ମଣ୍ଡିରୁ ଉଠୁନି ଧାନ: ରାସ୍ତାରେ ବସିଲେ ଚାଷୀ

ଲାଞ୍ଜିଗଡ଼,୨୦ା୧(ରମେଶ ଚନ୍ଦ୍ର ନାୟକ):ବାରମ୍ବାର ଅଭିଯୋଗ ସତ୍ତ୍ୱେ ମିଲର୍ସଙ୍କ ମନମାନି ଯୋଗୁ ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ସମବାୟ ସମିତି ମଣ୍ଡିରୁ ଧାନ ଉଠୁନାହିଁ। ଏହାର ପ୍ରତିବାଦରେ ସୋମବାର ୬ ଗୋଟି ପଞ୍ଚାୟତର ଶତାଧିକ ଚାଷୀ ଲାଞ୍ଜିଗଡ଼-ମୁନିଗୁଡ଼ା ମୁଖ୍ୟ ରାସ୍ତା ଅବରୋଧ କରିଥିଲେ। ବର୍ତ୍ତମାନ ଏହି ମଣ୍ଡିରେ ୧ ହଜାର ୬୦୦ କୁଇଣ୍ଟାଲ ଧାନ ପଡିରହିଛି। ସୂଚନା ଅନୁସାରେ ଲାଞ୍ଜିଗଡ ସମବାୟ ସମିତି ଅଧୀନରେ ଥିବା ମଣ୍ଡିରେ ଚଳିତ ବର୍ଷ ଖରିଫ ଋତୁର ଧାନ ବିକିବା ପାଇଁ ୬ ଗୋଟି ପଞ୍ଚାୟତର ଚାଷୀ ପଞ୍ଜୀକୃତ କରିଥିଲେ। ଗତ ୨୦ ଡିସେମ୍ବରରେ ମଣ୍ଡି ଆରମ୍ଭ ହୋଇଥିଲା ବେଳେ ଡିସେମ୍ବର ୨୨ ତାରିଖ ପର୍ଯ୍ୟନ୍ତ ଟୋକାନ ସମୟସୀମା ରହିଥିବା ୧୫୯ ଜଣ ଚାଷୀଙ୍କଠାରୁ ୬ ହଜାର ୧୧୫ କୁଇଣ୍ଟାଲ ଧାନ କ୍ରୟ କରାଯାଇଥିଲା। ଅବଶିଷ୍ଟ ୨୫୦ ଚାଷୀଙ୍କ ମଧ୍ୟରୁ ୨୨ ଜଣ ଚାଷୀଙ୍କ ୧ ହଜାର ୬୦୦ କୁଇଣ୍ଟାଲ ଧାନ ଏବେ ମଣ୍ଡିରେ ପଡିରହିଛି। ଅଧିକାଂଶ ଚାଷୀଙ୍କ ଟୋକନ ସମୟ ସୀମା ୨ ରୁ ୪ଦିନ ମଧ୍ୟରେ ଶେଷ ହେବାକୁ ଯାଉଛି। ଦୀର୍ଘଦିନ ହେଲା ଶୀତକାକରରେ ମଣ୍ଡିରେ ପଡି ରହିଛନ୍ତି ଚାଷୀ। ଟାର୍ଗେଟ ଥାଇ ମଧ୍ୟ ମିଲର୍ସମାନେ ମଣ୍ଡିରୁ ଧାନ ଉଠାଉ ନାହାନ୍ତି। ଏହାକୁ ନେଇ ଚାଷୀମାନେ ସକାଳୁ ୭ଟାରୁ ୧୨ ଘଣ୍ଟା ପର୍ଯ୍ୟନ୍ତ ରାସ୍ତା ଅବରୋଧ କରିଥିଲେ। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ ଯାନବାହନ ଅଟକି ରହିଥିବା ବେଳେ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଥିଲା। ଖବର ପାଇ ଲାଞ୍ଜିଗଡ ପୋଲିସ ଏସ୍‌ଆଇ ଡୋଳାମଣି ବିଶି ଘଟଣାସ୍ଥଳରେ ପହଞ୍ଚି ସମସ୍ୟାର ସମାଧାନ ପାଇଁ ଚାଷୀ, ଲାଞ୍ଜିଗଡ ସମବାୟ ସମିତି ଓ ମିଲର୍ସଙ୍କ ସହିତ ଆଲୋଚନା କରି ଆସନ୍ତା ୪ ଦିନ ମଧ୍ୟରେ ଧାନ ଉଠାଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ଏହାପରେ ଚାଷୀ ଆନ୍ଦୋଳନ ପ୍ରତ୍ୟାହାର କରିଥିଲେ। ପରେ ଉକ୍ତ ରାସ୍ତାରେ ଯାତାୟାତ ସ୍ବାଭାବିକ ହୋଇଥିଲା। ଆସନ୍ତା ୪ ଦିନ ମଧ୍ୟରେ ଧାନ ଉଠା ନ ଗଲେ ପୁଣି ରାଜରାସ୍ତାକୁ ଓଲାଇବେ ବୋଲି ସମ୍ପୃକ୍ତ ଚାଷୀମାନେ ଚେତାବନୀ ଦେଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନୀତିନ ନବୀନ ମୋ ବସ୍‌, ମୁଁ ଜଣେ….ଭାବପ୍ରବଣ କରିଦେଲେ ମୋଦି

ନୂଆଦିଲ୍ଲୀ,୨୦।୧: ନୀତିନ ନବୀନ ମଙ୍ଗଳବାର ଆନୁଷ୍ଠାନିକ ଭାବରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦ ଗ୍ରହଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି,ଭାଜପା ଏପରି ଏକ...

ନବୀନଙ୍କ ଆଗରେ ବଡ଼ ଚ୍ୟାଲେଞ୍ଜ: ପ୍ରଥମ ବର୍ଷ ସାମ୍ନା କରିବେ….

ନୂଆଦିଲ୍ଲୀ,୨୦।୧: ଭାରତୀୟ ଜନତା ପାର୍ଟି (ଭାଜପା) ଦଳର ସବୁଠାରୁ ଯୁବ ଜାତୀୟ ସଭାପତି ଭାବରେ ନୀତିନ ନବୀନଙ୍କୁ ନିର୍ବାଚିତ କରି ଇତିହାସରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ...

ପୂଜାର୍ଚ୍ଚନା ପରେ ନୟାଗଡ଼ରୁ ପୁରୀ ଅଭିମୁଖେ ଗଲା ରଥକାଠ

ନୟାଗଡ଼,୨୦।୧(ଲୋକନାଥ ମିଶ୍ର): ପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ  ନୟାଗଡ଼ ଜିଲା ଦଶପଲ୍ଲା ଅଞ୍ଚଳରୁ ମଙ୍ଗଳାର ୩ଟି ଟ୍ରକ୍‌ରେ ଅସନ ୪୦,  ଧଉରା ୪୩ ଓ ମତରେ...

ଫାଣ୍ଡି ସାମ୍ନାରେ ବସ୍‌କୁ ଧକ୍କା ଦେଲା ଟ୍ରଲର, ଯୋଡାରୁ ଟାଟାକୁ ଯାଉଥିବାବେଳେ…

କେନ୍ଦୁଝର,୨୦।୧ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଚମ୍ପୁଆ ସୀମାନ୍ତ ଝାଡ଼ଖଣ୍ଡର ଜଗନ୍ନାଥପୁର ଥାନା ଅଧିନସ୍ଥ ଜୟନ୍ତୀଗଡ଼ ଫାଣ୍ଡି ସାମ୍ନାରେ ମଙ୍ଗଳବାର କାରଓ୍ବା ନାମକ ଯାତ୍ରୀବାହୀ...

ଶହବାଜ-ମୁନିରଙ୍କୁ ମନାଇବାକୁ ପାକିସ୍ତାନ ଗସ୍ତ କରିବେ ସି ଜିନପିଙ୍ଗ

ବେଜିଂ,୨୦।୧: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ ସରିଫ ଘୋଷଣା କରିଛନ୍ତି ଯେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଖୁବ ଶୀଘ୍ର ପାକିସ୍ତାନ ଗସ୍ତ କରିବେ। ଏହି ଗସ୍ତ...

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା: ଏହି ସବୁ ଦାବି କଲେ ଜମି ହରାଉଥିବା ଲୋକେ, ଏକକାଳୀନ ୫ କୋଟି ଟଙ୍କା ସହ…

ପାଟଣା ,୨୦।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ଜେଏସଡବ୍ଲୁ ଓ ପସ୍କୋ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବାରଡାଙ୍ଗୁଆ ଗ୍ରାମରେ...

ଧୋକାବାଜ ବାହାରିଲେ ସ୍ବାମୀ, ୩-୩ଟା ବିବାହ କରିଥିବା ଜାଣିବା ପରେ ଦ୍ୱିତୀୟ ସ୍ତ୍ରୀ କଲେ ଏମିତି…

ପାଟନା, ୨୦।୧: ବିହାରର ବାଙ୍କାରୁ ସୋମବାର ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଚାଟମାଡିହ ଗାଁର ବାସିନ୍ଦା ନୀଲୁ କୁମାରୀ ତାଙ୍କ ସ୍ବାମୀଙ୍କ ବିରୋଧରେ ଅଭିଯୋଗ...

ଆଜିଠୁ ନବୀନ ଯୁଗ ଆରମ୍ଭ: ସ୍ବାଗତ କଲେ ମୋଦି

ନୂଆଦିଲ୍ଲୀ,୨୦।୧: ଦୀର୍ଘ ପ୍ରତୀକ୍ଷା ପରେ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)କୁ ନୂତନ ସଭାପତି ମିଳିଛି। ପାଞ୍ଚଥର ବିଧାୟକ ନୀତିନ ନବୀନଙ୍କୁ ଦଳର ନୂତନ ମୁଖ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri