ଯୁବକଙ୍କୁ ପିଟି ହତ୍ୟା ଅଭିଯୋଗ,୩ ଅଟକ

ଧର୍ମଶାଳା/ଜେନାପୁର,୧ା୯(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ପୁରୁଣାବଉଳମାଳ ପଞ୍ଚାୟତ ଭାଲିଆପାଳ ଗ୍ରାମର ଜଣେ ଯୁବକଙ୍କ ପୂର୍ବ ଶତ୍ରୁତାକୁ ନେଇ ରବିବାର ରାତିରେ ମରଣାନ୍ତକ ଆକ୍ରମଣ ହୋଇଥିଲା। ଦୁର୍ବୃତ୍ତମାନେ ତାଙ୍କୁ ଠେଙ୍ଗାରେ ପିଟି ସୁକୁଟିଝର ରାସ୍ତାରେ ଫୋପାଡି ଦେଇଥିଲେ। ପରିବାର ଲୋକେ ତାଙ୍କୁ ଉଦ୍ଧାର କରି କଟକ ନେଇଥିବାବେଳେ ସୋମବାର ଚିକିତ୍ସାଧୀନ ଅବସ୍ଥାରେ ତା’ର ମୃତ୍ୟୁ ହୋଇଥିବା ଜଣାପଡିଛି। ମୃତ ଯୁବକ ଜଣଙ୍କ ଗ୍ରାମର ଚିନ୍ମୟ ସାମଲ(୩୮)। ଏ ନେଇ ସୋମବାର ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସ୍ଥାନୀୟ ସୁକୁଟିଝର ଗ୍ରାମର ୩ ଜଣ ଯୁବକ ତାରିଣୀ ଛକରୁ ଚିନ୍ମୟଙ୍କୁ ଗୋଡେଇ ଗୋଡେଇ ବାଡେଇ ସାତମାଣ ଗ୍ରାମ ନିକଟ ରାସ୍ତାକଡ଼ରେ ପକାଇ ଦେଇଥିବା ଚିନ୍ମୟଙ୍କ ସ୍ତ୍ରୀ ଥାନାରେ ଅଭିଯୋଗ କରିଛନ୍ତି। ଏ ସମ୍ପପର୍କରେ ଏକ ମାମଲା (ନଂ.୨୦୦/୧୯) ରୁଜୁକରି ୩ ଜଣଙ୍କୁ ଥାନାରେ ଅଟକ ରଖି ତଦନ୍ତ ଚଳାଇଥିବା ଥାନା ଅଧିକାରୀ ସୁଶାନ୍ତ କୁମାର ଦାସ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଉସୀଙ୍କ ହାତରେ ପ୍ରସ୍ତୁତ ପୋଡ଼ ପିଠା ଖାଇ ମନ୍ଦିର ଫେରିଲେ ମା’ଠାକୁରାଣୀ

ଦାରିଙ୍ଗବାଡ଼ି,୬।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଚାଲିଥିବା ମା’ଠାକୁରାଣୀଙ୍କ ଯାତ୍ରାର ପୂର୍ଣ୍ଣାହୁତି ହୋଇଯାଇଛି। ରବିବାର ମା’ଙ୍କ ଘଟ ପରିକ୍ରମାର ଶେଷ ଦିବସ ରହିଥିବା ବେଳେ ମା’ଙ୍କୁ...

କଂଗ୍ରେସ ଗଡ଼ରେ ବିଜେଡିର ରଣହୁଙ୍କାର: ଡବଲ ଶଙ୍ଖ ଚି଼ହ୍ନରେ ଭୋଟ ଦେବାକୁ ନିବେଦନ

ଦାରିଙ୍ଗବାଡି, ୬।୫ (ଅରୁଣ ସାହୁ ):କନ୍ଧମାକ ଜିଲା ଦାରିଙ୍ଗବାଡି ବ୍ଲକ ୧୧ ନଂ ଜିଲାପରିଷଦ ଜୋନ ଝିଞ୍ଜିରୀଗୁଡାରେ ସୋମବାର ବିଜେଡିର କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।...

ନାମାଙ୍କନ ବେଳେ ୨ ନେତା ଓ ସମର୍ଥକ ହାତାହାତି

ପୁରୀ,୬।୫: ପୁରୀ ଉପଜିଲ୍ଲାପାଳଙ୍କ ଅଫିସରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା। କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥ ଓ ଟିକେଟ କଟିଥିବା ସୁଜିତ୍ ମହାପାତ୍ର ହାତାହାତି ହୋଇଛନ୍ତି।...

ନାମାଙ୍କନପତ୍ର ଦାଖଲ କଲେ ସସ୍ମିତା

କେନ୍ଦୁଝର,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ନିର୍ବାଚନ ମଣ୍ଡଳୀର ସ୍ବାଧୀନ ପ୍ରାର୍ଥିନୀ ସସ୍ମିତାରାଣୀ ସିଂହ ସୋମବାର ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ...

କିଏ ହେବ ଓଡ଼ିଶାର ମୁଖ୍ୟମନ୍ତ୍ରୀ ? ଘୋଷଣା କଲେ ମୋଦି

ନବରଙ୍ଗପୁର,୬।୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ସୋମବାର ଓଡ଼ିଶା ଗସ୍ତରେ ଆସି ସରକାର ଗଠନ କରିବା ପାଇଁ ଦୃଢୋକ୍ତି ପ୍ରକାଶ କରିଛନ୍ତି...

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ

କେନ୍ଦୁଝର/ପାଟଣା,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ ନାମାଙ୍କନପତ୍ର ଦାଖଲ କରିଛନ୍ତି।...

୮ରେ ରାୟଗଡ଼ା ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ରାୟଗଡ଼ା,୬ା୫(ଆଶିଷ ରଞ୍ଜନ ପଣ୍ଡା):ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆସନ୍ତା ୮ ତାରିଖରେ ରାୟଗଡ଼ା ଆସିବାର କାର୍ଯ୍ୟକ୍ରମ ରହିଛି। କୋରାପୁଟ ଲୋକ ସଭା ଭାଜପା ପ୍ରାର୍ଥୀ ଓ...

ବିରୋଧୀମାନେ ମିଛ କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ମୁଖ୍ୟମନ୍ତ୍ରୀ

ଭବାନୀପାଟଣା,୬ା୫(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନିକିଆ କଳାହାଣ୍ଡି ଗସ୍ତରେ ଆସ ଦଳୀୟ ଲୋକ ସଭା ଓ ୫ ବିଧାନସଭା ପ୍ରାର୍ଥୀଙ୍କ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri