Posted inଜାତୀୟ

ସିଆର୍‌ପିଏଫ୍‌ର ନେତୃତ୍ୱ ନେବେ ସିମରନ୍‌ ବାଲା

ନୂଆଦିଲ୍ଲୀ,୨୨ା୧: ଜାନୁଆରୀ ୨୬ରେ ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ ପାଳନ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ପରେଡ୍‌ରେ କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆର୍‌ପିଏଫ୍‌)ର ନେତୃତ୍ୱ ନେବେ ଜମ୍ମୁ-କଶ୍ମୀରର ସିମରନ୍‌ ବାଲା। ୨୬ ବର୍ଷୀୟା ସିଆର୍‌ପିଏଫ୍‌ କମାଣ୍ଡାଣ୍ଟ ସିମରନ୍‌ଙ୍କ ନେତୃତ୍ୱରେ ପୁରୁଷ କଣ୍ଟିନ୍‌ଜେଣ୍ଟ ପକ୍ଷରୁ ପରେଡ୍‌ କରାଯିବ। ପୂର୍ବରୁ ମହିଳା ଅଫିସରମାନେ ସିଆର୍‌ପିଏଫ୍‌ର କେବଳ ମହିଳା କଣ୍ଟିନ୍‌ଜେଣ୍ଟର ନେତୃତ୍ୱ ନେଇଥିବାବେଳେ ଏଥର ଏହି ବାର୍ଷିକ ଇଭେଣ୍ଟରେ ପ୍ରଥମ ଥର ପାଇଁ ଜଣେ ମହିଳା ୧୪୦ରୁ ଊର୍ଦ୍ଧ୍ୱ ପୁରୁଷ ଯବାନଙ୍କୁ କମାଣ୍ଡ କରିବାକୁ ଯାଉଛନ୍ତି। ରାଜୌରି ଜିଲାର ସିମରନ୍‌ ସିଆର୍‌ପିଏଫ୍‌ରେ ଯୋଗଦେବାରେ ତାଙ୍କ ଜିଲାରୁ ପ୍ରଥମ ମହିଳା। ସେ ଜମ୍ମୁର ଗାନ୍ଧୀନଗର ମହିଳା ସରକାରୀ କଲେଜରୁ ରାଜନୀତି ବିଜ୍ଞାନରେ ସ୍ନାତକ। ୨୦୨୫ ଏପ୍ରିଲରେ ସେ ସିଆର୍‌ପିଏଫ୍‌ରେ ଯୋଗଦେଇଥିଲେ।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲାଷ୍ଟିକ ନେଉଛି ଜୀବନ, ବିପଦରେ ପ୍ରାଣୀସମ୍ପଦ

ଦାରିଙ୍ଗବାଡି,୨୨।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ କୁଢ଼ କୁଢ଼ ପ୍ଲାଷ୍ଟିକ, ଥର୍ମାକୋଲ ଥାଳି, ପଲିଥିନ ଏବେ ପ୍ରାଣୀସମ୍ପଦ ପାଇଁ ବିପଦ ସାଜିଛନ୍ତି। ଉକ୍ତ...

ସର୍ଭେ କରିବାକୁ ଯାଇ କାଜୁ ଜଙ୍ଗଲରେ ଫସିଗଲା ଟିମ୍‌, ଅନ୍ଧାରରେ ବାଟ ନ ପାଇ ଘଣ୍ଟାଏ ପରେ…

ମହାକାଳପଡ଼ା,୨୨ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଆର୍ସେଲର ମିତ୍ତଲ ଶିଳ୍ପ ପ୍ରତିଷ୍ଠା ପାଇଁ ଏକ ଟିମ୍‌ ପକ୍ଷରୁ ଜଙ୍ଗଲ ପାଶର୍‌ବ ସୀମା...

ICC vs BCB: ବଢିଲା ବାଂଲାଦେଶର ଟେନସନ, ସରକାର-ଖେଳାଳିଙ୍କ ମଧ୍ୟରେ ବୈଠକ

ଢାକା,୨୨।୧: ବାଂଲାଦେଶ କ୍ରିକେଟ ବର୍ତ୍ତମାନ ୨୦୨୬ ଟି-୨୦ ବିଶ୍ୱକପ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛି। ପ୍ରଶ୍ନଟି ସରଳ: ବାଂଲାଦେଶ ତାର ଦଳକୁ ଭାରତ...

‘ଖୁବ ଶୀଘ୍ର ଭାରତ ସହ ହେବ ବଡ଼ ଡିଲ’, ଡାଭୋସରେ ମୋଦିଙ୍କୁ ଏମିତି ପ୍ରଶଂସା କଲେ ଟ୍ରମ୍ପ ସଭିଏଁ ଆଶ୍ଚର୍ଯ୍ୟ!

ଡାଭୋସ,୨୨।୧: ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମକୁ ସମ୍ବୋଧିତ କରିବା ପରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ସହିତ ବାଣିଜ୍ୟ ଚୁକ୍ତି ସମ୍ପର୍କରେ ଏକ ପ୍ରମୁଖ...

କମିଗଲା ସୁନା ରେଟ୍‌: ଜାଣନ୍ତୁ ୧୦ ଗ୍ରାମକୁ କେତେ

ନୂଆଦିଲ୍ଲୀ,୨୧।୧: ଗତ କିଛି ଦିନ ଧରି ସୁନା ଏବଂ ରୂପା ମୂଲ୍ୟ ନିରନ୍ତର ବୃଦ୍ଧି ପାଉଥିଲା ଏବଂ ପ୍ରତିଦିନ ଏକ ପ୍ରବଳ ବୃଦ୍ଧି ସହିତ ନୂଆ...

‘ହଁ ମୁଁ ଏକଛତ୍ରବାଦୀ’, ଡାଭୋସରେ ଏମିତି ବୟାନ ଦେଲେ ଟ୍ରମ୍ପ, ସାରା ବିଶ୍ୱରେ ହେଉଛି ଚର୍ଚ୍ଚା

ଡାଭୋସ,୨୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୀତି ଏବଂ ତାଙ୍କ ଆକ୍ରମଣାତ୍ମକ ଶୈଳୀ ବିରୁଦ୍ଧରେ ବିଶ୍ୱ ସ୍ତରରେ ପ୍ରତିବାଦର ସ୍ବର ବଢ଼ୁଛି। ଭେନେଜୁଏଲା ଏବଂ ଗ୍ରୀନଲାଣ୍ଡ...

ରବି ଧାନ ଚାଷ ପ୍ରଭାବିତ ଆଶଙ୍କା: ଡ୍ୟାମ୍‌ରୁ ପାଣି ଛାଡ଼ିଦେଲା ଏମ୍‌ଆଇପି ବିଭାଗ

ଅମରପାଲି, ୨୨ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଲୁତୁରପଙ୍କ ଗ୍ରାମରେ ଘୁଙ୍ଗିନାଳ ଉପରେ ନିର୍ମାଣ ହୋଇଥିବା ଡ୍ୟାମରୁ ମଙ୍ଗଳବାର ରାତିରେ ବିନା ସୂଚନାରେ ଏମ୍‌ଆଇପି ବିଭାଗ...

୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୧: ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଫେବୃଆରୀ ପ୍ରଥମ ସପ୍ତାହରେ ତାଙ୍କର ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୨ ତାରିଖରୁ ସେ ୫...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri