Posted inଜାତୀୟ

ଚନ୍ଦ୍ରୟାନ-୨ର ବିଫଳତା ନେଇ ଯୁବକ କଲେ ହଙ୍ଗାମା: ଅଧଘଣ୍ଟା ଅଟକି ରହିଲା ଟ୍ରେନ୍‌

ଭୋପାଳ,୧୧।୯: ଚନ୍ଦ୍ରୟାନ-୨ର ବିଫଳତା ମଧ୍ୟପ୍ରଦେଶରେ ଜଣେ ଯୁବକ ହଙ୍ଗାମା କରିଛନ୍ତି। ଯୁବକଙ୍କ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ସାଗର ଅଞ୍ଚଳରେ ଭୋର୍‌ ସମୟରେ ଜଣେ ଯୁବକ ଯାତ୍ରୀବାହୀ ଟ୍ରେନ୍‌ ଇଞ୍ଜିନ୍‌ ଉପରେ ବସିପଡ଼ିଥିଲେ। ତାଙ୍କ ମୁଣ୍ଡ ଉପରେ ହାଇଟେନ୍‌ସନ୍‌ ବିଦ୍ୟୁତ୍‌ ତାର ଥିଲେ ମଧ୍ୟ ସେଥିପ୍ରତି ତାଙ୍କର ନିଘା ନ ଥିଲା। ଯୁବକ ଟ୍ରେନ୍‌ ଇଞ୍ଜିନ୍‌ ଉପରେ ବସିଥିବା ଦେଖି ରେଲଓ୍ବେ କର୍ମଚାରୀ ବିଦ୍ୟୁତ୍‌ ସଂଯୋଗ କାଟିବା ସହିତ ସେ ସେଠାରେ କାହିଁକି ବସିଛନ୍ତି ବୋଲି ପ୍ରଶ୍ନ କରିଥିଲେ। ତେବେ ଉତ୍ତରରେ ଯୁବକ ପ୍ରଶ୍ନ କରିଥିଲେ ଯେ, ଚନ୍ଦ୍ରୟାନ-୨ କାହିଁକି ବିଫଳ ହେଲା। ଏହା ଏକ ରୋଚକ ସ୍ଥିତି ସୃଷ୍ଟି କରିଥିଲେ ମଧ୍ୟ ଟ୍ରେନ୍‌ ଅଟକି ରହିବାରୁ ଯାତ୍ରୀମାନଙ୍କ ମଧ୍ୟରେ ଉଦ୍‌ବେଗ ପ୍ରକାଶ ପାଇଥିଲା। ଯୁବକ ଇଞ୍ଜିନ୍‌ ଉପରେ ହଟିବାକୁ ମନା କରିବା ସହିତ ଧମକ ଦେବା ଆରମ୍ଭ କରିଥିଲେ। ବହୁକଷ୍ଟରେ ତାଙ୍କୁ ତଳକୁ ଅଣାଯାଇଥିଲା। ଯାତ୍ରୀବାହୀ ଟ୍ରେନ୍‌ ଅଧଘଣ୍ଟା ଅଟକି ରହିବା ପରେ ଗନ୍ତବ୍ୟ ପଥରେ ଯାତ୍ରା କରିଥିଲା। ମଦ୍ୟପାନ କରିଥିବା ଏହି ଯୁବକଙ୍କର ମାନସିକ ଅବସ୍ଥା ଠିକ ନ ଥିବା କୁହାଯାଉଛି। ତାଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri