର ଖେଳାଳି ଦୀର୍ଘ ସମୟ ଧରି ଭାରତୀୟ ଦଳରୁ ବାହାରେ ଅଛନ୍ତି। ଅନେକ ଯୁବ ଖେଳାଳି ଥିଲେ ମଧ୍ୟ ଖରାପ ଫର୍ମ ଯୋଗୁ...

ନୂଆଦିଲ୍ଲୀରେ ଦୁଲୁକିବ କଳାହାଣ୍ଡିର ଘୁମୁରା, ବଜାଶାଲ: ଜଲଓ୍ବା ଦେଖାଇବେ ପ୍ରତିଭା ଅନୁଷ୍ଠାନର କଳାକାର

ଭବାନୀପାଟଣା,୨୦ା୧(ଉତ୍ତମ କୁମାର ଦାଶ):ବନ୍ଦେ ମାତରମ୍‌ ଗୀତର ୧୫୦ ବର୍ଷ ପୂର୍ତ୍ତି ସମାରୋହ ଉପଲକ୍ଷେ ନୂଆଦିଲ୍ଲୀ ରାଜପଥରେ ଆସନ୍ତା ୨୬ ତାରିଖ ସାଧାରଣତନ୍ତ୍ର ଦିବସରେ କଳାହାଣ୍ଡିର ଘୁମୁରା...

‘ଜଣେ ଚମତ୍କାର ବ୍ୟକ୍ତିଙ୍କୁ ଜନ୍ମଦିନର ଶୁଭେଚ୍ଛା’, ଟ୍ରମ୍ପ-ଏପଷ୍ଟାଇନଙ୍କ ସମ୍ପର୍କକୁ ନେଇ ମଲରେ ଲାଗିଲା ରେପ୍ଲିକା, ଜାଣନ୍ତୁ ସମ୍ପୂର୍ଣ୍ଣ କାହାଣୀ

ଓ୍ବାଶିଂଟନ,୨୦।୧: ୱାଶିଂଟନ ଡି.ସି.ର ନ୍ୟାସନାଲ ମଲରେ ରାତାରାତି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି ଏକ ୧୦ ଫୁଟ ଉଚ୍ଚ ପ୍ରତିକୃତି ବା ରେପ୍ଲିକା। ଏହା ଡୋନାଲ୍ଡ...

୩୮୯ ଜଣଙ୍କର ଜଣେ ବାପା, ଆଉ ଜଣଙ୍କର ୩୧୦ ପିଲା… ପଶ୍ଚିମବଙ୍ଗର SIR ଖୋଲିଲା ଏମିତି ରାଜ୍‌, ସଭିଏଁ ଚକିତ

କୋଲକାତା,୨୦।୧: ପଶ୍ଚିମବଙ୍ଗ ଭୋଟର ତାଲିକା ଯାଞ୍ଚ (SIR) ଅଭିଯାନ ସମୟରେ ଏପରି ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି ଯାହା କେବଳ ନିର୍ବାଚନ କମିଶନଙ୍କୁ ନୁହେଁ ବରଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri