ପାଳ ଗଦା ନିଆଁରେ ମହିଳା ଜୀବନ୍ତ ଦଗ୍ଧ

ପାରାଦୀପ,୨୦।୧(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ପିପ୍ପଳ ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଘର ପଛ ପଟେ ରୋଷେଇ କଲା ବେଳେ ନିଆଁ ଲାଗି ପ୍ରଥମେ ପାଳ ଗଦା ଏବଂ ରୋଷେଇ ଘର ପୋଡି ଯାଇଛି। ସେଥିରେ ମହିଳା ଜଣକ ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି। ମୃତ ମହିଳା ହେଲେ ରିନୀକୁମାରୀ ଦଳାଇ(୨୫)। ନିଆଁ ଲାଗିବା ଖବର ପାଇ କୁଜଙ୍ଗ ଅଗ୍ନିଶମ ବିଭାଗ ଗାଡି ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।ସେତେବେଳକୁ ମହିଳା ଜଣକ ପୋଡି ଯାଇଥିବା ଦେଖିବାକୁ ମିଳିଥିଲା।

ଖବର ଲକଥାନା ପୋଲିସ ପହଞ୍ଚି ଶବକୁ ଜବତ କରି ବିଜୁ ମେମୋରିଆଲ ହସ୍ପିଟାଲରେ ସଂରକ୍ଷିତ ରଖିଛି। ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି। ମୃତ ମହିଳାଙ୍କ ୭ ମାସର ଶିଶୁ ପୁତ୍ର ଓ ରୋଗାକ୍ରାନ୍ତ ଶ୍ବଶୁର ଏହି ନିଆଁରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ମହିଳାଙ୍କ ଶାଶୁ କର୍କଟ ରୋଗର ଆକ୍ରାନ୍ତ ଥିବାରୁ ସେ କଟକରେ ଚିକିତ୍ସିତ ହେଉଛନ୍ତି। ସେଠାରେ ସ୍ବାମୀ ନଣନ୍ଦ ଅଛନ୍ତି। ଏପରି ସମୟରେ ଅଗ୍ନିକାଣ୍ଡ ଯୋଗୁ ଘରର ବୋହୁ ଦଗ୍ଧ ହେବା ଘଟଣା ଗ୍ରାମରେ ଶୋକାକୂଳ ପରିସ୍ଥିତି ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

ବାଇକ୍‌  ଧକ୍କାରେ  ଚାଲିଗଲା ବୃଦ୍ଧଙ୍କ ଜୀବନ 

ମୋହନା,୨୦।୧( ମନ୍ମଥ ମିଶ୍ର ): ବାଇକ ଧକ୍କାରେ ବୃଦ୍ଧମୃତ। ମୃତ ବୃଦ୍ଧ ଜଣକ ହେଲେ ଆର.ଉଦୟଗିରି ଥାନା ନିସଂଗପୁର ଗ୍ରାମର ୭୦ ବର୍ଷୀୟ ସାରଥୀ ବେହେରଦଲାଇ।...

ତେଲଙ୍ଗାନାରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ

ଲାଠୋର,୨୦ା୧(ଭୁବନେଶ୍ୱର ବାରିକ)- ତେଲଙ୍ଗାନାକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ତୁରେକେଲା ଥାନା ଭାଲୁକୁନା ଗ୍ରାମର...

ଶତାଧିକ ଛତ୍ରୀଛାତ୍ର ଗାଇଲେ ବନ୍ଦେ ମାତରମ୍‌

କେସିଙ୍ଗା,୨୦ା୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ସ୍ତରୀୟ ବନ୍ଦେ ମାତରମ୍‌ ଗାନ କାର୍ଯ୍ୟକ୍ରମ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ବିଦ୍ୟାପୀଠ ଖେଳ ପଡିଆଠାରେ...

ମୁଖ୍ୟ ଚିକିତ୍ସାଳୟ ପଛପଟେ ଯୁବକଙ୍କ ମୃତଦେହ , ହତ୍ୟା ନେଇ ବଢୁଛି ସନ୍ଦେହ

ବରଗଡ,୨୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲଖ ମୁଖ୍ୟ ଚିକିତ୍ସାଳୟ ପଛପଟେ ରହିଥିବା ଟୁକୁର୍ଲା ଜଳାଶୟରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ...

ପୀୟୂଷଙ୍କୁ ନେଇ ଆସିଲା ବଡ଼ ଖବର, ଯାତ୍ରା ମଞ୍ଚ ଚଢ଼ିବା ଉପରେ କୋର୍ଟ ନେଲେ ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୦।୧: ଯାତ୍ରା ମଞ୍ଚ ଚଢ଼ିବାକୁ ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ଅନୁମତି। ଭୁବନେଶ୍ବର କୋର୍ଟ ଅନୁମତି ଦେଇଥିବା ପୀୟୂଷଙ୍କ ଓକିଲ କହିଛନ୍ତି। ପୀୟୂଷଙ୍କ ଉପରେ ଲାଗିଥିବା ଅନ୍ତରୀଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri