ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା ସହ ନୂତନ କାର୍ଯ୍ୟ ପାଇଁ ଶିଳାନ୍ୟାସ କରିଛନ୍ତି।

ସରପଞ୍ଚ ରଶ୍ମିତା କୁମାରୀ ପ୍ରଧାନଙ୍କ ସଂଯୋଜନାରେ ଜକର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ବିଧାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଅତିରିକ୍ତ କାର୍ଯ୍ୟାଳୟ କୋଠା ଓ ମୋ ବ୍ୟାଙ୍କ ସେବାକେନ୍ଦ୍ରର ନୂତନ ଶାଖା କୋଠା କୁ ଉଦଘାଟନ କରିଥିଲେ। ପରେ ଗ୍ରାମର ଜଗନ୍ନାଥ ମନ୍ଦିର ଉନ୍ନତିକରଣ କାର୍ଯ୍ୟ ନିମନ୍ତେ ସେ ଶିଳାନ୍ୟାସ କରିବା ପରେ ତହସିଲ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ  ପଞ୍ଚାୟତ ସ୍ତରୀୟ ପଟ୍ଟା ବଣ୍ଟନ ମେଳାରେ ଯୋଗ ଦେଇଥିଲେ । ଜକର ପଞ୍ଚାୟତ ୫ ଟି ଗ୍ରାମର ୨୮୯ ହିତାଧିକାରୀଙ୍କୁ ଗ୍ରାମକଣ୍ଠ ପରମ୍ୱୋକ ଓ ଦ୍ଵିତୀୟ ଖାନା ସଂଶୋଧିତ ପଟ୍ଟା ବଣ୍ଟନ କରିବା ସହ ୩ ଜଣ ହିତାଧିକାରୀଙ୍କୁ ନୂତନ ରାସନ୍ କାର୍ଡ ବଣ୍ଟନ କରିଥିଲେ ।

ଦିଗପହଣ୍ଡି ଅତିରିକ୍ତ ତହସିଲଦାର ଆଶିଷ କୁମାର ନାୟକ,ସରପଞ୍ଚ ପ୍ରତିନିଧି ପ୍ରଶାନ୍ତ କୁମାର ପ୍ରଧାନ,ପଞ୍ଚାୟତ ନିର୍ବାହୀ ଅଧିକାରୀ ଶାନ୍ତନୁ ମହାଙ୍କୁଡ , ଏଡିଓ ଗିତାଞ୍ଜଳୀ ପଣ୍ଡା, ରାଜସ୍ବ ନିରୀକ୍ଷିକା ସଞ୍ଜୁକ୍ତା ମହାପାତ୍ର ,ବ୍ଲକ ସରପଞ୍ଚ ସଂଘ ସଭାପତି ତଥା କରପଡ଼ା ପଞ୍ଚାୟତ ସରପଞ୍ଚ ଫନିନ୍ଦ୍ର ଚନ୍ଦ୍ର ଗୋସ୍ୱାମୀ,ବାସୁଦେବପୁର ସରପଞ୍ଚ ପ୍ରତିନିଧି ଏମ୍. ସନ୍ତୋଷ କୁମାର,ବାପି ପ୍ରଧାନ , ରଘୁନାଥ ଗୈାଡ ,ମିଟୁ ଦୋରା ଙ୍କ ସମେତ ବହୁ ଗଣ୍ୟମାନ୍ୟ ବ୍ୟକ୍ତି ବିଶେଷ ଉପସ୍ଥିତ ଥିଲେ ।

ସେହିପରି ପଞ୍ଚାୟତ ଅଧିନ ମାଣିକ୍ଯପୁର ଗ୍ରାମର ଗୋପୀନାଥ କଲ୍ୟାଣ ମଣ୍ଡପ ନିମନ୍ତେ ବିଧାୟକ ଶିଳାନ୍ୟାସ କରିବା ସହ ତେଣ୍ଟୁଆପଡ଼ା ଗ୍ରାମ ବିଦ୍ୟାଳୟରେ ପହଞ୍ଚି ନବନିର୍ମିତ ଅତିରିକ୍ତ ଶ୍ରେଣୀ ଗୃହର ଶୁଭ ଉଦଘାଟନ କରି ଫେରିଥିବା ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

ଯୁବକଙ୍କୁ ହଜି ଯାଇଥିବା ଫୋନ୍‌ ଫେରାଇଲେ ଏମ୍‌ପିଙ୍କ ପିଏ

ରାୟଗଡ଼ା,୨୧ା୧(ଆଶିଷ ରଞ୍ଜନ ପଣ୍ଡା): କୋରାପୁଟ ଏମ୍‌ପିଙ୍କ ପିଏ ବାପି ପଟ୍ଟନାୟକ ଜଣେ ଯୁବକଙ୍କ ହଜି ଯାଇଥିବା ମୋବାଇଲ ଫେରାଇ ମାନବିକତାର ପରିଚୟ ଦେଖାଇଛନ୍ତି। ସୂଚନା ମୁତାବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri