Posted inଜାତୀୟ

ଆରାବଳୀର ଅପୂରଣୀୟ କ୍ଷତି କରିପାରେ ବେଆଇନ ଖନନ

ନୂଆଦିଲ୍ଲୀ,୨୨ା୧: ଆରାବଳୀ ପର୍ବତମାଳାରେ ବେଆଇନ ଖନନ ଯୋଗୁ ଏହାର ପରିବେଶ ପାଇଁ ଅପୂରଣୀୟ କ୍ଷତି ହୋଇପାରେ ବୋଲି ବୁଧବାର ସୁପ୍ରିମକୋର୍ଟ କହିଛନ୍ତି। ବିଭିନ୍ନ କ୍ଷେତ୍ରରେ ଅଭିଜ୍ଞତାସମ୍ପନ୍ନ ବ୍ୟକ୍ତିମାନଙ୍କୁ ନେଇ ବିଶେଷଜ୍ଞ କମିଟି ଗଠନ କରାଯିବ। ଉକ୍ତ କମିଟି ଆରାବଳୀରେ ଖନନ ଓ ଏ ସମ୍ପର୍କିତ ପ୍ରସଙ୍ଗଗୁଡ଼ିକରେ ଅନୁଧ୍ୟାନ କରିବ। ଏକ୍ସପର୍ଟ କମିଟି ଗଠନ ପାଇଁ ୪ ସପ୍ତାହ ମଧ୍ୟରେ ପରିବେଶବିତ୍‌ ଓ ବୈଜ୍ଞାନିକମାନଙ୍କ ନାମ ସୁପାରିସ କରିବାକୁ ସିଜେଆଇ ସୂର୍ଯ୍ୟକାନ୍ତଙ୍କ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ତତ୍ତ୍ୱାବଧାନରେ ଉକ୍ତ କମିଟି କାର୍ଯ୍ୟ କରିବ। ସୁପ୍ରିମକୋର୍ଟ ଆରାବଳୀର ସଂଜ୍ଞା ସମ୍ପର୍କିତ ନଭେମ୍ବର ୨୦ ରାୟ ଉପରେ ରଖିଥିବା ସ୍ଥଗିତାଦେଶକୁ ବଳବତ୍ତର ରଖିଛନ୍ତି। ଆରାବଳୀରେ ବେଆଇନ ଖନନ ଯୋଗୁ ପରିବେଶ ଉପରେ ପଡ଼ୁଥିବା ପ୍ରଭାବକୁ ନେଇ ସୁପ୍ରିମକୋର୍ଟ ଏହି ପ୍ରସଙ୍ଗରେ ନିଜ ଆଡ଼ୁ ଶୁଣାଣି କରୁଛନ୍ତି।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

IND vs NZ 1st T20I: ମ୍ୟାଚ ପରେ ଗମ୍ଭୀର ଦେଲେ ଏମିତି ବୟାନ, ଯାହାକୁ ନେଇ ସୋସିଆଲ ମିଡ଼ିଆରେ ହେଉଛି ଖୁବ ଚର୍ଚ୍ଚା

ନୂଆଦିଲ୍ଲୀ,୨୨।୧: ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଆଜିକାଲି ନିରନ୍ତର ଖବରର ଶିରୋନାମାରେ ଅଛନ୍ତି। କାରଣ ହେଉଛି ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ଘରୋଇ ପରିବେଶରେ ପ୍ରଥମ...

ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରକ୍ରିୟା ତ୍ବରାନ୍ବିତ, ନିର୍ବାଚନ କମିଶନ ପ୍ରସ୍ତାବ…

ଭୁବନେଶ୍ବର,୨୨।୧:  ରାଜ୍ୟ ସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ଦେଶର ୧୦  ରାଜ୍ୟରେ ଖାଲି ହେବାକୁ ଥିବା ୩୭ ରାଜ୍ୟ ସଭା ଆସନ...

ପ୍ଲାଷ୍ଟିକ ନେଉଛି ଜୀବନ, ବିପଦରେ ପ୍ରାଣୀସମ୍ପଦ

ଦାରିଙ୍ଗବାଡି,୨୨।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ କୁଢ଼ କୁଢ଼ ପ୍ଲାଷ୍ଟିକ, ଥର୍ମାକୋଲ ଥାଳି, ପଲିଥିନ ଏବେ ପ୍ରାଣୀସମ୍ପଦ ପାଇଁ ବିପଦ ସାଜିଛନ୍ତି। ଉକ୍ତ...

ସର୍ଭେ କରିବାକୁ ଯାଇ କାଜୁ ଜଙ୍ଗଲରେ ଫସିଗଲା ଟିମ୍‌, ଅନ୍ଧାରରେ ବାଟ ନ ପାଇ ଘଣ୍ଟାଏ ପରେ…

ମହାକାଳପଡ଼ା,୨୨ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଆର୍ସେଲର ମିତ୍ତଲ ଶିଳ୍ପ ପ୍ରତିଷ୍ଠା ପାଇଁ ଏକ ଟିମ୍‌ ପକ୍ଷରୁ ଜଙ୍ଗଲ ପାଶର୍‌ବ ସୀମା...

ICC vs BCB: ବଢିଲା ବାଂଲାଦେଶର ଟେନସନ, ସରକାର-ଖେଳାଳିଙ୍କ ମଧ୍ୟରେ ବୈଠକ

ଢାକା,୨୨।୧: ବାଂଲାଦେଶ କ୍ରିକେଟ ବର୍ତ୍ତମାନ ୨୦୨୬ ଟି-୨୦ ବିଶ୍ୱକପ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛି। ପ୍ରଶ୍ନଟି ସରଳ: ବାଂଲାଦେଶ ତାର ଦଳକୁ ଭାରତ...

ଶ୍ରୀମନ୍ଦିରକୁ ବୋମା ଧମକ: ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ ପରେ…

ପୁରୀ,୨୨।୧: ଶ୍ରୀମନ୍ଦିରକୁ ବୋମା ଧମକ। ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ ମାମଲାରେ ଜଣକୁ ପୋଲିସ ଅଟକ ରଖିଛି । ଜୁଲି ରାଣୀ ପଣ୍ଡା ନାମକ ଏକ...

‘ଖୁବ ଶୀଘ୍ର ଭାରତ ସହ ହେବ ବଡ଼ ଡିଲ’, ଡାଭୋସରେ ମୋଦିଙ୍କୁ ଏମିତି ପ୍ରଶଂସା କଲେ ଟ୍ରମ୍ପ ସଭିଏଁ ଆଶ୍ଚର୍ଯ୍ୟ!

ଡାଭୋସ,୨୨।୧: ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମକୁ ସମ୍ବୋଧିତ କରିବା ପରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ସହିତ ବାଣିଜ୍ୟ ଚୁକ୍ତି ସମ୍ପର୍କରେ ଏକ ପ୍ରମୁଖ...

କମିଗଲା ସୁନା ରେଟ୍‌: ଜାଣନ୍ତୁ ୧୦ ଗ୍ରାମକୁ କେତେ

ନୂଆଦିଲ୍ଲୀ,୨୧।୧: ଗତ କିଛି ଦିନ ଧରି ସୁନା ଏବଂ ରୂପା ମୂଲ୍ୟ ନିରନ୍ତର ବୃଦ୍ଧି ପାଉଥିଲା ଏବଂ ପ୍ରତିଦିନ ଏକ ପ୍ରବଳ ବୃଦ୍ଧି ସହିତ ନୂଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri