Posted inରାଜ୍ୟ

ମହିଳାଙ୍କ ପାଇଁ ଖୁସି ଖବର, ଆଜି ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୨୨।୧: ଅପେକ୍ଷାର ଅନ୍ତ ଘଟିବ। ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା। ତେବେ ପ୍ରଥମ ଓ ଦ୍ୱିତୀୟ କିସ୍ତିରୁ ବାଦ ପଡ଼ିଥିବା ମହିଳାମାନେ ଏହି ଅର୍ଥ ପାଇବେ ବୋଲି ସୂଚନା ଦେଇଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଉପମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ‘ଏକ୍ସ’ରେ ଏହା କୁହାଯାଇଥିଲା। ତେବେ ଏଥର ନୂଆ କରି ସାମିଲ ହୋଇଥିବା ହିତାଧିକାରୀଙ୍କୁ ମଧ୍ୟ ଏଥର ଦିଆଯିବ ସୁଭଦ୍ରା ସହାୟତା ଟଙ୍କା। ସୂଚନାଯୋଗ୍ୟ, ଏଯାବତ ସୁଭଦ୍ରାରେ ୪ ଲକ୍ଷ ୫୭ ହଜାର ୬୮୧ ମହିଳା ସାମିଲ ହୋଇଛନ୍ତି। ଏହାସହ ନୂଆକରି ୧ ଲକ୍ଷ ୭୮ ହଜାର ୩୯୮ ମହିଳାଙ୍କୁ ମଧ୍ୟ ସାମିଲ କରାଯାଇଛି। ଏଥର ପ୍ରଥମ ଓ ଦ୍ୱିତୀୟ କିସ୍ତିରୁ ବାଦ ପଡ଼ିଥିବା ହିତାଧିକାରୀ ସାମିଲ ହୋଇଛନ୍ତି। ୨ ଲକ୍ଷ ୫୫ ହଜାର ୨୬୫ ମହିଳାଙ୍କୁ ଏହି ଯୋଜନାରେ ସାମିଲ କରାଯାଇଛି। ପୂର୍ବରୁ ହୋଇଥିବା ଅଭିଯୋଗ ଶୁଣାଣିରେ ୨୪ ହଜାର ୧୮ ହିତାଧିକାରୀ ସୁଭଦ୍ରାରେ ସାମିଲ ହୋଇଥିଲେ। ଏକାବେଳେ ଏମାନେ ସୁଭଦ୍ରା ଯୋଜନାର ୨ଟି କିସ୍ତି ଟଙ୍କା ପାଇବେ ବୋଲି ଜଣାପଡିଛି। ଏହି ଯୋଜନା ଅଧିନରେ ମୋଟ ୩୧୫ କୋଟିରୁ ଅଧିକ ସହାୟତା ରାଶି ହିତାଧିକାରୀଙ୍କୁ ଦିଆଯିବ।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୁର୍ଘଟଣା: ଓଭରବ୍ରିଜ୍‌ ନିକଟରେ କଣ୍ଟେନର-ଟ୍ରକ୍‌ ମୁହାଁମୁହିଁ ହେବାରୁ…

ଗଞ୍ଜାମ,୨୨ା୧(ଅନାଥ ତରାଇ): ଗଞ୍ଜାମସ୍ଥିତ ହୁମ୍ମା ଫାଣ୍ଡି ଅନ୍ତର୍ଗତ ଲକ୍ଷ୍ମୀପୁର ଓଭରବ୍ରିଜ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ବୁଧବାର ବିଲମ୍ବିତ ରାତିରେ ଏକ ଭୟଙ୍କର ସଡ଼କ...

ବଡ଼ ରେକର୍ଡ କଲେ ରିଙ୍କୁ ସିଂ: ଧୋନୀଙ୍କ ସହ ସମକକ୍ଷ

ନାଗପୁର,୨୨।୧: ଭାରତୀୟ ଦଳ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜକୁ ଧମାକାଦାର ଭାବରେ ଆରମ୍ଭ କରି ପ୍ରଥମ ମ୍ୟାଚକୁ ୪୮ ରନରେ ଜିତିଛି।...

IND vs NZ 1st T20I: ମ୍ୟାଚ ପରେ ଗମ୍ଭୀର ଦେଲେ ଏମିତି ବୟାନ, ଯାହାକୁ ନେଇ ସୋସିଆଲ ମିଡ଼ିଆରେ ହେଉଛି ଖୁବ ଚର୍ଚ୍ଚା

ନୂଆଦିଲ୍ଲୀ,୨୨।୧: ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଆଜିକାଲି ନିରନ୍ତର ଖବରର ଶିରୋନାମାରେ ଅଛନ୍ତି। କାରଣ ହେଉଛି ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ଘରୋଇ ପରିବେଶରେ ପ୍ରଥମ...

ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରକ୍ରିୟା ତ୍ବରାନ୍ବିତ, ନିର୍ବାଚନ କମିଶନ ପ୍ରସ୍ତାବ…

ଭୁବନେଶ୍ବର,୨୨।୧:  ରାଜ୍ୟ ସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ଦେଶର ୧୦  ରାଜ୍ୟରେ ଖାଲି ହେବାକୁ ଥିବା ୩୭ ରାଜ୍ୟ ସଭା ଆସନ...

ପ୍ଲାଷ୍ଟିକ ନେଉଛି ଜୀବନ, ବିପଦରେ ପ୍ରାଣୀସମ୍ପଦ

ଦାରିଙ୍ଗବାଡି,୨୨।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ କୁଢ଼ କୁଢ଼ ପ୍ଲାଷ୍ଟିକ, ଥର୍ମାକୋଲ ଥାଳି, ପଲିଥିନ ଏବେ ପ୍ରାଣୀସମ୍ପଦ ପାଇଁ ବିପଦ ସାଜିଛନ୍ତି। ଉକ୍ତ...

ସର୍ଭେ କରିବାକୁ ଯାଇ କାଜୁ ଜଙ୍ଗଲରେ ଫସିଗଲା ଟିମ୍‌, ଅନ୍ଧାରରେ ବାଟ ନ ପାଇ ଘଣ୍ଟାଏ ପରେ…

ମହାକାଳପଡ଼ା,୨୨ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଆର୍ସେଲର ମିତ୍ତଲ ଶିଳ୍ପ ପ୍ରତିଷ୍ଠା ପାଇଁ ଏକ ଟିମ୍‌ ପକ୍ଷରୁ ଜଙ୍ଗଲ ପାଶର୍‌ବ ସୀମା...

ICC vs BCB: ବଢିଲା ବାଂଲାଦେଶର ଟେନସନ, ସରକାର-ଖେଳାଳିଙ୍କ ମଧ୍ୟରେ ବୈଠକ

ଢାକା,୨୨।୧: ବାଂଲାଦେଶ କ୍ରିକେଟ ବର୍ତ୍ତମାନ ୨୦୨୬ ଟି-୨୦ ବିଶ୍ୱକପ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛି। ପ୍ରଶ୍ନଟି ସରଳ: ବାଂଲାଦେଶ ତାର ଦଳକୁ ଭାରତ...

ଶ୍ରୀମନ୍ଦିରକୁ ବୋମା ଧମକ: ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ ପରେ…

ପୁରୀ,୨୨।୧: ଶ୍ରୀମନ୍ଦିରକୁ ବୋମା ଧମକ। ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ ମାମଲାରେ ଜଣକୁ ପୋଲିସ ଅଟକ ରଖିଛି । ଜୁଲି ରାଣୀ ପଣ୍ଡା ନାମକ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri