ହଳଦିଆ ଘାଟରେ ବୁଡିଲା ଡଙ୍ଗା

ବାଲେଶ୍ୱର ଅଫିସ, ୯ା୯-ବାଲେଶ୍ୱର ଜିଲା ରେମୁଣା ବ୍ଲକ ହଳଦିଆ ଗ୍ରାମ ଦେଇ ପ୍ରବାହିତ ବୁଢାବଳଙ୍ଗ ନଦୀର ହଳଦିଆ ଘାଟରେ ରବିବାର ସନ୍ଧ୍ୟା ପ୍ରାୟ ୭ଟା ୪୦ ମିନିଟ୍‌ ଏକ ଯାତ୍ରୀବାହୀ ଡଙ୍ଗା ବୁଡିଯାଇଥିଲା। ଏଥିରେ ଥିବା ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କ ମଧ୍ୟରେ କେତେକ ଯାତ୍ରୀ ପହଁରି ପହଁରି କୂଳ ଆସିଥିବା ଜଣାପଡିଛି। ଏହି ଖବର ପ୍ରଚାରିତ ହେବା ପରେ ରେମୁଣା ପୋଲିସ ଓ ଦମକଳ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି। ଏପର୍ଯ୍ୟନ୍ତ କୌଣସି ଯାତ୍ରୀଙ୍କ ମୃତ କିମ୍ବା ଆହତଙ୍କ ସମ୍ପର୍କରେ କିଛି ସ୍ପଷ୍ଟ ସୂଚନା ମିଳିନାହିଁ।
ଏହି ଡଙ୍ଗାରେ ୫ଟି ସାଇକେଲ ସହ ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଥିଲେ। ଡଙ୍ଗା କୂଳ ଛାଡିବାର ମାତ୍ର ୩୦ ଫୁଟ ଯିବା ପରେ ଏକ ଅର୍ଦ୍ଧନିର୍ମିତ ପୋଲରେ ପିଟି ହଠାତ୍‌ ଓଲଟି ପଡିଥିଲା। କେତେକ ଯାତ୍ରୀ ଜୀବନ ବିକଳରେ ପହଁରି ପହଁରି କୂଳକୁ ଆସି ସ୍ଥାନୀୟ ଲୋକଙ୍କୁ ଜଣାଇଥିଲେ। ଲୋକେ ପୋଲିସ ଓ ଦମକଳ ବାହିନୀକୁ ଖବର ଦେଇଥିଲେ। ଏହି ଡଙ୍ଗାରେ କୌଣସି ମହିଳା ଯାତ୍ରୀ ନ ଥିବା ଜଣାପଡିଛି। ଡଙ୍ଗାରେ ଯାଉଥିବା ଯାତ୍ରୀମାନେ ଲାଇଫ ଜ୍ୟାକେଟ ବ୍ୟବହାର କରୁ ନ ଥିବାରୁ ଏଭଳି ବାରମ୍ବାର ଦୁର୍ଘଟଣା ଘଟୁଥିବା ସ୍ଥାନୀୟ ଲୋକେ କହିଛନ୍ତି। ଉଲ୍ଲେଖଯୋଗ୍ୟ ଯେ, ଅଗଷ୍ଟ ୩ରେ ଏଭଳି ଡଙ୍ଗାବୁଡି ଘଟଣା ଘଟିଥିଲା। ଏଥିରେ ଜଣେ ଯାତ୍ରୀଙ୍କର ମୃତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri