ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ ମଙ୍ଗଳବାର ବିଳମ୍ବିତ ସାରେ ସଂଘବଦ୍ଧ ଆକ୍ରମଣ କରାଯାଇଛି। ଏଥିରେ ଡମ୍ବରୁ ସେଠୀ,କସ୍ତୁରୀ ସେଠୀ ଓ ଉଗ୍ରସେନ ସେଠୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ପୁଅ ଉଗ୍ରସେନଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି।

ସୂଚନା ମୁତାବକ, ଉଗ୍ରସେନ ଟ୍ରାକ୍ଟର ଦ୍ୱାରା ବାଲି,ଗୋଡ଼ି ଓ ପଥର ବ୍ୟବସାୟ କରୁଛନ୍ତି। ତାଙ୍କ ସହ ନିକଟସ୍ଥ ଅନଙ୍ଗପୁର ଓ ଓଡ଼ାସିଙ୍ଗି ଗ୍ରାମର କେତେକ ବ୍ୟବସାୟୀ ନରସିଂହପୁର ଗ୍ରାମରେ ପହଞ୍ଚି ଯୁକ୍ତିତର୍କ କରିଥିଲେ। ଉଗ୍ରସେନ ଉତ୍ତେଜିତ ହୋଇ ସେମାନଙ୍କୁ ଆକ୍ରମଣ ଉଦ୍ୟମ କରିବାରୁ ସେମାନେ ସଂଘବଦ୍ଧ ହୋଇ ତାଙ୍କୁ ମାଡ଼ ମାରିଥିଲେ। ବାପା ଡମ୍ବରୁ ଏବଂ ମା’ କସ୍ତୁରୀ ଘଟଣାସ୍ଥଳକୁ ଯାଇ ପୁଅ ଉଗ୍ରସେନଙ୍କୁ ଉଦ୍ଧାର କରିବା ବେଳେ ଉଭୟଙ୍କୁ ମଧ୍ୟ ସେମାନେ ଆକ୍ରମଣ କରି ଫେରାର ହୋଇଯାଇଥିବା ଅଭିଯୋଗ ହୋଇଛି। ଆହତମାନଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ଉଗ୍ରସେନଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ଖବର ପାଇ ଦିଗପହଣ୍ଡି ପୋଲିସ ଟିମ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି। ରିପୋର୍ଟ ଲେଖାହେବା ସୁଦ୍ଧା ଥାନାରେ କୌଣସି ଏତଲା ହୋଇନଥିବା ଭାରପ୍ରାପ୍ତ ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ର କହିଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri