୫ ଦଫା ଦାବି: ସିଏମ୍‌ସି ସମ୍ମୁଖରେ ବସ୍ତି ବାସିନ୍ଦା ମିଳିତ ମଞ୍ଚର ବିକ୍ଷୋଭ

କଟକ ଅଫିସ, ୧୦।୯: ବସ୍ତି ବାସିନ୍ଦା ମିଳିତ ମଞ୍ଚ ପକ୍ଷରୁ ୫ଦଫା ଦାବି ନେଇ ମଙ୍ଗଳବାର କଟକ ମହାନଗର ନିଗମ (ସିଏମ୍‌ସି) ସମ୍ମୁଖରେ ଗଣ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିସହ ସିଏମ୍‌ସି କମିଶନର ଅନନ୍ୟା ଦାସଙ୍କୁ ଏକ ଦାବିପତ୍ର ଦିଆଯାଇଛି। ବିନା ଥଇଥାନରେ ବସ୍ତି ଉଚ୍ଛେଦ ବନ୍ଦ କରିବା, ଗରିବ ବାସହରା ପରିବାର ଓ ବସ୍ତିବାସିନ୍ଦାଙ୍କୁ ବାସଗୃହ ଯୋଗାଇବା, ବିସ୍ଥାପିତଙ୍କୁ ତୁରନ୍ତ ଥଇଥାନ କରିବା, ସାଧାରଣ କର୍ମଜୀବୀଙ୍କ ଦ୍ୱାରା ସରକାରୀ ଜାଗାରେ ଗଢି ଉଠିଥିବା ପୁରୁଣା ଜନବସତିିକୁ ଆଇନ ସମ୍ମତ କରି ପଟ୍ଟା ଦେବା ଆଦି ଦାବି କରାଯାଇଛି। ମିଳିତ ମଞ୍ଚ ଆବାହକ ଖଗେଶ୍ୱର ସେଠୀଙ୍କ ନେତୃତ୍ୱରେ ହୋଇଥିବା ଏହି ଆନ୍ଦୋଳନରେ ମହାନଗର ନାଗରିକ ମଞ୍ଚ ଆବାହକ ଚିତ୍ତରଞ୍ଜନ ମହାନ୍ତି, ସଂଗ୍ରାମୀ ଫୋରମ୍‌ ଆବାହକ ପ୍ରଶାନ୍ତ ଦାସ, ଏସ୍‌ୟୁସିଆଇ(ସି) ଜିଲା ସମ୍ପାଦକ ବିଶ୍ୱାବସୁ ଦାସ, ସମ୍ପୂର୍ଣ୍ଣକ୍ରାନ୍ତି ଅଭିଯାନର ସମ୍ପାଦକ ଯୁଗଳ କିଶୋର ନାୟକ, ଶ୍ରମିକ ନେତା ରାଜକିଶୋର ମଲ୍ଲିକ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ରବାର ସମ୍ବଲପୁର ବନ୍ଦକୁ ସମର୍ଥନ କରି ଶତାଧିକ ଚାଷୀଙ୍କ ବାଇକ୍‌ ରାଲି

ସମ୍ବଲପୁର,୧୮ା୧୨(ପ୍ରମୋଦ ବହିଦାର): ଖରିଫ ଧାନ ବିକ୍ରି ପାଇଁ ଟୋକନ ବଣ୍ଟନ ସମସ୍ୟା ବିରୋଧରେ ଚାଷୀ ସଂଗଠନ ପକ୍ଷରୁ ଶୁକ୍ରବାର ସମ୍ବଲପୁର ବନ୍ଦ ଡାକରା ଦିଆଯାଇଛି। ସମ୍ବଲପୁର...

ଦାଦନ ଖଟିବାକୁ ଯାଇ ଫସିଲେ ୯ ଯୁବକ, ପାଖରେ ଟଙ୍କା ନାହିଁ କି କାମ ନାହିଁ, ଭିଡିଓ କରି କହିଲେ…

ରାୟଗଡ଼ା,୧୮ା୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଖଣିଜ ସମ୍ପଦ ଭରା କାଶୀପୁର ବ୍ଲକରେ ବକ୍ସାଇଟ ପାଇଁ ବିଶ୍ବ ପରିଚିତ ଉତ୍କଳ ଆଲୁମିନା ଭଳି କମ୍ପାନୀ ରହିଛି।...

କଟନି ଛଟନି ବନ୍ଦ କରିବାକୁ ପରାମର୍ଶ ଦେଲେ ମନ୍ତ୍ରୀ, କହିଲେ ଚାଷୀମାନେ କେବଳ ମଣ୍ଡିରେ ଧାନ ଦିଅନ୍ତୁ

ବୁଗୁଡ଼ା ୧୮/୧୨/(କାଳିଚରଣ ଦାଶ):  ଚଳିତ ମାସ ୨୩ ତାରିଖ ଠାରୁ ଖରିଫ ଋତୁ ଧାନ ସଂଗ୍ରହ କରିବେ ସରକାର । ତେଣୁ ଜିଲ୍ଲା ଓ ବ୍ଲକ...

ଅନ୍ୟ ଧର୍ମର ହୋଇଥିବାରୁ ଶବ ପଡିରହିଲା ୩୨ ଘଣ୍ଟା: ଆଉ ତା’ପରେ…

ପାଟଣା,୧୮।୧୨(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବାଇଦ ବାଜା ଗାଁ ରେ ରୋଗାକ୍ରାନ୍ତ ମକୁରୁ ମୁଣ୍ଡାଙ୍କ ମୃତ୍ୟୁ ପରେ ଗାଁରେ ଉତ୍ତେଜନା ପ୍ରକାଶ ପାଇଥିଲା।...

DMK ଉପରେ ବର୍ଷିଲେ ବିଜୟ, ଉଠାଇଲେ ଅନେକ ପ୍ରଶ୍ନ

ଅମରାବତୀ,୧୮।୧୨: ଅଭିନେତାରୁ ରାଜନେତା ହୋଇଥିବା ବିଜୟ ଗୁରୁବାର ତାମିଲନାଡୁର ଇରୋଡ ଜିଲାରେ ଏକ ରାଲିକୁ ସମ୍ବୋଧିତ କରିଥିଲେ। ସେପ୍ଟେମ୍ବର ୨୭ରେ କରୁରରେ ତାଙ୍କ ରାଲିରେ ଦଳାଚକଟା...

ମେସିଙ୍କୁ ବଡ଼ ଗିଫ୍ଟ ଦେଲେ ଅନନ୍ତ ଅମ୍ବାନୀ: ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସି ଜାମନଗରର ବନତାରା ବନ୍ୟପ୍ରାଣୀ ସଂରକ୍ଷଣ କେନ୍ଦ୍ର ପରିଦର୍ଶନ କରିଥିଲେ। ମେସି ଅନନ୍ତ ଅମ୍ବାନୀଙ୍କ ଦ୍ୱାରା ପ୍ରତିଷ୍ଠିତ କେନ୍ଦ୍ରରେ ପାରମ୍ପରିକ ରୀତିନୀତିରେ...

Stokes-Archer Fight VIDEO: ବେନ୍ ଷ୍ଟୋକ୍ସ ଏବଂ ଜୋଫ୍ରା ଆର୍ଚରଙ୍କ ମଧ୍ୟରେ କାହିଁକି ହେଲା ଝଗଡ଼ା?

ନୂଆଦିଲ୍ଲୀ,୧୮।୧୨: ଅଷ୍ଟ୍ରେଲିଆ ବିପକ୍ଷରେ ଚାଲିଥିବା ଆସେସ୍ ଟେଷ୍ଟରେ ଇଂଲଣ୍ଡର ଖରାପ ପ୍ରଦର୍ଶନର ପ୍ରଭାବ ପଡ଼ିବା ଆରମ୍ଭ ହୋଇଛି । ସେଥିପାଇଁ ଇଂଲଣ୍ଡ ଅଧିନାୟକ ଏବଂ ଖେଳାଳିମାନେ...

ପାଣି ତଳେ ମହଲ: ୫୦୦ ବର୍ଷ ପରେ ଆଜିବି ରହସ୍ୟମୟ ଏହି ଐତିହ୍ୟ ସ୍ଥାନ

ମଧ୍ୟପ୍ରଦେଶର ସୁନ୍ଦର ଏବଂ ଐତିହାସିକ ସହର ମାଣ୍ଡୁରେ ଏକ ଐତିହ୍ୟ ସ୍ଥାନ ଅଛି, ଯାହା ପ୍ରଥମ ନଜରରେ ଏକ ପୋଖରୀ ପରି ଦେଖାଯାଏ। କିନ୍ତୁ ପ୍ରକୃତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri