ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା: ଏହି ସବୁ ଦାବି କଲେ ଜମି ହରାଉଥିବା ଲୋକେ, ଏକକାଳୀନ ୫ କୋଟି ଟଙ୍କା ସହ…

ପାଟଣା ,୨୦।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ଜେଏସଡବ୍ଲୁ ଓ ପସ୍କୋ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବାରଡାଙ୍ଗୁଆ ଗ୍ରାମରେ ମଙ୍ଗଳବାର ଦ୍ୱିତୀୟ ଗ୍ରାମସଭା ଅନୁଷ୍ଠିତ ହୋଇଛି। ଅତିରିକ୍ତ ଜିଲାପାଳ ରବୀନ୍ଦ୍ର ପ୍ରଧାନଙ୍କ ତତ୍ତ୍ୱାବଧାନରେ ଏହି ଗ୍ରାମସଭା ଅନୁଷ୍ଠିତ ହୋଇଛି। ମୌଜା ୧୧୩ଟି ଖାତାରୁ ୨୩୯ ଏକର ୪୭୦ ଡିସିମିଲ ଜମି ଅଧିଗ୍ରହଣ ପ୍ରସ୍ତାବ ଉପରେ ଗ୍ରାମସଭାରେ ଲୋକଙ୍କଠାରୁ ମତାମତ ଗ୍ରହଣ କରାଯାଇଛି। ସ୍ଥାନୀୟ ସରପଞ୍ଚ ହେମଲତା ନାଏକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଗ୍ରାମସଭାରେ ଅତିରିକ୍ତ ଜିଲାପାଳ ତଥା ସତନ୍ତ୍ର ଭୂଅର୍ଜନ ଅଧିକାରୀ ରବୀନ୍ଦ୍ର କୁମାର ପ୍ରଧାନ, ସ୍ଥାନୀୟ ସମିତି ସଭ୍ୟ ମନୋଜ କୁମାର ମହାନ୍ତ, ୱାର୍ଡ଼ ମେମ୍ବର,ପାଟଣା ତହସିଲଦାର ଅଶିନୀ କୁମାର ନାଏକ, ପାଟଣା ବିଡ଼ିଓ ମାନସ କୁମାର ଦଣ୍ଡପାଟ, ଇଡକୋ ଜମି ଅଧିଗ୍ରହଣ ଅଧିକାରୀ କୃଷ୍ଣ କିଶୋର ପାତ୍ର ପ୍ରମୁଖ ଯୋଗ ଦେଇଛନ୍ତି। ଜମି ହରାଇବାକୁ ଥିବା ଗ୍ରାମବାସୀଙ୍କ ମଧ୍ୟରୁ ୬ଜଣ ନିଜର ଦାବିରେ ଉଚିତ୍‌ କ୍ଷତିପୂରଣ, ନୂତନ ବିସ୍ଥାପନ ଓ ଥଇଥାନ ନୀତି ଉପରେ ଗୁରୁତ୍ୱ ଦେବା ସହ ସରକାର୍‌ ସେମାନଙ୍କର ସମସ୍ତ ଦାବି ମାନି ନେଲେ ଭିଟା ମାଟି ଛାଡିବେ, ନ ହେଲେ ଜମି ଦେବେ ଦେବେ ନାହିଁ ବୋଲି କହିଛନ୍ତି। ତେବେ ଆଜିର ଗ୍ରାମସଭା ଶାନ୍ତି ପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। କୌଣସି ଅପ୍ରୀତିକର ଘଟଣା ଘଟିନାହିଁ। ଜମି ହରାଇବାକୁ ଥିବା ଲୋକମାନେ ୩୩ଦଫା ସମ୍ବଳିତ ଦାବି ପତ୍ର ପ୍ରଶାସନିକ ଅଧିକାରୀଙ୍କୁ ଦସ୍ତଖତ କରି ପ୍ରଦାନ କରିଛନ୍ତି। ପ୍ରମୁଖ ଦାବିଗୁଡ଼ିକ ମଧ୍ୟରେ ଡିସମିଲ ପିଛା ୧୫ଲକ୍ଷ ଟଙ୍କା, ବିଧବା ବୃଦ୍ଧା, ଦିବ୍ୟାଙ୍ଗଙ୍କ ପାଇଁ ମାସିକ ୩୦ ହଜାର ଭତ୍ତା, ପ୍ରତ୍ୟେକ୧୮ରୁ ୪୫ବର୍ଷର ବ୍ୟକ୍ତିଙ୍କୁ ସ୍ଥାୟୀ ନିଯୁକ୍ତି, ଜମି ହରାଉଥିବା ବ୍ୟକ୍ତିଙ୍କ ପିଲାମାନଙ୍କୁ କମ୍ପାନୀ ସ୍କୁଲରେ ମାଗଣା ଶିକ୍ଷାଦାନ ତାଲିମ ଓ କମ୍ପାନୀରେ ନିଯୁକ୍ତି ଦାବି କରିଛନ୍ତି। ଏହା ସହିତ ଜମି ହରାଉଥିବା ଦିନ ଠାରୁ ନିଯୁକ୍ତି ପର୍ଯ୍ୟନ୍ତ ମାସକୁ ୩୦ହଜାର ଲେଖାଏ ମାସିକ ଭରଣ ପୋଷଣ ପ୍ରଦାନ, ଚାକିରି କରିବାକୁ ଅକ୍ଷମ ଥିବା ବ୍ୟକ୍ତିଙ୍କୁ ଏକକାଳୀନ ୫କୋଟି ଟଙ୍କା, ମାସିକ୨୫ହଜାର ଭତ୍ତା,୨୦୦୬ ଓ୨୦୧୩ ବିସ୍ଥାପନ ନୀତି ସଂଶୋଧନ, କମ୍ପାନୀ ଲାଭାଂଶର ୩୦ପ୍ରତିଶତ ବିସ୍ଥାପିତ ଲୋକଙ୍କୁ ପ୍ରଦାନ, ପୁରୁସାନୁକ୍ରମିକ ନିଯୁକ୍ତି ସହ ପ୍ରତ୍ୟେକ ନିଯୁକ୍ତଙ୍କୁ ମାସିକ ୬୦ ହଜାର ଦରମା ଆଦି ଅନ୍ତର୍ଭୁକ୍ତ ଦାବି ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଛି। ସମ୍ଭାବ୍ୟ ଗଣ୍ଡଗୋଳକୁ ଆଖି ଆଗରେ ରଖି ସଭାସ୍ଥଳର ପ୍ରବେଶ ପଥରେ ଅନେକ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଥିଲେ। ଆଇନ ଶୃଙ୍ଖଳା ପାଇଁ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସ୍ନେହାଶିସ ସାହୁ, ଜ୍ୟୋର୍ତିମୟ ଭୁକ୍ତ, ପ୍ରବଧାନ, ଚମ୍ପୁଆ ଏସଡିପି ରଶ୍ମି ରଞ୍ଜନ ସାହୁ, ଘଟଗାଁ ଏସଡିପିଓ ବିଜୟକୃଷ୍ଣ ମହାପାତ୍ର ପାଟଣା ଅତିରିକ୍ତ ତହସିଲଦାର ଶରଣ କୁମାର ଜେନା, ତୁରୁମୁଙ୍ଗା ଥାନା ଅଧିକାରୀ ଦିପ୍ତୀରଞ୍ଜନ ସାହୁ , ପାଟଣା ଥାନା ଅଧିକାରୀ କିରଣ ପ୍ରସାଦ ସାହୁ, ହେଡକ୍ୱାଟର ଇନ୍ସପେକ୍ଟର ମାନସ କୁମାର ମହାକୁଳ ପ୍ରମୁଖ ଉପସ୍ଥିତ ରହି ଆଇନ ଶୃଙ୍ଖଳା ତଦାରଖ କରିଥିଲେ।

Dharitri – The Largest & Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆଉ ୫ ଘଣ୍ଟା ପରେ ୪ ରାଶିରେ ଅତ୍ୟନ୍ତ ଶୁଭ ସମୟ, ହଠାତ ମିଳିବ ଖୁସି ଖବର, ୨୩ ଭିତରେ ମିଳିଯିବ…

ମଙ୍ଗଳ ଗୋଚର ଫଳରେ ବହୁ ରାଶିର ବ୍ୟକ୍ତି ଆର୍ଥିକ ଦୃଷ୍ଟିରୁ ଲାଭବାନ ହେବେ । ମଙ୍ଗଳ ଗ୍ରହଙ୍କ ମକର ରାଶିରେ ଗୋଚର ଅନେକ ଦୃଷ୍ଟିକୋଣରୁ ବେଶ୍‌...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

ମାଳତୀଙ୍କୁ ଆଜି ବି ମନେପକାନ୍ତି ସିମନବାଡି ପଞ୍ଚାୟତବାସୀ: ଲୋକଙ୍କ ପାଇଁ କାମ କରି ଚର୍ଚ୍ଚାରେ…

ଦାରିଙ୍ଗବାଡି,୨୦।୧(ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ମାଳତୀ ସାହୁଙ୍କୁ ଆଜିବି ମନେପକାନ୍ତି ପଞ୍ଚାୟତବାସୀ। ମଙ୍ଗଳବାର ପଞ୍ଚାୟତରେ  ତାଙ୍କର...

ବୁଲା କୁକୁର ମାମଲା: ମେନକା ଗାନ୍ଧୀଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ, ଉଠାଇଲେ ଏପରି ପ୍ରଶ୍ନ

ନୂଆଦିଲ୍ଲୀ,୨୦ା୧: ବୁଲା କୁକୁର ମାମଲାରେ ପ୍ରାଣୀ ଅଧିକାର କର୍ମୀ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମେନକା ଗାନ୍ଧୀଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ଏକ ପଡକାଷ୍ଟରେ...

ବନ୍ଦ ହୋଇଯିବ ୫୦୦ଟଙ୍କିଆ ନୋଟ? ଜାଣି ନିଅନ୍ତୁ ବଡ଼ ସୂଚନା

ନୂଆଦିଲ୍ଲୀ,୨୦।୧: ଦେଶର ବ୍ୟାଙ୍କିଙ୍ଗ ନିୟାମକ, ଭାରତୀୟ ରିଜର୍ଭ ବ୍ୟାଙ୍କ, ସରକାରଙ୍କ ସହଯୋଗରେ ପୁଣି ଥରେ ବିମୁଦ୍ରାକରଣ କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି କି? ପ୍ରାୟ ଏକ ଦଶନ୍ଧି...

ପାଳ ଗଦା ନିଆଁରେ ମହିଳା ଜୀବନ୍ତ ଦଗ୍ଧ

ପାରାଦୀପ,୨୦।୧(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ପିପ୍ପଳ ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଘର ପଛ ପଟେ ରୋଷେଇ...

ଅଟୋକୁ ଧକ୍କା ଦେଲା ଅକ୍ଷୟ କୁମାରଙ୍କ ଗାଡି: ମୋଟାଅଙ୍କର କ୍ଷତିପୂରଣ ଦାବି କଲେ ଅଟୋ ଡ୍ରାଇଭରଙ୍କ ଭାଇ!

ମୁମ୍ବାଇ,୨୦।୧: ମୁମ୍ବାଇର ଜୁହୁ ଅଞ୍ଚଳରେ ସୋମବାର ରାତିରେ ବଲିଉଡ ସୁପରଷ୍ଟାର ଅକ୍ଷୟ କୁମାରଙ୍କ ସୁରକ୍ଷା ଥିବା ଏକ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଘଟଣା ପରେ...

ବଢିଲା ଅଡୁଆ: ଜେଲର, ଅଧୀକ୍ଷକଙ୍କୁ ଏକ୍ସପ୍ଲାନେଶନ ଚିଠି

କଟକ,୨୦।୧: ଚୌଦ୍ୱାର ଜେଲ ପୂର୍ବତନ ଜେଲର ଏବଂ ଅଧୀକ୍ଷକଙ୍କ କଳି ଏବେ ପଦାରେ ପଡିଛି। ଘଟଣାକୁ ନେଇ କ୍ୟାମେରା ଆଗରେ ଉତ୍ତର ରଖିଛନ୍ତି DIG ବୀରେନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri