ସୁଲେଇପାଳରେ ହାତୀ ଆତଙ୍କ: ବନ କର୍ମଚାରୀଙ୍କୁ ଅଟକ ରଖିଲେ କ୍ଷତିଗ୍ରସ୍ତ

କଣିହାଁ,୧୧।୯(ଡି.ଏନ.ଏ.)-କଣିହାଁ ବ୍ଲକ ବନାଞ୍ଚଳ ଅଧୀନ ରେଙ୍ଗାଳି ଫରେଷ୍ଟ ସେକ୍ସନରେ ୩ ମାସ ହେଲା ହାତୀ ଉପଦ୍ରବ ଲାଗି ରହିଛି। ବନ ବିଭାଗ ହାତୀ ଘଉଡାଇବାରେ ବିଫଳ ହେଉଥିବାବେଳେ ଜନ ସାଧାରଣ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ସୋମବାର ରେଙ୍ଗାଳି ଫରେଷ୍ଟ ସେକ୍ସନର ସୁଲେଇପାଳ ଗ୍ରାମକୁ ଏକ ହାତୀପଲ ଆସି ଅନେକ ବ୍ୟକ୍ତିଙ୍କ ଘର ଭାଙ୍ଗିବା ସହ ଧାନ ଫସଲ ନଷ୍ଟ କରିଥିଲେ। ରାସ୍ତା ଉପରେ ହାତୀପଲ ରହିଥିବାବେଳେ ବନ ବିଭାଗ କର୍ମଚାରୀଙ୍କୁ ସୂଚନା ଦିଆଯାଇଥିଲେ ମଧ୍ୟ ଘଉଡାଇବା ପାଇଁ ଆସି ନ ଥିଲେ। ମଙ୍ଗଳବାର ବନ ବିଭାଗ କର୍ମଚାରୀ ସୁଲେଇପାଳ ଗ୍ରାମକୁ ଆସିବା ପରେ ଅସନ୍ତୋଷ ଦେଖାଦେଇଥିଲା। କ୍ଷତିଗ୍ରସ୍ତମାନେ ବନ ବିଭାଗ କର୍ମଚାରୀଙ୍କୁ ଘେରାଉ କରି ଅଟକ ରଖିଥିଲେ। ଏ ନେଇ କଣିହାଁ ବନାଞ୍ଚଳ ଅଧିକାରୀ ପ୍ରତାପ ରାଉଳ କହିଛନ୍ତି, ବିଧିମତେ କ୍ଷତିଗ୍ରସ୍ତଙ୍କୁ ସହାୟତା ଦିଆଯିବ। ଫରେଷ୍ଟର ସରସ୍ବତୀ ବେହେରାଙ୍କ ଉଦ୍ୟମରେ ସମାଧାନ ହୋଇଛି। ଅର୍କୀଳ, ସୁଲେଇପାଳ ରାସ୍ତାରେ ୧୫ଟି ହାତୀ ରହିଛନ୍ତି। ଘଉଡାଇବା ପାଇଁ ବନକର୍ମଚାରୀ ନିୟୋଜିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri