ଭୁଲ୍‌ରେ ବ୍ୟାଙ୍କ ଆକାଉଣ୍ଟକୁ ଆସିଥିବା ୮୬ ଲକ୍ଷ ଟଙ୍କା ଖର୍ଚ୍ଚ କରିଦେଲେ ଦମ୍ପତ୍ତି

ହରିଶବୁର୍ଗ,୧୦।୯: ଯଦି ଆପଣଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଲକ୍ଷାଧିକ ଟଙ୍କା ଟ୍ରାନ୍ସଫର ହୋଇଯାଏ ତେବେ କ’ଣ କରିବେ ଭାବିଲେ। ଟଙ୍କା ନେଇ ବ୍ୟାଙ୍କକୁ ଦେଇ ଦେବେ ନା ଲୋଭରେ ଆସି ଖର୍ଚ୍ଚ କରିଦେବେ। କିଛି ଏଭଳି ଘଟଣା ଦେଖିବାକୁ ମିଳିଛି ପେନସିଲ୍‌ଭାନିଆର ମଣ୍ଟୋସର୍ଭିଲ ସହରରେ। ମଣ୍ଟୋସର୍ଭିଲ ସହରରେ ରହୁଥିବା ଜଣେ ଦମ୍ପତ୍ତି ରବର୍ଟ ଓ ଟିଫିନୀ ଓ୍ବିଲସିୟମ୍‌ଙ୍କ ବ୍ୟାଙ୍କ ଆକାଉଣ୍ଟରେ ମେ ୩୧କୁ ଜର୍ଜିଆର ଜଣେ ଗ୍ରାହକ ବିବି ଆଣ୍ଡ ଟି ବ୍ୟାଙ୍କରେ ଭୁଲ ଆକାଉର୍ଟ ନମ୍ବର ଦେଇ ୧୨୦,୦୦୦ଡଲାର(ପ୍ରାୟ ୮୬ ଲକ୍ଷ ଟଙ୍କା) ଜମା କରିଦେଇଥିଲେ। ପରେ ଆକାଉଣ୍ଟରେ ଜମା ହୋଇଥିବା ଟଙ୍କା ନ ଆସିବାରୁ ଯୁବକ ଜଣଙ୍କ ବ୍ୟାଙ୍କ ସହ ସମ୍ପର୍କ କରିଥିଲେ। ଯାଞ୍ଚ ପରେ ଜଣାପଡିଥିଲା ଯେ, ଉକ୍ତ ଟଙ୍କା ରର୍ବଟଙ୍କ ଆକାଉଣ୍ଟକୁ ଟ୍ରାନ୍ସଫର ହୋଇଯାଇଛି। ହେଲେ ସେତେବେଳକୁ ରବର୍ଟ ଓ ତାଙ୍କ ସ୍ତ୍ରୀ ବ୍ୟାଙ୍କକୁ ଏନେଇ ସୂଚନା ଦେବା ପରିବର୍ତ୍ତେ ସେହି ଟଙ୍କାକୁ ଖର୍ଚ୍ଚ କରିଦେଇଥିଲେ। ଏନେଇ ସ୍ଥାନୀୟ ଥାନାରେ ଯୁବକ ଜଣକ ଅଭିଯୋଗ କରିଥିଲେ। ଦମ୍ପତ୍ତିଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିଲା। ସୋମବାର ଜିଲା କୋର୍ଟରେ ଏହି ମାମଲାରେ ଶୁଣାଣି ହୋଇଛି। ୨୫,୦୦୦ଡଲାର ଜମା କରିବା ପରେ କୋର୍ଟ ସେମାନଙ୍କୁ ଜାମିନ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହିଜବୁଲ୍ଲା ଏବଂ ହୂତି) ଏହି...

ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି

ଭୁବନେଶ୍ବର,୧୮ା୧୨: ପୂର୍ବତନ ବିଧାୟକ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ଦିନକୁ ଦିନ ନୂଆନୂଆ ରାଜନୈତିକ ବୟାନବାଜି ସାମ୍ନାକୁ ଆସିଛି । କଂଗ୍ରେସର କେନ୍ଦ୍ରୀୟ ନେତା...

ରୋଗୀଙ୍କୁ ମିଳିବ ଉନ୍ନତ ସେବା

କେସିଙ୍ଗା,୧୮।୧୨(ତୁମେଶ୍ୱର ସାହୁ): ଜିଲା ସ୍ବାସ୍ଥ୍ୟ ସମିତି କଳାହାଣ୍ଡି ଆନୁକୁଲ୍ୟରେ ଏମ୍ସ ଭୁବନେଶ୍ୱର ଏବଂ ଦିଲ୍ଲୀ ଜହ୍ନ ହୋପକିନସ ୟୁନିଭର୍‌ ସିଟି(John Hopkins University) ଆନୁକୁଲ୍ୟରେ ସ୍ଥାନୀୟ...

IPL ୨୦୨୬: ମା’ ବିକିଥିଲେ ଗହଣା, ଖାଲିପେଟରେ ଶୋଇଥିଲେ ବାପା; ଏବେ ୧୪.୨୦ କୋଟିରେ କିଣିଲା CSK

ମୁମ୍ବାଇ,୧୮ା୧୨: ଆଇପିଏଲ୍ ୨୦୨୬ ନିଲାମରେ ଚେନ୍ନାଇ ସୁପର କିଙ୍ଗସ୍ (CSK) ଦ୍ୱାରା ୧୪.୨୦ କୋଟି ଟଙ୍କାରେ କିଣାଯାଇଥିବା ଯୁବ ୱିକେଟକିପର ବ୍ୟାଟର କାର୍ତ୍ତିକ ଶର୍ମାଙ୍କ ସଫଳତା...

ଆଦିବାସୀ ମହୋତ୍ସବ ‘ପରବ’ ଉଦ୍‌ଘାଟନ କରିବେ ମନ୍ତ୍ରୀ, ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ମୁତୟନ

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଗୁରୁବାର ସନ୍ଧ୍ୟା ୬ଟାରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ପରବ ୨୦୨୫ର ଉଦ୍‌ଘାଟନ ହେବାକୁ ଯାଉଥିବାବେଳେ ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

‘ଆଗକୁ ବଢ଼ିବେ ଚାଷୀ, ସରକାରୀ ଯୋଜନାରେ ସାମିଲ ହୋଇ ହେବେ ଉପକୃତ’

ଭଞ୍ଜନଗର,୧୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପଡ଼ିଆରେ ଗୁରୁବାର ଉପଖଣ୍ଡସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ଉପଜିଲାପାଳ...

ନିତିନ ଗଡ଼କରୀଙ୍କୁ ଭେଟିଲେ ପ୍ରିୟଙ୍କା ଗାନ୍ଧୀ: ଆଲୋଚନାରେ ଉଠିଲା ‘ଭାଇ-ଭଉଣୀ’ କଥା

ନୂଆଦିଲ୍ଲୀ,୧୮ା୧୨: କେରଳର ବିକାଶମୂଳକ କାର୍ଯ୍ୟକୁ ନେଇ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀଙ୍କୁ ଭେଟିଛନ୍ତି ୱାୟାନାଡ୍ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭାଦ୍ରା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri