ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ ସମସ୍ତ ପୂର୍ବ ରେକର୍ଡ ଭାଙ୍ଗିଛି। ମୋଟ ୩୦ କୋଟି ଟଙ୍କାର ବ୍ୟବସାୟ କରି ଏହା ଏକ ନୂଆ ମାଇଲଖୁଣ୍ଟ ସ୍ଥାପନ କରିଛି।

ଚଳିତ ବର୍ଷ ମେଳାରେ ରେକର୍ଡ ୪୦୦ଟି ଷ୍ଟଲ୍ ପଡ଼ିଥିଲା। ଏଥିରେ ପାରମ୍ପରିକ ଖାଦ୍ୟର ମଜା ନେବା ପାଇଁ ଏକ ବିଶାଳ ‘ଫୁଡ୍ କୋର୍ଟ’ ମଧ୍ୟ ରହିଥିଲା। ରାଜ୍ୟର ବିଭିନ୍ନ ସିନେମା ହଲ୍‌ରେ ପ୍ରଚାର ଭିଡିଓ ମାଧ୍ୟମରେ ଜନସଚେତନତା ସୃଷ୍ଟି କରାଯାଇଥିଲା, ଫଳରେ ୫ ଲକ୍ଷରୁ ଅଧିକ ପରିଦର୍ଶକ ମେଳା ବୁଲିବା ସହ ଗ୍ରାମୀଣ ଉଦ୍ୟୋଗୀଙ୍କୁ ଉତ୍ସାହିତ କରିଥିଲେ।

ପ୍ରଥମ ଥର ପାଇଁ ସ୍ୱୟଂ ସହାୟକ ଗୋଷ୍ଠୀ (SHG) ଏବଂ ନୂତନ ଉଦ୍ୟୋଗୀଙ୍କ ପାଇଁ ବ୍ୟବସାୟିକ ଅଭିବୃଦ୍ଧି ଓ ମାର୍କେଟିଂ ଉପରେ ଦୈନିକ କର୍ମଶାଳା ଆୟୋଜିତ ହୋଇଥିଲା।ପିଲାମାନଙ୍କ ପାଇଁ ସ୍ୱତନ୍ତ୍ର ‘କିଡ୍ସ ଜୋନ୍’ ଏବଂ ଓଡ଼ିଶାର ହସ୍ତତନ୍ତ ଐତିହ୍ୟକୁ ପ୍ରଦର୍ଶିତ କରିବା ପାଇଁ ଏକ ଆଧୁନିକ ‘ଫ୍ୟାଶନ ଶୋ’ ଆୟୋଜିତ ହୋଇଥିଲା। ମକର ସଂକ୍ରାନ୍ତି ଅବସରରେ ଓରମାସ (ORMAS) ପକ୍ଷରୁ ଆୟୋଜିତ ରଙ୍ଗବେରଙ୍ଗର ‘ଗୁଡ଼ି ଶୋ’ ପରିଦର୍ଶକଙ୍କୁ ବେଶ୍ ଆକୃଷ୍ଟ କରିଥିଲା।

ମେଳାରେ ଜିଆଇ (GI) ଟ୍ୟାଗ୍ ପ୍ରାପ୍ତ ସାମଗ୍ରୀ ଏବଂ ‘ୱାନ୍ ଡିଷ୍ଟ୍ରିକ୍ଟ ୱାନ୍ ପ୍ରୋଡକ୍ଟ’ (ODOP) ସାମଗ୍ରୀକୁ ପ୍ରାଥମିକତା ଦିଆଯାଇଥିଲା। ଏହାଦ୍ୱାରା ଗ୍ରାମୀଣ କାରିଗରମାନେ ନିଜ କଳାର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବାରେ ସଫଳ ହୋଇଛନ୍ତି। ମେଳା ପରିସରରେ କରାଯାଇଥିବା ସୁନ୍ଦର ରାସ୍ତା ଚିତ୍ର ଏବଂ ବାଲୁକା କଳା ଉତ୍ସବର ପରିବେଶକୁ ଆହୁରି ଦ୍ୱିଗୁଣିତ କରିଥିଲା।

ପ୍ରତିଦିନ ସନ୍ଧ୍ୟାରେ ଓଡ଼ିଶୀ ନୃତ୍ୟ, ପାଇକ ଆଖଡ଼ା, ସମ୍ବଲପୁରୀ ଲୋକନୃତ୍ୟ ଏବଂ ବିଭିନ୍ନ ରାଜ୍ୟରୁ ଆସିଥିବା କଳାକାରଙ୍କ ପ୍ରଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri