ସାଧନା ଓ ଆତ୍ମବିଶ୍ୱାସ ଆଣିଦିଏ ସଫଳତା

ବନ୍ତ,୧୧।୯ (ସ୍ବ.ପ୍ର.)-ପିଲାଦିନୁ ଅଭିନୟ କଳା ପ୍ରତି ଥିବା ରୁଚି ତାଙ୍କୁ ଲକ୍ଷ୍ୟପଥରେ ଆଗେଇ ନେଇ ଚାଲିଛି। ପ୍ରଥମେ ରଙ୍ଗମଞ୍ଚରେ ଅଭିନୟ ଓ ନୃତ୍ୟ ପରିବେଷଣ କରି ନିଜର ଏକ ପରିଚୟ ସୃଷ୍ଟି କରିଥିଲେ। ପରେ ୨୦୧୮ରେ ମାଡ୍ରାସ ଇନ୍‌ଷ୍ଟିଚ୍ୟୁଟରେ ଅଭିନୟରେ ଡିପ୍ଲୋମା କୋର୍ସ ସମ୍ପୂର୍ଣ୍ଣ କରିବା ପରେ ଜଣେ ସମ୍ପର୍କୀୟା ମାଉସୀଙ୍କ ପ୍ରେରଣାରେ ସେ ସିନେ ଜଗତରେ ପ୍ରବେଶ କରି ନିଜ ପ୍ରତିଭା ଦେଖାଇ ପାରିଛନ୍ତି। ଫୁଲ୍‌ ଗଡବଡ, ଲୋକାଲ ଟୋକା ଲଭ ଚୋଖା ଧାରାବାହିକ (ଟେଲି)ରେ ଅଭିନୟ କରି ସଫଳ ହେବା ପରେ ସେ ଅଶୋକ ପତିଙ୍କ ନିର୍ଦ୍ଦେଶିତ ଓଡିଆ ଚଳଚ୍ଚିତ୍ର ‘ଅଜବ ସଞ୍ଜୁର ଗଜବ ଲଭ’ରେ ଅଭିନୟ କରିବା ସୁଯୋଗ ପାଇଛନ୍ତି। ଆଗକୁ ସିନେ ଜଗତରେ ଅଭିନୟ କ୍ଷେତ୍ରରେ ସେ ନିଜର ଏକ ସ୍ବତନ୍ତ୍ର ପରିିଚୟ ସୃଷ୍ଟି କରିବା ଲକ୍ଷ୍ୟରେ ରହିଛନ୍ତି। ନିରନ୍ତର ସାଧନା ଓ ଆତ୍ମବିଶ୍ୱାସ ଯେ କୌଣସି କାମରେ ସଫଳତା ଆଣିଦିଏ ବୋଲି ସେ କହିଛନ୍ତି ।
ତାଙ୍କୁ ବୟସ ୨୨। ଘର ଭଦ୍ରକ ଜିଲା ବନ୍ତ ଥାନା ସିଲନ୍ଦି ଗ୍ରାମରେ । ତାଙ୍କ ମାତା ଜ୍ୟୋତ୍ସ୍ନାରାଣୀ ସାହ ୁଓ ପିତା ପଦ୍ମନାଭ ସାହୁ । ପରିବାରରେ ସେ ସବା ସାନପୁଅ । ୨୦୧୩ ରେ ମାଟ୍ରିକ ପାସ ପରେ ଭୁବନେଶ୍ୱରରେ ଯୁକ୍ତ ୨ ପଢିବା ପରେ ହୋଟେଲ ମ୍ୟାନେଜମେଣ୍ଟ ପାଠ୍ୟକ୍ରମ ଶେଷ କରିଥିଲେ। ଚାକିରି ମୋହ ତାଙ୍କୁ ଅଭିନୟ କଳାଠାରୁ ଦୂରେଇ ରଖି ପାରି ନ ଥିଲା। ସେହିପରି ସମାଜସେବା କାର୍ଯ୍ୟପ୍ରତି ଛାତ୍ର ଜୀବନରୁ ସେ ରୁଚିରଖି ଆସିଛନ୍ତି। ସମାଜ ସେବାରେ ତାଙ୍କୁ ଆନନ୍ଦ ମିଳିଥାଏ। ଭବିଷ୍ୟତରେ ସେ ଅଭିନୟ ସହିତ ସମାଜସେବା କାର୍ଯ୍ୟ ଜାରି ରଖିବେ ବୋଲି କହିଛନ୍ତି ମାନସ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri