ବଲିଉଡ୍‌ରେ ଡେବ୍ୟୁ କରିବେ ଟିକ୍‌ ଟକ୍‌ ଷ୍ଟାର

ମୁମ୍ବାଇ,୧୦।୯: ଭାରତୀୟ କ୍ରିକେଟ ଜଗତରେ ନିଜର ଦମ୍‌ଦାର ପ୍ରଦର୍ଶନ ପାଇଁ ଜଣାଯାଉଥିବା ବିରାଟ କୋହଲିଙ୍କ ଭଳି ଦେଖାଯାଉଥିବା ଟିକ୍‌ ଟକ୍‌ ଷ୍ଟାର ଗୌରବ ଆରୋରା ଏବେ ବଲିଉଡ୍‌ରେ ପାଦ ଥାପିବାକୁ ଯାଉଛନ୍ତି। ଅଭିଷେକ ଶର୍ମାଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଦ ଜୋୟା ଫ୍ୟାକ୍ଟଟର’ରେ ଗୌରବ ନଜର ଆସିବେ ବୋଲି ଜଣାପଡ଼ିଛି। ଏହି ଫିଲ୍ମରେ ସୋନମ କପୁର, ଦୁଲକର ସଲମାନ, ଅଙ୍ଗଦ ବେଦୀ ଓ ସଞ୍ଜୟ କପୁରଙ୍କୁ ଦେଖିବାକୁ ମିଳିବ। ନିକଟରେ ରିଲିଜ୍‌ ହୋଇଥିବା ଫିଲ୍ମର ପ୍ରମୋଶନାଲ ଭିଡିଓରେ ଗୌରବଙ୍କୁ ଦେଖିବାକୁ ମିଳିଥିଲା। ଏଥିରେ ଗୌରବ ବିରାଟଙ୍କ ରୂପ ନେଇ ଡ୍ରେସିଂ ରୁମ୍‌ରେ ନିଜ ହାତରେ ବ୍ୟାଟ ଧରି ଅପେକ୍ଷା କରୁଥିବା ଦେଖିବାକୁ ମିଳିଛି। ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

ସେପ୍ଟେମ୍ବର ୨୦ରେ ଏହି ଫିଲ୍ମ ପରଦାକୁ ଆସିବାକୁ ଥିବା ବେଳେ ଏହାର ପ୍ରମୋଶନ ପାଇଁ ଏବେ ସୋନମ ବ୍ୟସ୍ତ ରହୁଛନ୍ତି। ଗୌରବଙ୍କ ମୁହଁ ପ୍ରାୟ ଭାରତୀୟ କ୍ରିକେଟର କ୍ୟାପଟେନ୍‌ ବିରାଟ କୋହଲିଙ୍କ ମୁହଁ ସହ ମିଶିଥାଏ। ତେଣୁ ଅଧିକ ସମୟରେ ଲୋକମାନେ ତାଙ୍କୁ ସତରେ ବିରାଟ ବୋଲି ଭାବିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍‌ବେଳେ ଆତଙ୍କବାଦୀ ଆକ୍ରମଣ ଧମକ: ବଢିଲା ଚିନ୍ତା

ନୂଆଦିଲ୍ଲୀ,୬।୫:ଆଇପିଏଲ ୨୦୨୪ ସିଜନ ପରେ ତୁରନ୍ତ ଜୁନ ୧ରୁ ଆମେରିକା ଏବଂ ୱେଷ୍ଟଇଣ୍ଡିଜ ରେ ଟି-୨୦ ବିଶ୍ୱକପ ଅନୁଷ୍ଠିତ ହେବ। ଏଥିପାଇଁ ଅନେକ ଦଳ ସେମାନଙ୍କ...

କେକେଆର୍‌ର ଐତିହାସିକ ବିଜୟ ପରେ ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଜାଣନ୍ତୁ କେଉଁଠି ଅଛନ୍ତି କେଉଁ ଦଳ

ଲକ୍ଷ୍ନୌ,୬।୫: କୋଲକାତା ନାଇଟ ରାଇଡର୍ସ ଆଇପିଏଲ ୨୦୨୪ର ୫୪ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସକୁ ୯୮ ରନ୍‌ରେ ପରାସ୍ତ କରିଛି। ଏକାନା ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ...

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ନୂଆଦିଲ୍ଲୀ,୬।୫: ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ତଥା ଟି-୨୦ ବିଶ୍ୱକପ ୨୦୨୪ ଭାରତୀୟ ଦଳର ଉପ-ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଆଇପିଏଲ ୨୦୨୪ ଆରମ୍ଭରୁ ସମାଲୋଚନାର ସମ୍ମୁଖୀନ ହେଉଛନ୍ତି।...

ପ୍ଲେ ଅଫ୍‌ ଯାଇପାରିବ କି ଚେନ୍ନାଇ ସୁପର କିଙ୍ଗ୍ସ: କ’ଣ କହୁଛି ସମୀକରଣ ଜାଣନ୍ତୁ

ଧର୍ମଶାଳା,୫।୫:ଆଇପିଏଲ୍‌ ୨୦୨୪ରେ ପ୍ଲେ ଅଫ ର ସମୀକରଣ ସ୍ପଷ୍ଟ ହେବାରେ ଲାଗିଛି। ରବିବାର ଚେନ୍ନାଇ ସୁପର କିଙ୍ଗ୍ସ ପଞ୍ଜାବ କିଙ୍ଗସକୁ ୨୮ ରନରେ ପରାସ୍ତ କରିଛି,...

‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ପରଲୋକ

ଲସ ଆଞ୍ଜେଲସ,୫।୫: ହଲିଉଡରୁ ଏକ ଦୁଃଖଦ ଖବର ଆସିଛି। ସୁପରହିଟ ଫିଲ୍ମ ‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ଦେହାନ୍ତ ହୋଇଛି। ବର୍ନାର୍ଡଙ୍କ ମୃତ୍ୟୁ ଖବର...

୪୨ ବର୍ଷ ବୟସରେ ଏମିତି କାରନାମା କଲେ ଧୋନୀ

ଧର୍ମଶାଳା,୫।୫: ଯଦିଓ ଚେନ୍ନାଇ ସୁପର କିଙ୍ଗ୍ସର ପୂର୍ବତନ ଖେଳାଳି ମହେନ୍ଦ୍ର ସିଂ ଧୋନୀ ପଞ୍ଜାବ କିଙ୍ଗ୍ସ ବିପକ୍ଷରେ ଶୂନ୍ୟରେ ଆଉଟ୍‌ ହୋଇଥିଲେ ମଧ୍ୟ ଏହି ୪୨...

ପାଖାପାଖି ୧୧୦୦ ଦିନ ପରେ ପଞ୍ଜାବକୁ ଧୂଳି ଚଟେଇଲା ଚେନ୍ନାଇ

ଚେନ୍ନାଇ,୫।୫: ଚେନ୍ନାଇ ସୁପର କିଙ୍ଗ୍ସ ପଞ୍ଜାବ କିଙ୍ଗସକୁ ୨୮ ରନରେ ପରାସ୍ତ କରିଛି। ଚେନ୍ନାଇର ବିଜୟରେ ରବିନ୍ଦ୍ର ଜାଡେଜାଙ୍କ ତୀକ୍ଷ୍ଣ ବୋଲିଂରେ ଅନେକ ଅବଦାନ ରହିଛି।...

ଭୁଲ ଭାଲ କଥା କହି ଟ୍ରୋଲ ହେଲେ କଙ୍ଗନା

ମୁମ୍ବାଇ,୫।୫: ହିମାଚଳର ମଣ୍ଡି ଆସନରୁ ଭାଜପା ପ୍ରାର୍ଥୀ ତଥା ବଲିଉଡ ଅଭିନେତ୍ରୀ-ରାଜନେତା କଙ୍ଗନା ରାନାୱତ ତାଙ୍କ ବୟାନ ପାଇଁ ଅନେକ ସମୟରେ ଚର୍ଚ୍ଚାରେ ଥାଆନ୍ତି। ଏବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri