ଜୁନାଗଡରେ ରୋଗୀ କଲ୍ୟାଣ ସମିତି ବୈଠକ: ରକ୍ତଭଣ୍ଡାର କାର୍ଯ୍ୟକ୍ଷମ କରିବା ଉପରେ ଆଲୋଚନା

ଜୁନାଗଡ,୧୧।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୁନାଗଡ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସଭାଗୃହରେ ମଙ୍ଗଳବାର ରୋଗୀ କଲ୍ୟାଣ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜୁନାଗଡ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ଚିଲଗୁଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ବିଭିନ୍ନ ସମସ୍ୟା ଓ ଏହାର ସମାଧାନ ଦିଗରେ ଆଲୋଚନା ହୋଇଥିଲା। ନିରାମୟ ଯୋଜନାରେ ରୋଗୀଙ୍କୁ ଦିଆଯାଉଥିବା ଔଷଧର ମାନ, ନିଦାନ ଯୋଜନାରେ ବିଭିନ୍ନ ପରୀକ୍ଷା, ନିର୍ମଳ ଯୋଜନାରେ ସ୍ବଚ୍ଛତା ଓ ଖାଲି ପଡିଥିବା ଡାକ୍ତର, କର୍ମଚାରୀ ପଦବୀ ପୂରଣ ଉପରେ ଆଲୋଚନା କରାଯାଇଥିଲା। ଦୀର୍ଘଦିନ ହେବ ଜୁନାଗଡ ରକ୍ତଭଣ୍ଡାର ବନ୍ଦ ପଡିଥିବାରୁ ଏହାକୁ କାର୍ଯ୍ୟକ୍ଷମ କରିବା, ଆବଶ୍ୟକ ବିଦ୍ୟୁତକରଣ ଓ ପାନୀୟ ଜଳ ଯୋଗାଣ ଉପରେ ଆଲୋଚନା କରାଯାଇଥିଲା। ଚିଲଗୁଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କୁ ଖାଦ୍ୟ ଯୋଗାଣ, ପାନୀୟ ଜଳ, ଟେକନିସିଅନ ପଦବୀ ପୂରଣ, ଶୌଚାଳୟ ନିର୍ମାଣ ଆଦି ସମସ୍ୟା ସମାଧାନ କରିବା ପାଇଁ ଦାବି କରାଯାଇଥିଲା। ଜୁନାଗଡ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏଷ୍ଟାବ୍ଲିଶ ମେଣ୍ଟ ବିଭାଗରେ କାର୍ଯ୍ୟରତ କନିଷ୍ଠ କିରାଣୀଙ୍କୁ ଅପସାରଣ କରି ତାଙ୍କ ସ୍ଥାନରେ ପୂର୍ବରେ କାର୍ଯ୍ୟରତ ଥିବା ବରିଷ୍ଠ କିରାଣୀଙ୍କୁ ଉକ୍ତ ଦାୟିତ୍ୱ ପ୍ରଦାନ କରିବାକୁ ଦାବି ହୋଇଥିଲା। ଜୁନାଗଡ ବ୍ଲକ ଅଧ୍ୟକ୍ଷା ନୁର୍ଯ୍ୟ ମାଝିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତିଥି ଭାବେ ଜିଲା ପରିଷଦ ଉପାଧ୍ୟକ୍ଷ ଭବସିନ୍ଦୁ ମଙ୍ଗରାଜ, ଜୁନାଗଡ ବିଡିଓ ଦୁଲାରାମ ମାରାଣ୍ଡି, ଜୁନାଗଡ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡାକ୍ତର ଭଗବାନ ପଣ୍ଡା, ଚିଲଗୁଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ରାମକୃଷ୍ଣ ମହାପାତ୍ର, ବ୍ଲକ ଉପାଧ୍ୟକ୍ଷ ଟଙ୍କଧର ନାଏକ,ଏମ୍‌ପି ପ୍ରତିନିଧି ମୁକେଶ ଅଗ୍ରୱାଲ ପ୍ରମୁଖ ଉପସ୍ଥତ ଥିଲେ। ଜୁନାଗଡ ଗୋଷ୍ଠୀ ପ୍ରବନ୍ଧକ (ବିପିଏମ୍‌) ସୁମେଶ୍ୱର ନାଏକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri