ନାବାଳିକାଙ୍କୁ ବଳାତ୍କାର ମାମଲା: ୬ ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲଦଣ୍ଡ

କେନ୍ଦୁଝର, ୧୦ା୯(ଡି.ଏନ୍‌.ଏ.)-କେନ୍ଦୁଝର ଜିଲା ବଡବିଲ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ମଙ୍ଗଳବାର କେନ୍ଦୁଝର ଅତିରିକ୍ତ ଜିଲା ଓ ସ୍ବତନ୍ତ୍ର ବିଚାରପତି ଲୋକନାଥ ସାହୁ ୬ ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲ ଦଣ୍ଡାଦେଶ ସହିତ ୫୦ହଜାର ଟଙ୍କା ଲେଖାଏଁ ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଅଧିକ ଏକବର୍ଷ ଲେଖାଏଁ ଜେଲ ଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ମାମଲାର ବିଚରଣୀରୁ ପ୍ରକାଶ ଯେ, କେନ୍ଦୁଝର ଜିଲା ବଡବିଲ ଥାନା ସାଇଡିଂବସ୍ତି ଅଞ୍ଚଳର ଜଣେ ନାବାଳିକାଙ୍କୁ ୨୦୧୫ ନଭେମ୍ବର ୬ ତାରିଖରେ ତାଙ୍କ ଘରେ କେହି ନଥିବା ସୁଯୋଗରେ ୬ଜଣ ଯୁବକ ଗଣ ବଳାକତ୍ାର କରିଥିଲେ। ଏହି ମାମଲାଟି ସେତେବେଳେ ଜିଲାରେ ଚାଞ୍ଚଲ୍ୟ ସୃଷ୍ଟି କରିଥିଲା। ଏହି ଘଟଣାରେ ବଡବିଲ ପୋଲିସ ମାମଲା (ନଂ ୨୧୭ ତା ୬/୧୧/୨୦୧୫)ରେ ଅଭିଯୁକ୍ତ ବଡବିଲ ଥାନା ଅଞ୍ଚଳର ବୁଲୁ ପାତ୍ର, ଝଣ୍ଡା ମୁଣ୍ଡା, ଶନି ମହାକୁଡ, ଭରତ ହେସା, ଶ୍ରୀରାମ ଓରାମ ଏବଂ ମନୋଜ ନାଏକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଏହି ମାମଲାର ବିଚାର କରି ମଙ୍ଗଳବାର ବିଚାରପତି ଲୋକନାଥ ସାହୁ ଏହି ଦଣ୍ଡାଦେଶ ପ୍ରଦାନ କରିଛନ୍ତି। ଭାରତୀୟ ପିଙ୍ଗଳକୋଡ୍‌ ଧାରା ୩୭୬(ଘ),୫୦୬,୩୪, ପୋକ୍ସୋ ଆଇନର ଧାରା ୬, ଅନୁସୂଚିତ ଜାତି ଓ ଜନଜାତି ଆଇନର ଧାରା ୩(୧)(୧୧)ରେ ବିଚାର କରି ଏହି ଦଣ୍ଡ କରିଛନ୍ତି। ମୋଟ ୧୫ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତି କରି ଏହି ଦଣ୍ଡ ଦିଆଯାଇଥିବାବେଳେ ସରକାରଙ୍କ ତରଫରୁ ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ଗଣେଶ ପ୍ରସାଦ ମହାପାତ୍ର ମାମଲା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର

ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...

ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…

ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...

ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri