Posted inଜାତୀୟ

ଲିଭ୍‌ ଇନ୍‌ ରିଲେଶନଶିପ୍‌ରେ ମହିଳାଙ୍କୁ ସ୍ତ୍ରୀ ମାନ୍ୟତା ମିଳିବା ଆବଶ୍ୟକ: ହାଇକୋର୍ଟ

ଚେନ୍ନାଇ,୨୧ା୧: ଲିଭ୍‌-ଇନ୍‌ ରିଲେଶନଶିପ୍‌ରେ ଥିବା ମହିଳାଙ୍କୁ ଗାନ୍ଧର୍ବ ବିବାହ ବା ପ୍ରେମ ବିବାହ ଅନୁଯାୟୀ ସ୍ତ୍ରୀର ମାନ୍ୟତା ପ୍ରଦାନ ସହ ସୁରକ୍ଷା ଦିଆଯିବା ଆବଶ୍ୟକ। ଫଳରେ ଯଦି ଭବିଷ୍ୟତରେ ଅଶାନ୍ତି ଦେଖାଦିଏ, ତେବେ ମହିଳା ଜଣଙ୍କୁ ସ୍ତ୍ରୀର ଅଧିକାର ମିଳିପାରିବ ବୋଲି ମାଡ୍ରାସ ହାଇକୋର୍ଟର ମଦୁରାଇ ବେଞ୍ଚ୍‌ କହିଛନ୍ତି। ଜଣେ ବ୍ୟକ୍ତିଙ୍କ ଅନ୍ତରୀଣ ଜାମିନ ଆବେଦନକୁ ଖାରଜ କରିବା ଅବସରରେ ଖଣ୍ଡପୀଠ ଉପରୋକ୍ତ ଟିପ୍ପଣୀ ଦେଇଛନ୍ତି। ଉକ୍ତ ବ୍ୟକ୍ତି ଜଣେ ମହିଳାଙ୍କ ସହ ରିଲେଶନଶିପ୍‌ରେ ରହିବା ସହ ତାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଅନେକ ଥର ଯୌନ ସମ୍ପର୍କ ରଖିଥିଲେ। ପରେ ସେ ବିବାହ କରିବାକୁ ମନା କରିଦେଇଥିଲେ। ଆଧୁନିକତାର ଫାଶ ଓ ସଂସ୍କୃତିରେ ପଡ଼ିଥିବା ମହିଳାମାନଙ୍କୁ ଅଦାଲତ ସୁରକ୍ଷା ଦେବାକୁ ହେବ ବୋଲି ବିଚାରପତି ଏସ୍‌. ଶ୍ରୀମାଥି କହିଛନ୍ତି। ପୁରାତନ ଭାରତରେ ୮ ପ୍ରକାରର ବିବାହ ପ୍ରଥା ଚଳୁଥିଲା। ସେଥିରୁ ଗୋଟିଏ ହେଉଛି ଗାନ୍ଧର୍ବ ବିବାହ ବା ପ୍ରେମ ବିବାହ। ଲିଭ୍‌ ଇନ୍‌ ରିଲେଶନଶିପ୍‌କୁ ଗାନ୍ଧର୍ବ ବିବାହର ସ୍ବୀକୃତି ଦିଆଯାଇପାରେ ବୋଲି ବିଚାରପତି କହିଛନ୍ତି। ଏପରିକି ଛାଡ଼ପତ୍ର ପରେ ମଧ୍ୟ ମହିଳାଙ୍କୁ ଆଇନଗତ ସୁରକ୍ଷା ଦିଆଯାଉଛି। ସମ୍ପ୍ରତି ମହିଳାମାନଙ୍କର ଏକ ଦୁର୍ବଳ ବର୍ଗ ଲିଭ୍‌-ଇନ୍‌ ରିଲେଶନଶିପ୍‌ ଧାରଣାର ଶିକାର ହେଉଛନ୍ତି, ଯେଉଁମାନଙ୍କୁ ସୁରକ୍ଷା ମିଳୁନାହିଁ। ବାସ୍ତବରେ ଏଭଳି ସମ୍ପର୍କ ଭାରତୀୟ ସମାଜକୁ ଏକ ସାଂସ୍କୃତିକ ଧକ୍କା ବୋଲି ଖଣ୍ଡପୀଠ କହିଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢିବ DA!

ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦୀର୍ଘ ଦିନ ଧରି ଅଷ୍ଟମ ବେତନ କମିଶନ ଅଧୀନରେ ଦରମା ବୃଦ୍ଧି ପାଇଁ ଅପେକ୍ଷା କରିଆସୁଛନ୍ତି। ଜାନୁଆରୀ 2026 ପରେ...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri